Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ହେରୋଦ ମଧ୍ୟ ପାଇ ନାହାନ୍ତି କାରଣ ସେ ତାହାକୁ ଆମ୍ଭମାନଙ୍କ ନିକଟକୁ ପୁଣି ପଠାଇଦେଲେ; ଆଉ ଦେଖ, ଏହି ବ୍ୟକ୍ତି ପ୍ରାଣଦଣ୍ଡ ଯୋଗ୍ୟ କୌଣସି କର୍ମ କରି ନାହିଁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ହେରୋଦ ମଧ୍ୟ ପାଇ ନାହାନ୍ତି, କାରଣ ସେ ତାହାକୁ ଆମ୍ଭମାନଙ୍କ ନିକଟକୁ ପୁଣି ପଠାଇ ଦେଲେ; ଆଉ ଦେଖ, ଏ ପ୍ରାଣଦଣ୍ତଯୋଗ୍ୟ କୌଣସି କର୍ମ କରି ନାହିଁ;

Gade chapit la Kopi

ଓଡିଆ ବାଇବେଲ

15 କାରଣ ସେ ତାହାକୁ ଆମ୍ଭମାନଙ୍କ ନିକଟକୁ ପୁଣି, ପଠାଇଦେଲେ; ଆଉ ଦେଖ, ଏହି ବ୍ୟକ୍ତି ପ୍ରାଣଦଣ୍ଡ ଯୋଗ୍ୟ କୌଣସି କର୍ମ କରି ନାହିଁ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ହେରୋଦ ମଧ୍ୟ ତା’ର କୌଣସି ଦୋଷ ପାଇ ନାହାନ୍ତି। ତେଣୁ ସେ ତାକୁ ମୋ’ ନିକଟକୁ ପଠାଇ ଦେଇଛନ୍ତି। ମୃତ୍ୟୁ ଦଣ୍ଡ ଭୋଗିବା ଭଳି ଏ ଲୋକ କୌଣସି ଦୋଷ କରି ନାହିଁ।

Gade chapit la Kopi

ପବିତ୍ର ବାଇବଲ

15 ତାଛଡ଼ା ହେରୋଦ ମଧ୍ୟ ତାହାଙ୍କଠାରେ କୌଣସି ଭୁଲ୍ ଦେଖି ନାହାନ୍ତି। ହେରୋଦ ଆମ୍ଭ ପାଖକୁ ଯୀଶୁଙ୍କୁ ପଠାଇ ଦେଇଛନ୍ତି। ଦେଖ, ଯୀଶୁ କିଛି ହେଲେ ଭୁଲ୍ କାମ କରି ନାହାନ୍ତି। ତେଣୁ ତାହାଙ୍କୁ ବଧ କରିବା ଠିକ୍ ହେବ ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 23:15
3 Referans Kwoze  

ଏଥିରେ ଅଧ୍ୟକ୍ଷ ଓ କ୍ଷିତିପାଳମାନେ ରାଜକର୍ମ ବିଷୟରେ ଦାନିୟେଲଙ୍କର ଦୋଷ ଅନୁସନ୍ଧାନ କଲେ; ମାତ୍ର ସେମାନେ କୌଣସି ଦୋଷ ଅବା ଅପରାଧ ପାଇ ପାରିଲେ ନାହିଁ, କାରଣ ସେ ବିଶ୍ୱସ୍ତ ଥିଲେ ଓ ତାଙ୍କର କୌଣସି ଭ୍ରାନ୍ତି ଅବା ଅପରାଧ ଦେଖାଗଲା ନାହିଁ।


କିନ୍ତୁ ହେରୋଦ କହିଲେ, ଯୋହନଙ୍କ ମସ୍ତକ ଆମ୍ଭେ ତ କାଟିଅଛୁ, ମାତ୍ର ଯାହାଙ୍କ ବିଷୟରେ ଆମ୍ଭେ ଏପ୍ରକାର କଥା ଶୁଣୁଅଛୁ, ଏ କିଏ? ଆଉ ସେ ତାହାଙ୍କୁ ଦେଖିବା ନିମନ୍ତେ ଚେଷ୍ଟା କରୁଥିଲେ।


ସେହି ସମୟରେ ସାମନ୍ତରାଜା ହେରୋଦ ଯୀଶୁଙ୍କ ବିଷୟରେ ସମ୍ବାଦ ଶୁଣି ଆପଣା ଦାସମାନଙ୍କୁ କହିଲେ,


Swiv nou:

Piblisite


Piblisite