Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 22:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଯେପରି ତୁମ୍ଭେମାନେ ମୋହର ରାଜ୍ୟରେ ମୋ ମେଜରେ ଭୋଜନପାନ କରିବ, ପୁଣି, ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ଯେପରି ତୁମ୍ଭେମାନେ ମୋହର ରାଜ୍ୟରେ ମୋʼ ମେଜରେ ଭୋଜନପାନ କରିବ, ପୁଣି ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ଵାଦଶ ଗୋଷ୍ଠୀକି ଶାସନ କରିବ।

Gade chapit la Kopi

ଓଡିଆ ବାଇବେଲ

30 ଯେପରି ତୁମ୍ଭେମାନେ ମୋହର ରାଜ୍ୟରେ ମୋ ମେଜରେ ଭୋଜନପାନ କରିବ, ପୁଣି, ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

30 ମୋ’ ରାଜ୍ୟରେ ତୁମ୍ଭେମାନେ ମୋର ମେଜରେ ଭୋଜନ ପାନ କରିବ ଓ ତୁମ୍ଭେମାନେ ଇଶ୍ରାୟେଲର ବାର ଗୋଷ୍ଠୀ ଉପରେ ଶାସନ କରିବା ପାଇଁ ସିଂହାସନରେ ବସିବ।

Gade chapit la Kopi

ପବିତ୍ର ବାଇବଲ

30 ମୋ’ ରାଜ୍ୟରେ ମୋ’ ସହିତ ଟେବୁଲ ଉପରେ ତୁମ୍ଭେମାନେ ଖିଆପିଆ କରିବ। ତୁମ୍ଭେମାନେ ସିଂହାସନଗୁଡ଼ିକ ଉପରେ ବସି ଇସ୍ରାଏଲର ବାରଟି ଯାକ ଗୋଷ୍ଠୀର ବିଗ୍ଭର କରିବ।

Gade chapit la Kopi




ଲୂକ ଲିଖିତ ସୁସମାଚାର 22:30
16 Referans Kwoze  

ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ନୂତନ ସୃଷ୍ଟିରେ ଯେତେବେଳେ ମନୁଷ୍ୟପୁତ୍ର ଆପଣା ଗୌରବମୟ ସିଂହାସନରେ ଉପବେଶନ କରିବେ, ସେତେବେଳେ, ମୋହର ଅନୁଗାମୀ ହୋଇଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦ୍ୱାଦଶ ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ।”


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକେ ପୂର୍ବ ଓ ପଶ୍ଚିମରୁ ଆସି ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ସହିତ ସ୍ୱର୍ଗରାଜ୍ୟରେ ଭୋଜନରେ ବସିବେ,


ମୁଁ ଯେପରି ଜୟ କରି ମୋହର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋହର ସିଂହାସନରେ ବସିବାକୁ ଦେବି।


ତାହା ଶୁଣି ତାହାଙ୍କ ସହିତ ଭୋଜନରେ ବସିଥିବା ଲୋକମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଯେଉଁ ଲୋକ ଈଶ୍ବରଙ୍କ ରାଜ୍ୟରେ ଭୋଜନ କରିବ, ସେ ଧନ୍ୟ।


ପ୍ରଭୁ ଆସି ଯେଉଁ ଦାସମାନଙ୍କୁ ଜାଗ୍ରତ ଦେଖିବେ, ସେମାନେ ଧନ୍ୟ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ଆପଣାର କଟି ବନ୍ଧନ କରି ସେମାନଙ୍କୁ ଭୋଜନରେ ବସାଇ ନିକଟକୁ ଯାଇ ସେବା କରିବେ।


ସେତେବେଳେ ସେ ମୋତେ କହିଲେ, “ଲେଖ, ଯେଉଁମାନେ ମେଷଶାବକଙ୍କ ବିବାହଭୋଜକୁ ନିମନ୍ତ୍ରିତ, ସେମାନେ ଧନ୍ୟ। ଆଉ ସେ ମୋତେ କହିଲେ, ଏହିସବୁ ଈଶ୍ବରଙ୍କ ସତ୍ୟ ବାକ୍ୟ।”


ପୁଣି, ସିଂହାସନର ଚତୁର୍ଦ୍ଦିଗରେ ଚବିଶଟି ସିଂହାସନ ସ୍ଥାପିତ ଓ ସିଂହାସନଗୁଡ଼ିକ ଉପରେ ଚବିଶ ପ୍ରାଚୀନ ଉପବିଷ୍ଟ, ସେମାନେ ଶୁକ୍ଳ ବସ୍ତ୍ର ପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ।


ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ; ମୃତ୍ୟୁୁ ସେମାନଙ୍କର ପାଳକ ହେବ; ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ; ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳର ହେବ ଓ ତହିଁ ନିମନ୍ତେ ଆଉ ବାସସ୍ଥାନ ନ ଥିବ।


ମୋହର ପ୍ରଭୁ ମହାରାଜଙ୍କ ସାକ୍ଷାତରେ ମୋʼ ପିତୃବଂଶ ସମସ୍ତେ ନିତାନ୍ତ ମୃତ୍ୟୁର ଯୋଗ୍ୟ ଥିଲେ; ତଥାପି ଆପଣ ଆପଣଙ୍କର ଏହି ଦାସକୁ ନିଜ ମେଜରେ ଭୋଜନକାରୀ ଲୋକମାନଙ୍କ ସଙ୍ଗରେ ସ୍ଥାନ ଦେଲେ। ଏହେତୁ ଏବେ ମହାରାଜଙ୍କ ନିକଟରେ ଆଉ କ୍ରନ୍ଦନ କରିବା ପାଇଁ ମୋହର କେଉଁ ଅଧିକାର ଅଛି?”


“ଆତ୍ମାରେ ଦୀନହୀନ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର।


ଯଦି ଆମ୍ଭେମାନେ ଧୈର୍ଯ୍ୟ ଧରି ସହ୍ୟ କରୁ, ତେବେ ତାହାଙ୍କ ସହିତ ମଧ୍ୟ ଶାସନ କରିବା; ଯଦି ଆମ୍ଭେମାନେ ତାହାଙ୍କୁ ଅସ୍ୱୀକାର କରୁ, ତେବେ ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ୱୀକାର କରିବେ;


ଈଶ୍ବରଙ୍କ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦାସ ଯାକୁବର ଛିନ୍ନଭିନ୍ନ ଦ୍ୱାଦଶ ଗୋଷ୍ଠୀଙ୍କୁ ନମସ୍କାର।


Swiv nou:

Piblisite


Piblisite