Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 22:69 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

69 କିନ୍ତୁ ଏହାପରେ ମନୁଷ୍ୟପୁତ୍ର ଈଶ୍ବରଙ୍କ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହେବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

69 କିନ୍ତୁ ଅଦ୍ୟାବଧି ମନୁଷ୍ୟପୁତ୍ର ଈଶ୍ଵରଙ୍କ ପରାକ୍ରମର ଦକ୍ଷିଣ ପାର୍ଶ୍ଵରେ ଉପବିଷ୍ଟ ହେବେ।

Gade chapit la Kopi

ଓଡିଆ ବାଇବେଲ

69 କିନ୍ତୁ ଏହାପରେ ମନୁଷ୍ୟପୁତ୍ର ଈଶ୍ୱରଙ୍କ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହେବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

69 କିନ୍ତୁ ବର୍ତ୍ତମାନଠାରୁ ମନୁଷ୍ୟପୁତ୍ର ସର୍ବଶକ୍ତିମାନ୍ ଈଶ୍ୱରଙ୍କର ଦକ୍ଷିଣ ପାଶ୍ୱର୍ରେ ଉପବିଷ୍ଟ ହେବେ।”

Gade chapit la Kopi

ପବିତ୍ର ବାଇବଲ

69 କିନ୍ତୁ ବର୍ତ୍ତମାନଠାରୁ ମନୁଷ୍ୟପୁତ୍ର ପରମେଶ୍ୱରଙ୍କ ସିଂହାସନରେ ଡାହାଣ ପଟେ ବସିବେ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 22:69
19 Referans Kwoze  

ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରିଅଛନ୍ତି,


ଏହି ରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ୱର୍ଗରେ ଗୃହୀତ ହୋଇ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ବସିଲେ।


ସଦାପ୍ରଭୁ ମୋʼ ପ୍ରଭୁଙ୍କୁ କହନ୍ତି, “ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।”


ଯୀଶୁ କହିଲେ, “ମୁଁ ସେହି; ପୁଣି, ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ।”


ଯୀଶୁ ତାହାଙ୍କୁ କହିଲେ, “ଆପଣ କହିଅଛନ୍ତି; ଆହୁରି ମୁଁ ଆପଣମାନଙ୍କୁ କହୁଅଛି, ଅଦ୍ୟାବଧି ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ।”


‘ଯଥା, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।’


ପରେ ଦୂତ ମୋତେ ଜୀବନଦାୟକ ଜଳର ଗୋଟିଏ ନଦୀ ଦେଖାଇଲେ, ତାହା ସ୍ଫଟିକ ସଦୃଶ ଉଜ୍ଜ୍ୱଳ, ପୁଣି, ଈଶ୍ବର ଓ ମେଷଶାବକଙ୍କ ସିଂହାସନରୁ ନିର୍ଗତ ହୋଇ ନଗରର ପଥ ମଧ୍ୟ ଦେଇ ପ୍ରବାହିତ ହେଉଅଛି।


ମୁଁ ଯେପରି ଜୟ କରି ମୋହର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋହର ସିଂହାସନରେ ବସିବାକୁ ଦେବି।


ସେହି ଯୀଶୁ ଖ୍ରୀଷ୍ଟ ସ୍ୱର୍ଗାରୋହଣ କରି ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଅଛନ୍ତି, ଆଉ ଦୂତମାନେ, କ୍ଷମତାବାନ ଓ ଶକ୍ତିଶାଳୀମାନେ ତାହାଙ୍କ ବଶୀଭୂତ ହୋଇଅଛନ୍ତି।


ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନକୁ ସହ୍ୟ କଲେ ଏବଂ ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ବରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି।


ଆମ୍ଭେମାନେ ଯାହା କହୁଅଛୁ, ସେଥିର ପ୍ରଧାନ ବିଷୟ ଏହି, ଆମ୍ଭମାନଙ୍କର ଏପରି ଜଣେ ମହାଯାଜକ ଅଛନ୍ତି, ଯେ ସ୍ୱର୍ଗରେ ମହାମହିମଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି;


ତୁମ୍ଭେମାନେ ଯେବେ ଖ୍ରୀଷ୍ଟଙ୍କ ସହିତ ଉତ୍ଥିତ ହୋଇଅଛ, ତେବେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଖ୍ରୀଷ୍ଟଙ୍କର ଯେଉଁ ବାସସ୍ଥାନ, ସେହି ଊର୍ଦ୍ଧ୍ୱସ୍ଥାନ ବିଷୟସବୁ ଅନ୍ୱେଷଣ କର।


କିଏ ଦଣ୍ଡାଜ୍ଞା ଦେବ? ଖ୍ରୀଷ୍ଟ ଯୀଶୁ ତ ମୃତ୍ୟୁଭୋଗ କଲେ, ବରଂ ସେ ଉତ୍ଥାପିତ ହେଲେ, ସେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି, ସେ ମଧ୍ୟ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରୁଅଛନ୍ତି।


ପୁଣି, ମୁଁ ଯଦି ପ୍ରଶ୍ନ କରେ, ଆପଣମାନେ ଉତ୍ତର ଦେବେ ନାହିଁ।


Swiv nou:

Piblisite


Piblisite