Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଥିରେ ପୀଲାତ ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କର ରାଜା? ସେ ତାହାଙ୍କୁ ଉତ୍ତର ଦେଲେ, “ଆପଣ କହୁଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏଥିରେ ପୀଲାତ ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କର ରାଜା? ସେ ତାଙ୍କୁ ଉତ୍ତର ଦେଲେ, ଆପଣ କହୁଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

3 ଏଥିରେ ପୀଲାତ ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କି ଯିହୂଦୀମାନଙ୍କର ରାଜା ? ସେ ତାହାଙ୍କୁ ଉତ୍ତର ଦେଲେ, ଆପଣ କହୁଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ପିଲାତ ତାଙ୍କୁ ପଚାରିଲେ, “ତୁମେ କ’ଣ ଯିହୁଦୀମାନଙ୍କର ରାଜା?” ଯୀଶୁ ଉତ୍ତର ଦେଲେ, “ତୁମେ ତ କହୁଛ।”

Gade chapit la Kopi

ପବିତ୍ର ବାଇବଲ

3 ପୀଲାତ ଯୀଶୁଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ଯିହୂଦୀମାନଙ୍କର ରାଜା?” ଯୀଶୁ ଉତ୍ତର ଦେଲେ, “ହଁ ତାହା ଠିକ୍ କଥା।”

Gade chapit la Kopi




ଲୂକ ଲିଖିତ ସୁସମାଚାର 23:3
14 Referans Kwoze  

ସମସ୍ତଙ୍କ ଜୀବନଦାତା ଈଶ୍ବରଙ୍କ ସାକ୍ଷାତରେ, ପୁଣି, ପନ୍ତିୟ ପୀଲାତଙ୍କ ସମ୍ମୁଖରେ ଉତ୍ତମ ସାକ୍ଷ୍ୟଦାତା ଖ୍ରୀଷ୍ଟ ଯୀଶୁଙ୍କ ସାକ୍ଷାତରେ, ମୁଁ ତୁମ୍ଭକୁ ଆଦେଶ ଦେଉଅଛି,


ନିଥନିୟେଲ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ ଆପଣ ଈଶ୍ବରଙ୍କ ପୁତ୍ର, ଆପଣ ଇସ୍ରାଏଲର ରାଜା।


ସେଥିରେ ସମସ୍ତେ ପଚାରିଲେ, ତେବେ ତୁମ୍ଭେ କଅଣ ଈଶ୍ବରଙ୍କ ପୁତ୍ର? ସେ ସେମାନଙ୍କୁ କହିଲେ, “ମୁଁ ସେହି ବୋଲି ଆପଣମାନେ କହୁଅଛନ୍ତି।”


ପୀଲାତ ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କର ରାଜା? ସେ ତାହାଙ୍କୁ ଉତ୍ତର ଦେଲେ, “ଆପଣ କହୁଅଛନ୍ତି।”


ସେମାନେ ତାହାଙ୍କ ନିକଟକୁ ଆସି କହିଲେ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର; ପୁଣି, ସେମାନେ ତାହାଙ୍କୁ ଚାପୁଡ଼ା ମାରିବାକୁ ଲାଗିଲେ।


ପୁଣି, ତାହାଙ୍କ ଊର୍ଦ୍ଧ୍ୱରେ ଏହି ଲିପି ମଧ୍ୟ ଲେଖା ଥିଲା, “ଏ ଯିହୁଦୀମାନଙ୍କର ରାଜା।”


ଇସ୍ରାଏଲର ରାଜା ଖ୍ରୀଷ୍ଟ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସନ୍ତୁ, ଯେପରି ଆମ୍ଭେମାନେ ତାହା ଦେଖି ବିଶ୍ୱାସ କରିବା। ପୁଣି, ଯେଉଁମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ନିନ୍ଦା କରିବାକୁ ଲାଗିଲେ।


ଆଉ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କର ବନ୍ଦନା କରିବାକୁ ଲାଗିଲେ।


ଇତିମଧ୍ୟରେ ଯୀଶୁ ଶାସନକର୍ତ୍ତାଙ୍କ ସମ୍ମୁଖରେ ଠିଆ କରାଗଲେ, ଆଉ ଶାସନକର୍ତ୍ତା ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କ ରାଜା? ଯୀଶୁ କହିଲେ, “ଆପଣ କହୁଅଛନ୍ତି।”


ଅତଏବ, ପୀଲାତ ସେମାନଙ୍କ ନିକଟକୁ ବାହାରି ଆସି ପଚାରିଲେ, ଏ ଲୋକ ବିରୁଦ୍ଧରେ ତୁମ୍ଭେମାନେ କେଉଁ ଅଭିଯୋଗ ଆଣୁଅଛ?


Swiv nou:

Piblisite


Piblisite