Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 21:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 କିନ୍ତୁ ଏହି ସମସ୍ତ ଘଟଣା ଆରମ୍ଭ ହେଲେ ତୁମ୍ଭେମାନେ ଉପରକୁ ଅନାଅ ଓ ମସ୍ତକ ଉଠାଅ, ଯେଣୁ ତୁମ୍ଭମାନଙ୍କର ମୁକ୍ତି ସନ୍ନିକଟ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 କିନ୍ତୁ ଏହିସମସ୍ତ ଘଟଣା ଆରମ୍ଭ ହେଲେ ତୁମ୍ଭେମାନେ ଊର୍ଦ୍ଧଦୃଷ୍ଟି କର ଓ ମସ୍ତକ ଉତ୍ତୋଳନ କର, ଯେଣୁ ତୁମ୍ଭମାନଙ୍କର ମୁକ୍ତି ସନ୍ନିକଟ।

Gade chapit la Kopi

ଓଡିଆ ବାଇବେଲ

28 କିନ୍ତୁ ଏହି ସମସ୍ତ ଘଟଣା ଆରମ୍ଭ ହେଲେ ତୁମ୍ଭେମାନେ ଉପରକୁ ଅନାଅ ଓ ମସ୍ତକ ଉଠାଅ, ଯେଣୁ ତୁମ୍ଭମାନଙ୍କର ମୁକ୍ତି ସନ୍ନିକଟ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

28 ଏହିସବୁ ଘଟଣାର ସୂତ୍ରପାତ ହେଲେ, ମସ୍ତକ ଉତ୍ତୋଳନ କରି ଉଦ୍ଧ୍ୱର୍ ଦୃଷ୍ଟି କର, କାରଣ ତୁମ୍ଭମାନଙ୍କର ପରିତ୍ରାଣ ସନ୍ନିକଟ।”

Gade chapit la Kopi

ପବିତ୍ର ବାଇବଲ

28 ଯେତେବେଳେ ଏସବୁ ଘଟଣା ଘଟିବା ଆରମ୍ଭ ହୋଇଯିବ, ତୁମ୍ଭେମାନେ ଭୟ କରିବ ନାହିଁ। ଉପରକୁ ଗ୍ଭହିଁ ଖୁସୀ ହେବ, ଆଦୌ ବ୍ୟସ୍ତ ହେବ ନାହିଁ। କାରଣ ତୁମ୍ଭମାନଙ୍କର ମୁକ୍ତି ସମୟ ପାଖ ହୋଇଗଲାଣି ବୋଲି ଏଥିରୁ ଜାଣିବ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 21:28
11 Referans Kwoze  

ଆଉ କେବଳ ତାହା ନୁହେଁ, କିନ୍ତୁ ପ୍ରଥମ ଫଳ ସ୍ୱରୂପେ ଆତ୍ମାଙ୍କୁ ପାଇଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ନିଜେ ନିଜେ ମଧ୍ୟ ପୁତ୍ରତ୍ୱ, ଅର୍ଥାତ୍‍ ଆପଣା ଆପଣା ଶରୀରର ମୁକ୍ତି ନିମନ୍ତେ ଅପେକ୍ଷା କରୁ କରୁ ଆପଣା ଆପଣା ଅନ୍ତରରେ ଆର୍ତ୍ତନାଦ କରୁଅଛୁ।


ଆଉ ଈଶ୍ବରଙ୍କ ଯେଉଁ ପବିତ୍ର ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ମୁକ୍ତି ଦିବସ ନିମନ୍ତେ ମୁଦ୍ରାଙ୍କିତ ହୋଇଅଛ, ତାହାଙ୍କୁ ଦୁଃଖ ଦିଅ ନାହିଁ।


ଯେଣୁ ସୃଷ୍ଟିର ଏକାନ୍ତ ଆକାଂକ୍ଷା ଈଶ୍ବରଙ୍କ ସନ୍ତାନମାନଙ୍କର ପ୍ରକାଶ ନିମନ୍ତେ ଅପେକ୍ଷା କରୁଅଛି।


ତେବେ ଈଶ୍ବରଙ୍କର ଯେଉଁ ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କର ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି?


ଈଶ୍ବରଙ୍କ ଗୌରବର ପ୍ରଶଂସା ନିମନ୍ତେ ତାହାଙ୍କ ନିଜସ୍ୱ ମୁକ୍ତି ଉଦ୍ଦେଶ୍ୟରେ ସେ ଆମ୍ଭମାନଙ୍କ ଅଧିକାରର ବଇନାସ୍ୱରୂପ।


ଆଉ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଦୁର୍ବଳକାରୀ ଆତ୍ମା ଦ୍ୱାରା ଆବିଷ୍ଟ ଜଣେ ସ୍ତ୍ରୀଲୋକ ସେଠାରେ ଥିଲା, ସେ କୁବ୍‌ଜା ହୋଇ କୌଣସି ପ୍ରକାରେ ଆପଣାକୁ ସିଧା କରିପାରୁ ନ ଥିଲା।


ଆଉ ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ କହିଲେ, “ଡିମ୍ବିରି ପୁଣି, ସମସ୍ତ ବୃକ୍ଷ ପ୍ରତି ଦୃଷ୍ଟିପାତ କର;


Swiv nou:

Piblisite


Piblisite