Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 22:61 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

61 ପୁଣି, ପ୍ରଭୁ ବୁଲିପଡ଼ି ପିତରଙ୍କୁ ଏକଦୃଷ୍ଟିରେ ଚାହିଁଲେ; ସେଥିରେ “ଆଜି କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ,” ଏହି ଯେଉଁ କଥା ପ୍ରଭୁ ପିତରଙ୍କୁ କହିଥିଲେ ତାହା ତାହାଙ୍କ ମନରେ ପଡ଼ିଲା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

61 ପୁଣି ପ୍ରଭୁ ବୁଲିପଡ଼ି ପିତରଙ୍କୁ ଏକଦୃଷ୍ଟିରେ ଚାହିଁଲେ; ସେଥିରେ ଆଜି କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ଵୀକାର କରିବ, ଏହି ଯେଉଁ କଥା ପ୍ରଭୁ ପିତରଙ୍କୁ କହିଥିଲେ,

Gade chapit la Kopi

ଓଡିଆ ବାଇବେଲ

61 ପୁଣି, ପ୍ରଭୁ ବୁଲିପଡ଼ି ପିତରଙ୍କୁ ଏକଦୃଷ୍ଟିରେ ଚାହିଁଲେ; ସେଥିରେ ଆଜି କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ, ଏହି ଯେଉଁ କଥା ପ୍ରଭୁ ପିତରଙ୍କୁ କହିଥିଲେ ତାହା ତାହାଙ୍କ ମନରେ ପଡ଼ିଲା,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

61 ପ୍ରଭୁ ବୁଲି ପଡ଼ି ଏକ ଦୃଷ୍ଟିରେ ପିତରଙ୍କୁ ଅନାଇଲେ ଏବଂ ପ୍ରଭୁ ତାଙ୍କୁ ଯାହା କହିଥିଲେ, ତାହା ତାଙ୍କର ମନେ ପଡ଼ିଲା - “ଆଜି ରାତିରେ କୁକୁଡ଼ା ଡ଼ାକିବା ପୂର୍ବରୁ ତୁମେ ମୋତେ ତିନିଥର ଅସ୍ୱୀକାର କରିବ।”

Gade chapit la Kopi

ପବିତ୍ର ବାଇବଲ

61 ତା'ପରେ ପ୍ରଭୁ ବୁଲିପଡ଼ି ପିତରଙ୍କୁ ଏକ ଲୟରେ ଗ୍ଭହିଁଲେ। ପିତରଙ୍କର ମନେ ପଡ଼ିଗଲା ଯେ, ପ୍ରଭୁ ପୂର୍ବରୁ କହିଥିଲେ, “ସକାଳେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ଜାଣି ନାହଁ ବୋଲି ତିନିଥର କହିବ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 22:61
19 Referans Kwoze  

କିନ୍ତୁ ସେ କହିଲେ, “ହେ ପିତର, ମୁଁ ତୁମ୍ଭକୁ କହୁଅଛି, ଆଜି କୁକୁଡ଼ା ନ ଡାକୁଣୁ ତୁମ୍ଭେ ଯେ ମୋତେ ଜାଣ, ଏହା ତିନି ଥର ଅସ୍ୱୀକାର କରିବ।”


ତୁମ୍ଭେ ଯାହା ଯାହା କରିଅଛ, ତୁମ୍ଭର ସେହି ସବୁ ଯେତେବେଳେ ଆମ୍ଭେ କ୍ଷମା କରିବା, ସେତେବେଳେ ତୁମ୍ଭେ ସ୍ମରଣ କରି ଲଜ୍ଜିତ ହେବ ଓ ନିଜ ଅପମାନ ହେତୁ ଆଉ କେବେ ଆପଣା ମୁଖ ଫିଟାଇବ ନାହିଁ।” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


ସେ ମନୁଷ୍ୟମାନଙ୍କ ସାକ୍ଷାତରେ ଗାନ କରି କହେ, ‘ମୁଁ ପାପ କରିଅଛି ଓ ନ୍ୟାୟର ବିପରୀତ କରିଅଛି ଓ ତାହା ମୋହର ଲାଭଜନକ ହୋଇ ନାହିଁ।


ଏଣୁ କେଉଁଠାରୁ ତୁମ୍ଭର ପତନ ହୋଇଅଛି, ତାହା ସ୍ମରଣ କରି ମନ-ପରିବର୍ତ୍ତନ କର ଓ ଆଦ୍ୟ କର୍ମସବୁ କର; ନୋହିଲେ ଯେବେ ମନ-ପରିବର୍ତ୍ତନ ନ କର, ତେବେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ତୁମ୍ଭର ପ୍ରଦୀପ ସ୍ୱସ୍ଥାନରୁ ଘୁଞ୍ଚାଇଦେବୁ।


ଅତଏବ ତୁମ୍ଭେମାନେ ପୂର୍ବରେ ଯେତେବେଳେ ଶରୀର ସମ୍ବନ୍ଧରେ ଅଣଯିହୁଦୀ ଥିଲ ଓ ଶାରୀରିକ ଭାବେ ହସ୍ତକୃତ ସୁନ୍ନତ ଲୋକମାନଙ୍କ ଦ୍ୱାରା ଅସୁନ୍ନତ ବୋଲି ଖ୍ୟାତ ହେଉଥିଲ,


ପୁଣି, ସେ ଯେପରି ଇସ୍ରାଏଲକୁ ମନ-ପରିବର୍ତ୍ତନ ଓ ପାପ କ୍ଷମା ଦାନ କରନ୍ତି, ଏଥିନିମନ୍ତେ ଈଶ୍ବର ଆପଣା ଦକ୍ଷିଣ ହସ୍ତ ଦ୍ୱାରା ଅଧିପତି ଓ ତ୍ରାଣକର୍ତ୍ତା ସ୍ୱରୂପେ ଉନ୍ନତ କରିଅଛନ୍ତି।


ଯୀଶୁ ଉତ୍ତର ଦେଲେ, “ତୁମ୍ଭେ କଅଣ ମୋʼ ନିମନ୍ତେ ନିଜ ପ୍ରାଣ ଦେବ? ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, କୁକୁଡ଼ା ନ ଡାକୁଣୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ।”


କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ମାର୍ଥା, ମାର୍ଥା, ତୁମ୍ଭେ ବହୁତ ବିଷୟରେ ଚିନ୍ତିତ ଓ ବ୍ୟତିବ୍ୟସ୍ତ ହେଉଅଛ,


ତାହାକୁ ଦେଖି ପ୍ରଭୁ ତାହା ପ୍ରତି ଦୟାରେ ବିଗଳିତ ହୋଇ ତାହାକୁ କହିଲେ, “ରୋଦନ କର ନାହିଁ।”


ସେହିକ୍ଷଣି ଯୀଶୁ ଆପଣାଠାରୁ ଶକ୍ତି ନିର୍ଗତ ହେବା ଅନ୍ତରରେ ଜ୍ଞାତ ହୋଇ ଲୋକଗହଳି ମଧ୍ୟରେ ବୁଲିପଡ଼ି କହିଲେ, “କିଏ ମୋହର ଲୁଗା ଛୁଇଁଲା?”


ସେହିକ୍ଷଣି କୁକୁଡ଼ା ରାବିଲା। ଏଥିରେ “କୁକୁଡ଼ା ରାବିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ,” ଏହି ଯେଉଁ କଥା ଯୀଶୁ କହିଥିଲେ, ତାହା ପିତରଙ୍କ ମନରେ ପଡ଼ିଲା, ଆଉ ସେ ବାହାରକୁ ଯାଇ ଅତ୍ୟନ୍ତ ବ୍ୟାକୁଳ ହୋଇ ରୋଦନ କଲେ।


ଯୀଶୁ ତାହାଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଏହି ରାତିରେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ।”


ହେ ଇଫ୍ରୟିମ, ଆମ୍ଭେ କିପରି ତୁମ୍ଭକୁ ତ୍ୟାଗ କରିବା? ହେ ଇସ୍ରାଏଲ, ଆମ୍ଭେ କିପରି ତୁମ୍ଭକୁ ସମର୍ପି ଦେବା? ଆମ୍ଭେ କିପରି ତୁମ୍ଭକୁ ଅଦ୍ମାର ନଗରୀ ତୁଲ୍ୟ କରିବା? ଆମ୍ଭେ କିପରି ତୁମ୍ଭକୁ ସବୋୟୀମର ନଗରୀ ତୁଲ୍ୟ ରଖିବା? ଆମ୍ଭ ହୃଦୟ ଆମ୍ଭ ଅନ୍ତରରେ ବ୍ୟାକୁଳ ହେଉଅଛି, ଆମ୍ଭର ବିବିଧ ସ୍ନେହ ଏକତ୍ର ପ୍ରଜ୍ୱଳିତ ହେଉଅଛି।


ସେଥିରେ ଯୋହନ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ପାଖକୁ ଡାକି ପ୍ରଭୁଙ୍କ ନିକଟକୁ ଏହା କହି ପଠାଇଲେ, ଆପଣ କଅଣ ସେହି ବ୍ୟକ୍ତି ଯାହାଙ୍କର ଆଗମନ ହେବ, ନା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ?


କିନ୍ତୁ ପିତର କହିଲେ, ଭାଇ, ତୁମ୍ଭେ ଯାହା କହୁଅଛ, ମୁଁ ତାହା ଜାଣେ ନାହିଁ। ସେହିକ୍ଷଣି ସେ କହୁ କହୁ କୁକୁଡ଼ା ରାବିଲା;


ଆଉ ସେ ବାହାରକୁ ଯାଇ ଅତ୍ୟନ୍ତ ବ୍ୟାକୁଳ ହୋଇ ରୋଦନ କଲେ।


Swiv nou:

Piblisite


Piblisite