Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 22:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଆଉ, ସେ ସେମାନଙ୍କୁ କହିଲେ, “ଯେତେବେଳେ ମୁଁ ତୁମ୍ଭମାନଙ୍କୁ ଗାଞ୍ଜିଆ, ଝୋଲି ଓ ଜୋତା ବିନା ପଠାଇଥିଲି, ସେତେବେଳେ ତୁମ୍ଭମାନଙ୍କର କି କିଛି ଅଭାବ ହୋଇଥିଲା?” ସେମାନେ କହିଲେ, କିଛି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ଆଉ, ସେ ସେମାନଙ୍କୁ କହିଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ ଗାଞ୍ଜିଆ, ଝୋଲି ଓ ଯୋତା ବିନା ପଠାଇଥିଲି, ସେତେବେଳେ ତୁମ୍ଭମାନଙ୍କର କି କିଛି ଅଭାବ ହୋଇଥିଲା? ସେମାନେ କହିଲେ, କିଛି ନାହିଁ।

Gade chapit la Kopi

ଓଡିଆ ବାଇବେଲ

35 ଆଉ, ସେ ସେମାନଙ୍କୁ କହିଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ ଟଙ୍କା ରଖିବା ମୁଣା, ଝୋଲି ଓ ଯୋତା ବିନା ପଠାଇଥିଲି, ସେତେବେଳେ ତୁମ୍ଭମାନଙ୍କର କି କିଛି ଅଭାବ ହୋଇଥିଲା ? ସେମାନେ କହିଲେ, କିଛି ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

35 ତା’ପରେ ଯୀଶୁ ତାଙ୍କର ଶିଷ୍ୟମାନଙ୍କୁ ପଚାରିଲେ, “ମୁଁ ଯେତେବେଳେ ତୁମ୍ଭମାନଙ୍କୁ ସେ ସମୟରେ ଥଳୀ, ମୁଣି କିମ୍ବା ପାଦୁକା ବିନା ପଠାଇ ଥିଲି, ତୁମ୍ଭମାନଙ୍କର କିଛି ଅଭାବ ହୋଇଥିଲା କି?” ସେମାନେ ଉତ୍ତର ଦେଲେ, “ନା, କିଛି ହୋଇ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

35 ତା'ପରେ ଯୀଶୁ ପ୍ରେରିତମାନଙ୍କୁ କହିଲେ, “ମୁଁ ଲୋକମାନଙ୍କ ନିକଟରେ ଉପଦେଶ ଦେବା ପାଇଁ ତୁମ୍ଭମାନଙ୍କୁ ପଠାଇଥିଲି। ମୁଁ ତୁମ୍ଭମାନଙ୍କୁ ଟଙ୍କା, ଥଳି ଓ ଜୋତା ବିନା ପଠାଇଥିଲି। ତୁମ୍ଭମାନଙ୍କର କୌଣସିଟିରେ ଅଭାବ ଥିଲା କି?” ପ୍ରେରିତମାନେ କହିଲେ, “ନା।”

Gade chapit la Kopi




ଲୂକ ଲିଖିତ ସୁସମାଚାର 22:35
16 Referans Kwoze  

ଥଳି, ଝୋଲି ଓ ଜୋତା ନିଅ ନାହିଁ, ପୁଣି, ବାଟରେ କାହାକୁ ନମସ୍କାର କର ନାହିଁ।


ଏବଂ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ଯାତ୍ରା ନିମନ୍ତେ ବାଡ଼ି କି ଝୋଲି କି ରୁଟି କି ଟଙ୍କା କିଛି ହିଁ ନିଅ ନାହିଁ, କିମ୍ବା ଦୁଇଟି ଅଙ୍ଗରଖା ସାଙ୍ଗରେ ରଖ ନାହିଁ।


ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର; ଦେଶରେ ବାସ କରି ବିଶ୍ୱସ୍ତତାର ଅନୁଗାମୀ ହୁଅ।


ସଦାପ୍ରଭୁ ମୋହର ପ୍ରତିପାଳକ; ମୋହର ଅଭାବ ହେବ ନାହିଁ।


ଯେ ତୁମ୍ଭ ପୂର୍ବପୁରୁଷମାନଙ୍କ ଅଜ୍ଞାତ ମାନ୍ନା ଦ୍ୱାରା ପ୍ରାନ୍ତରରେ ତୁମ୍ଭକୁ ପ୍ରତିପାଳନ କଲେ, ଏପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ତୁମ୍ଭେ ପାସୋରି ଯିବ।


ଏଥିଉତ୍ତାରେ ସେ ଯୋଷେଫଙ୍କୁ ଆଶୀର୍ବାଦ କରି କହିଲେ, “ଯେଉଁ ପରମେଶ୍ୱରଙ୍କ ସାକ୍ଷାତରେ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‌ହାକ ଗମନାଗମନ କରିଥିଲେ, ଯେଉଁ ପରମେଶ୍ୱର ଜନ୍ମ ଦିନଠାରୁ ଆଜି ପର୍ଯ୍ୟନ୍ତ ମୋତେ ପ୍ରତିପାଳନ କରିଅଛନ୍ତି,


କିନ୍ତୁ ସେ କହିଲେ, “ହେ ପିତର, ମୁଁ ତୁମ୍ଭକୁ କହୁଅଛି, ଆଜି କୁକୁଡ଼ା ନ ଡାକୁଣୁ ତୁମ୍ଭେ ଯେ ମୋତେ ଜାଣ, ଏହା ତିନି ଥର ଅସ୍ୱୀକାର କରିବ।”


ସେଥିରେ ସେ ସେମାନଙ୍କୁ କହିଲେ, “ମାତ୍ର ଏବେ, ଯାହାର ଟଙ୍କା ରଖିବାର ମୁଣା ଅଛି, ସେ ତାହା ନେଉ, ସେହି ପ୍ରକାରେ ଝୋଲି ମଧ୍ୟ ନେଉ, ଆଉ ଯାହାର ନାହିଁ, ସେ ଆପଣା ବସ୍ତ୍ରଖଣ୍ଡକ ବିକି ଖଣ୍ଡା କିଣୁ।


ତହିଁରେ ଫାରୋ ତାହାକୁ କହିଲା, “ମାତ୍ର ମୋʼ ସଙ୍ଗେ ଥାଇ ତୁମ୍ଭର କି ଅଭାବ ହେଲା ଯେ, ଦେଖ, ତୁମ୍ଭେ ସ୍ୱଦେଶକୁ ଯିବା ପାଇଁ ବାଞ୍ଛା କରୁଅଛ?” ଏଥିରେ ସେ ଉତ୍ତର କଲା, “କିଛି ନାହିଁ; ତଥାପି କୌଣସିମତେ ପ୍ରସ୍ଥାନ କରିବା ପାଇଁ ମୋତେ ଅନୁମତି ଦେଉନ୍ତୁ।”


ଶାସ୍ତ୍ରରେ ଯେପରି ଲେଖାଅଛି, “ଯେ ଅଧିକ ସଂଗ୍ରହ କଲା, ତାହାର ବଳିଲା ନାହିଁ, ଆଉ ଯେ ଅଳ୍ପ ସଂଗ୍ରହ କଲା, ତାହାର ଅଭାବ ହେଲା ନାହିଁ।”


Swiv nou:

Piblisite


Piblisite