Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 21:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ସେତେବେଳେ ଯେଉଁମାନେ ଯିହୂଦିୟା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଆନ୍ତୁ; ପୁଣି, ଯେଉଁମାନେ ନଗର ମଧ୍ୟରେ ଥାଆନ୍ତି, ସେମାନେ ପ୍ରସ୍ଥାନ କରନ୍ତୁ; ଆଉ, ଯେଉଁମାନେ ଗ୍ରାମଗୁଡ଼ିକରେ ଥାଆନ୍ତି, ସେମାନେ ନଗରରେ ପ୍ରବେଶ ନ କରନ୍ତୁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ସେତେବେଳେ ଯେଉଁମାନେ ଯିହୁଦା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇ ଯାଆନ୍ତୁ; ପୁଣି, ଯେଉଁମାନେ ନଗର ମଧ୍ୟରେ ଥାଆନ୍ତି, ସେମାନେ ପ୍ରସ୍ଥାନ କରନ୍ତୁ; ଆଉ, ଯେଉଁମାନେ ପଲ୍ଲୀଗ୍ରାମଗୁଡ଼ିକରେ ଥାଆନ୍ତି, ସେମାନେ ନଗରରେ ପ୍ରବେଶ ନ କରନ୍ତୁ;

Gade chapit la Kopi

ଓଡିଆ ବାଇବେଲ

21 ସେତେବେଳେ ଯେଉଁମାନେ ଯିହୂଦା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଆନ୍ତୁ; ପୁଣି, ଯେଉଁମାନେ ନଗର ମଧ୍ୟରେ ଥାଆନ୍ତି, ସେମାନେ ପ୍ରସ୍ଥାନ କରନ୍ତୁ; ଆଉ, ଯେଉଁମାନେ ଗ୍ରାମଗୁଡ଼ିକରେ ଥାଆନ୍ତି, ସେମାନେ ନଗରରେ ପ୍ରବେଶ ନ କରନ୍ତୁ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ସେତେବେଳେ ଯେଉଁମାନେ ଯିହୂଦା ପ୍ରଦେଶରେ ଥିବେ, ସେମାନେ ପାହାଡ଼ମାନଙ୍କୁ ଦୌଡ଼ି ଯାଆନ୍ତୁ, ଯେଉଁମାନେ ନଗରରେ ଥିବେ, ସେମାନେ ଅନ୍ୟତ୍ର ଚାଲିଯାନ୍ତୁ ଓ ଯେଉଁମାନେ ପଲ୍ଲୀ ଅଞ୍ଚଳରେ ଥିବେ, ଆଉ ସହରକୁ ଫେରି ନ ଆସନ୍ତୁ।

Gade chapit la Kopi

ପବିତ୍ର ବାଇବଲ

21 ସେତେବେଳେ ଯିହୂଦାର ଲୋକେ ପର୍ବତ ଆଡ଼କୁ ପଳାଇଯିବା ଉଚିତ୍। ଯିରୁଶାଲମ ନଗର ଭିତରେ ଥିବା ଲୋକେ ଯଥାଶୀଘ୍ର ନଗର ଛାଡ଼ି ଗ୍ଭଲିଯିବା ଉଚିତ୍। ଜଣେ ଯଦି ନଗର ବାହାରେ ଥିବ, ତେବେ ସେ ନଗର ଭିତରକୁ ଯିବା ଉଚିତ୍ ନୁହେଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 21:21
13 Referans Kwoze  

ହେ ବିନ୍ୟାମୀନ୍ ଲୋକମାନେ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୂଶାଲମ ମଧ୍ୟରୁ ପଳାୟନ କର, ତକୋୟ ସହରରେ ତୂରୀ ବଜାଅ ଓ ବେଥ୍-ହକ୍କେରମ୍‍ ନଗରରେ ଧ୍ୱଜା ଟେକ; କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ନିରୀକ୍ଷଣ କରୁଅଛି।


ପରେ ମୁଁ ସ୍ୱର୍ଗରୁ ଆଉ ଗୋଟିଏ ସ୍ୱର ଏହା କହିବାର ଶୁଣିଲି, “ହେ ଆମ୍ଭର ଲୋକମାନେ, ତୁମ୍ଭେମାନେ ଯେପରି ତାହାର ପାପର ସହଭାଗୀ ନ ହୁଅ ଓ ତାହାର କ୍ଲେଶର ଅଂଶୀ ନ ହୁଅ, ଏଥିନିମନ୍ତେ ତାହାଠାରୁ ବାହାରି ଆସ;


ଯେ ଛାତ ଉପରେ ଥାଏ, ସେ ଆପଣା ଘରୁ କୌଣସି ପଦାର୍ଥ ଘେନିଯିବା ପାଇଁ ଓହ୍ଲାଇ ନ ଆସୁ ବା ଭିତରକୁ ନ ଯାଉ;


ସେତେବେଳେ ଯେଉଁମାନେ ଯିହୂଦିୟା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଆନ୍ତୁ;


ମାତ୍ର ବାବିଲର ରାଜା ନବୂଖଦ୍‍ନିତ୍ସର ଯେତେବେଳେ ଏହି ଦେଶକୁ ଆସିଲେ, ସେତେବେଳେ ଆମ୍ଭେମାନେ କହିଲୁ, ‘ଆସ, କଲ୍‍ଦୀୟ ସୈନ୍ୟର ଓ ଅରାମୀୟ ସୈନ୍ୟର ଭୟ ସକାଶୁ ଆମ୍ଭେମାନେ ଯିରୂଶାଲମକୁ ଯାଉ,’ ଏହେତୁ ଆମ୍ଭେମାନେ ଯିରୂଶାଲମରେ ବାସ କରୁଅଛୁ।”


ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ; ମାତ୍ର ଅବୋଧ ଲୋକମାନେ ଆଗ ବଢ଼ି ଶାସ୍ତି ପାଆନ୍ତି।


ତହୁଁ ସେ ମଣ୍ଡଳୀକୁ କହିଲେ, “ବିନୟ କରୁଅଛି, ତୁମ୍ଭେମାନେ ଏହି ଦୁଷ୍ଟ ଲୋକମାନଙ୍କ ତମ୍ବୁରୁ ଉଠିଯାଅ ଓ ସେମାନଙ୍କର କିଛିମାତ୍ର ସ୍ପର୍ଶ କର ନାହିଁ, ନୋହିଲେ ତୁମ୍ଭେମାନେ ସେମାନଙ୍କ ପାପସମୂହରେ ବିନଷ୍ଟ ହେବ।”


ସେହି ସମୟରେ ଲୋଟର ଭାର୍ଯ୍ୟା ପଛଆଡ଼କୁ ଅନାଇବାରୁ ସେ ଲବଣ ସ୍ତମ୍ଭ ହେଲା।


ଏହିରୂପେ ସେମାନଙ୍କୁ ବାହାର କରି ଆଣିଲା ଉତ୍ତାରେ ସେମାନଙ୍କ ମଧ୍ୟରୁ ଜଣେ ଲୋଟକୁ କହିଲା, “ପ୍ରାଣରକ୍ଷା ନିମନ୍ତେ ପଳାଅ; ପଛଆଡ଼କୁ ଦୃଷ୍ଟି କର ନାହିଁ ଓ ଏହି ସମସ୍ତ ପ୍ରାନ୍ତର ମଧ୍ୟରେ ହେଁ ରୁହ ନାହିଁ; ପର୍ବତକୁ ପଳାଇ ଯାଅ; ନୋହିଲେ ବିନଷ୍ଟ ହେବ।”


ଯିରିମୀୟ ଆପଣା ଲୋକମାନଙ୍କ ମଧ୍ୟରେ ଆପଣାର ପ୍ରାପ୍ୟ ଅଂଶ ପାଇବା ନିମନ୍ତେ ବିନ୍ୟାମୀନ୍ ପ୍ରଦେଶକୁ ଯିବା ପାଇଁ ଯିରୂଶାଲମରୁ ବାହାରିଲେ।


ହେରୋଦ ରାଜାଙ୍କ ସମୟରେ ଯିହୂଦିୟା ପ୍ରଦେଶର ବେଥଲିହିମରେ ଯୀଶୁଙ୍କ ଜନ୍ମ ହେବା ପରେ, ଦେଖ, ପୂର୍ବ ଦିଗରେ ଥିବା ଦେଶରୁ କେତେକ ପଣ୍ଡିତ ଯିରୂଶାଲମ ସହରକୁ ଆସି କହିଲେ,


Swiv nou:

Piblisite


Piblisite