Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 21:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 “କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍‍ ତୁମ୍ଭମାନଙ୍କ ଉପରେ ପଡ଼େ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ, ପୁଣି ଜୀବିକା ସମ୍ଵନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହିଦିନ ହଠାତ୍ ତୁମ୍ଭମାନଙ୍କ ଉପରେ ପଡ଼େ;

Gade chapit la Kopi

ଓଡିଆ ବାଇବେଲ

34 କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍ ତୁମ୍ଭମାନଙ୍କ ଉପରେ ପଡ଼େ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

34 “ତୁମ୍ଭେମାନେ ସତର୍କ ଥାଅ। ଅତି ମାତ୍ରାରେ ଆନନ୍ଦ ଉତ୍ସବ ଓ ମଦ୍ୟ ପାନରେ ନିମଜ୍ଜିତ ହୁଅ ନାହିଁ, କିଅବା ଜୀବନରେ ନାନା ଚିନ୍ତାରେ ଭାରଗ୍ରସ୍ତ ହୁଅ ନାହିଁ, କାରଣ ସେହି ଅନ୍ତିମ ଦିନଟି

Gade chapit la Kopi

ପବିତ୍ର ବାଇବଲ

34 “ସାବଧାନ ରୁହ। ତୁମ୍ଭେମାନେ ମଦ୍ୟପାନ କରି ମାତାଲ ହୋଇ ନିଜ ସମୟ ନଷ୍ଟ କର ନାହିଁ। ସାଂସାରିକ ବସ୍ତୁଗୁଡ଼ିକ ବିଷୟରେ ଅତ୍ୟଧିକ ଚିନ୍ତିତ ହୋଇ ପଡ଼ ନାହିଁ। ସେଭଳି କଲେ ତୁମ୍ଭେମାନେ ଜଡ଼ ହୋଇଯିବ ଓ ଉଚିତ୍ କଥା କେବେ ଭାବି ପାରିବ ନାହିଁ। ଏବଂ ତୁମ୍ଭେମାନେ ପ୍ରସ୍ତୁତ ନ ଥିବା ବେଳେ ଅନ୍ତିମକାଳ ଆସି ଯାଇପାରେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 21:34
37 Referans Kwoze  

ସେହି ଅନ୍ୟ ପ୍ରକାର ଲୋକେ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ।


ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ସମୟରେ ମନୁଷ୍ୟପୁତ୍ର ଆସିବେ।”


କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।


ଏଣୁ କିପ୍ରକାରେ ଶିକ୍ଷା ପାଇଅଛ ଓ ଶ୍ରବଣ କରିଅଛ, ତାହା ସ୍ମରଣ କରି ପାଳନ କର ଓ ମନ-ପରିବର୍ତ୍ତନ କର; ଯଦି ଜାଗ୍ରତ ନ ହୁଅ, ତାହାହେଲେ ଆମ୍ଭେ ଚୋର ପରି ଆସିବୁ, ଆଉ କେଉଁ ସମୟରେ ତୁମ୍ଭ ଉପରେ ଆସି ପଡ଼ିବୁ, ତାହା ତୁମ୍ଭେ କୌଣସି ପ୍ରକାରେ ଜାଣିବ ନାହିଁ;


ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ଏହି ସମସ୍ତ ବିଷୟ ଅପେକ୍ଷା କରୁଥିବାରୁ ତାହାଙ୍କ ଛାମୁରେ ଯେପରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ଶାନ୍ତିରେ ଥିବାର ଦେଖାଯିବ, ଏଥିପାଇଁ ଯତ୍ନ କର;


କାମୁକତା, ପ୍ରତିମାପୂଜା, ନରହତ୍ୟା, କୁହୁକ, ଶତ୍ରୁତା, ବିବାଦ, ଦ୍ୱେଷ, କ୍ରୋଧ, ସ୍ୱାର୍ଥପରତା, ଦଳଭେଦ, ମତଭେଦ, ଈର୍ଷା,


କିନ୍ତୁ ମୋହର ଲେଖିବାର ଭାବ ଏହା ଥିଲା ଯେ, ଯଦି କୌଣସି ଲୋକ ଭ୍ରାତା ବୋଲି ଖ୍ୟାତ ହୋଇ ବ୍ୟଭିଚାରୀ କି ଧନଲୋଭୀ କି ପ୍ରତିମାପୂଜକ କି ନିନ୍ଦକ କି ମତୁଆଳ କି ପରଦ୍ରବ୍ୟ ଲୁଣ୍ଠନକାରୀ ହୁଏ, ତେବେ ଏପରି ଲୋକ ସହିତ ସମ୍ପର୍କ ରଖ ନାହିଁ, ପୁଣି, ତାହା ସାଙ୍ଗରେ ଭୋଜନ ସୁଦ୍ଧା କର ନାହିଁ।


ଯେ ବାକ୍ୟ ଶୁଣେ, ପୁଣି, ସାଂସାରିକ ଚିନ୍ତା ଓ ଧନର ମାୟା ବାକ୍ୟକୁ ଚାପିପକାଏ, ଆଉ ସେ ଫଳହୀନ ହୁଏ, ସେହି ଜଣକ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ।


ବ୍ୟଭିଚାର, ମଦ୍ୟ ଓ ନୂତନ ଦ୍ରାକ୍ଷାରସ ବୁଦ୍ଧି ହରଣ କରେ।


ମାତ୍ର ଏମାନେ ହିଁ ଦ୍ରାକ୍ଷାରସରେ ଭ୍ରାନ୍ତ ହୋଇଅଛନ୍ତି ଓ ସୁରାପାନ ଦ୍ୱାରା ବିପଥରେ ଯାଇଅଛନ୍ତି; ଯାଜକ ଓ ଭବିଷ୍ୟଦ୍‍ବକ୍ତା ସୁରାପାନ ଦ୍ୱାରା ଭ୍ରାନ୍ତ ହୋଇଅଛନ୍ତି, ଦ୍ରାକ୍ଷାରସ ସେମାନଙ୍କୁ ଗ୍ରାସ କରିଅଛି, ସୁରାପାନ ଦ୍ୱାରା ସେମାନେ ବିପଥରେ ଯାଇଅଛନ୍ତି; ସେମାନେ ଦର୍ଶନରେ ଭ୍ରାନ୍ତ ହୁଅନ୍ତି, ବିଚାରରେ ଝୁଣ୍ଟି ପଡ଼ନ୍ତି।


ସେଥିରେ ଯୀଶୁ କହିଲେ, “ସାବଧାନ, ତୁମ୍ଭେମାନେ ଯେପରି ଭ୍ରାନ୍ତ ନ ହୁଅ; କାରଣ ଅନେକ ଲୋକ ମୋ ନାମରେ ଆସି, ମୁଁ ସେ ଓ ସମୟ ସନ୍ନିକଟ ବୋଲି କହିବେ; ସେମାନଙ୍କ ପଛରେ ଯାଅ ନାହିଁ।


କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ।


ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ। ଯଦି ତୁମ୍ଭ ଭାଇ ପାପ କରେ, ତେବେ ତାହାକୁ ଅନୁଯୋଗ କର; ଆଉ ସେ ଯଦି ମନ-ପରିବର୍ତ୍ତନ କରେ, ତେବେ ତାହାକୁ କ୍ଷମା ଦିଅ।


କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ମାର୍ଥା, ମାର୍ଥା, ତୁମ୍ଭେ ବହୁତ ବିଷୟରେ ଚିନ୍ତିତ ଓ ବ୍ୟତିବ୍ୟସ୍ତ ହେଉଅଛ,


ଆଉ, କଣ୍ଟାଗଛଗୁଡ଼ାକ ମଧ୍ୟରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଯେଉଁମାନେ ଶୁଣି ସାଂସାରିକ ଚିନ୍ତା, ଧନ ଓ ସୁଖଭୋଗର ବଶବର୍ତ୍ତୀ ହୋଇ ଜୀବନ ଯାତ୍ରା କରୁ କରୁ ଚାପି ହୋଇଯାନ୍ତି, ପୁଣି, ପରିପକ୍ୱ ଫଳ ଉତ୍ପନ୍ନ କରନ୍ତି ନାହିଁ।


କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ; ଲୋକେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ, ଆଉ ତୁମ୍ଭେମାନେ ସମାଜଗୃହଗୁଡ଼ିକରେ ପ୍ରହାରିତ ହେବ ଏବଂ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁରେ ସେମାନଙ୍କ ପ୍ରତି ସାକ୍ଷ୍ୟ ଦେବା ନିମନ୍ତେ ଠିଆ କରାଯିବ।


ଦୁଷ୍ଟ ଲୋକମାନଙ୍କ ପ୍ରଦୀପ ସ୍ୱରୂପ ଯେ ଅହଙ୍କାର-ଦୃଷ୍ଟି ଓ ଗର୍ବିତ ମନ, ତାହା ପାପଜନକ।


କାଳେ କେହି ଈଶ୍ବରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ୱାରା ଅନେକେ କଳୁଷିତ ହୁଅନ୍ତି;


ଅଜ୍ଞାତସାରରେ ତାହାକୁ ସର୍ବନାଶ ଘଟୁ ଓ ତାହାର ଗୁପ୍ତ ଜାଲ ତାହାକୁ ହିଁ ଧରୁ; ସର୍ବନାଶ ସହିତ ସେ ତହିଁ ମଧ୍ୟରେ ପଡ଼ୁ।


ଏଉତ୍ତାରେ ଅବୀଗଲ ନାବଲ ନିକଟକୁ ଆସିଲା, ସେତେବେଳେ ଦେଖ, ସେ ଆପଣା ଗୃହରେ ରାଜଭୋଜ ପରି ଭୋଜ କରିଥିଲା; ପୁଣି, ନାବଲ ଅତିଶୟ ମତ୍ତ ଥିବାରୁ ତାହାର ମନ ଅତି ପ୍ରଫୁଲ୍ଲ ଥିଲା; ଏହେତୁ ସକାଳ ଆଲୁଅ ପର୍ଯ୍ୟନ୍ତ ଅବୀଗଲ ତାହାକୁ ଅଳ୍ପ ବା ବହୁତ କୌଣସି କଥା ଜଣାଇଲା ନାହିଁ।


ଆଉ କେହି ଯେପରି ଏହି ଅଭିଶାପର କଥା ଶୁଣି ମନେ ମନେ ଆପଣାର ଧନ୍ୟବାଦ କରି ନ କହେ ଯେ, ଆମ୍ଭେ ଶୁଖିଲା ସଙ୍ଗେ ଓଦାକୁ ଧ୍ୱଂସ କରିବା ପାଇଁ ଆପଣା ହୃଦୟର କଠିନତା ଅନୁସାରେ ଚଳିଲେ ମଧ୍ୟ ଆମ୍ଭର ମଙ୍ଗଳ ହେବ।


“ତୁମ୍ଭମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ଯେଉଁ ସମୟରେ ତୁମ୍ଭେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବ, ସେହି ସମୟରେ ତୁମ୍ଭେ କି ତୁମ୍ଭ ସଙ୍ଗୀ ତୁମ୍ଭର ପୁତ୍ରଗଣ ଦ୍ରାକ୍ଷାରସ ଓ ମଦ୍ୟ ପାନ କରିବ ନାହିଁ; ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ;


ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ। ସେହି ଦିନ ଆକାଶମଣ୍ଡଳ ମହାଶବ୍ଦ ସହ ଲୋପ ପାଇବ, ପୁଣି, ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ।


ଆସ, ଆମ୍ଭେମାନେ ପିତାଙ୍କୁ ଦ୍ରାକ୍ଷାରସ ପାନ କରାଇ ପିତାଙ୍କ ବଂଶ ରକ୍ଷା ନିମିତ୍ତ ତାଙ୍କ ସଙ୍ଗେ ଶୟନ କରିବା।”


ଦ୍ରାକ୍ଷାରସରେ ଆସକ୍ତ ଓ ପେଟାର୍ଥୀ ମାଂସ-ଭୋକ୍ତାମାନଙ୍କ ସଙ୍ଗୀ ହୁଅ ନାହିଁ।


କାରଣ ମନୁଷ୍ୟ ମଧ୍ୟ ଆପଣା ମୃତ୍ୟୁର ସମୟ ଜାଣେ ନାହିଁ; ଯେପରି ମତ୍ସ୍ୟଗଣ ଅଶୁଭ ଜାଲରେ ପଡ଼ନ୍ତି ଓ ଯେପରି ପକ୍ଷୀଗଣ ଫାନ୍ଦରେ ଧରାଯାଆନ୍ତି, ସେହିପରି ମନୁଷ୍ୟ-ସନ୍ତାନଗଣ ଅକସ୍ମାତ୍‍ ଉପସ୍ଥିତ ବିପଦ ସମୟରେ ଧରାପଡ଼ନ୍ତି।


କାରଣ ତାହା ଫାନ୍ଦ ସ୍ୱରୂପେ ସମଗ୍ର ପୃଥିବୀନିବାସୀ ସମସ୍ତଙ୍କ ଉପରେ ଆସିବ।


ତହିଁରେ ସେମାନେ ସେହି ରାତ୍ରିରେ ମଧ୍ୟ ପିତାଙ୍କୁ ଦ୍ରାକ୍ଷାରସ ପାନ କରାନ୍ତେ, କନିଷ୍ଠା କନ୍ୟା ଉଠି ତାହା ସଙ୍ଗେ ଶୟନ କଲା; ମାତ୍ର ତାହାର ଶୟନ କରିବାର ଓ ଉଠିଯିବାର ଲୋଟ ଜାଣି ପାରିଲା ନାହିଁ।


ତହୁଁ ଯାକୁବ ଯାଇ ତାହା ଘେନି ମାତା ନିକଟକୁ ଆଣନ୍ତେ, ମାତା ତାହାର ପିତାଙ୍କର ରୁଚି ଅନୁସାରେ ସୁସ୍ୱାଦୁ ଖାଦ୍ୟ ରନ୍ଧନ କଲା।


Swiv nou:

Piblisite


Piblisite