Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 କାରଣ ଲୋକେ ଯଦି ସତେଜ ବୃକ୍ଷ ପ୍ରତି ଏହା କରନ୍ତି, ତେବେ ଶୁଷ୍କ ବୃକ୍ଷ ପ୍ରତି କଅଣ ନ ଘଟିବ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 କାରଣ ଲୋକେ ଯଦି ସତେଜ ବୃକ୍ଷ ପ୍ରତି ଏହା କରନ୍ତି, ତେବେ ଶୁଷ୍କ ବୃକ୍ଷ ପ୍ରତି କଅଣ ନ ଘଟିବ?

Gade chapit la Kopi

ଓଡିଆ ବାଇବେଲ

31 କାରଣ ଲୋକେ ଯଦି ସତେଜ ବୃକ୍ଷ ପ୍ରତି ଏହା କରନ୍ତି, ତେବେ ଶୁଷ୍କ ବୃକ୍ଷ ପ୍ରତି କ'ଣ ନ ଘଟିବ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

31 କାରଣ ବୃକ୍ଷ ସତେଜ ଥିବା ସମୟରେ ଯଦି ଏହିପରି ଘଟଣାସବୁ ଘଟେ, ତାହା ଶୁଷ୍କ ହୋଇଗଲେ କ’ଣ ନ ହେବ?”

Gade chapit la Kopi

ପବିତ୍ର ବାଇବଲ

31 ବର୍ତ୍ତମାନ ସମୟରେ ଯେତେବେଳେ ଜୀବନ ଭଲରେ କଟୁଛି, ସେତେବେଳେ ଲୋକେ ଯଦି ଏଭଳି ବ୍ୟବହାର କରିବେ, ତେବେ ଯେତେବେଳେ ଖରାପ ସମୟ ଆସିବ, ସେତେବେଳେ ଅବସ୍ଥା କ’ଣ ହେବ?”

Gade chapit la Kopi




ଲୂକ ଲିଖିତ ସୁସମାଚାର 23:31
13 Referans Kwoze  

କେହି ଯେବେ ମୋʼ ଠାରେ ନ ରହେ, ତାହାହେଲେ ସେ ଶାଖା ପରି ବାହାରେ ପକାଇ ଦିଆଯାଏ ଓ ଶୁଖିଯାଏ, ପୁଣି, ଲୋକେ ସେଗୁଡ଼ାକ ଏକାଠି କରି ନିଆଁରେ ପକାଇ ଦିଅନ୍ତି ଓ ସେଗୁଡ଼ାକ ପୋଡ଼ିଯାଏ।


ଦେଖ, ପୃଥିବୀରେ ଧାର୍ମିକଗଣ ହିଁ ପ୍ରତିଫଳ ପାʼନ୍ତି, ତେବେ ଦୁଷ୍ଟ ଓ ପାପୀଗଣ କʼଣ ତତୋଧିକ ପାଇବେ ନାହିଁ?


ତାହାଙ୍କ ହାତରେ କୁଲା ଅଛି, ଆଉ ସେ ନିଜ ଖଳା ଉତ୍ତମଭାବେ ପରିଷ୍କାର କରି ଆପଣା ଗହମ ଅମାରରେ ଏକାଠି କରି ରଖିବେ, କିନ୍ତୁ ଅଗାଡ଼ିଯାକ ଲିଭୁ ନ ଥିବା ଅଗ୍ନିରେ ପୋଡ଼ି ପକାଇବେ।”


କାରଣ ଦେଖ, ଆମ୍ଭେ ଆମ୍ଭ ନାମରେ ଖ୍ୟାତ ନଗର ପ୍ରତି ଅମଙ୍ଗଳ ଘଟାଇବାକୁ ଆରମ୍ଭ କରିଅଛୁ ଓ ତୁମ୍ଭେମାନେ କି ନିତାନ୍ତ ଅଦଣ୍ଡିତ ହେବ? ତୁମ୍ଭେମାନେ ଅଦଣ୍ଡିତ ହେବ ନାହିଁ, କାରଣ ଆମ୍ଭେ ପୃଥିବୀନିବାସୀ ସମସ୍ତଙ୍କ ଉପରେ ଖଡ୍ଗ ଆହ୍ୱାନ କରିବା,’ ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ସେମାନେ ନିର୍ଭୟରେ ତୁମ୍ଭମାନଙ୍କ ସହିତ ଭୋଜନପାନ କରି ତୁମ୍ଭମାନଙ୍କ ପ୍ରେମଭୋଜିର କଳଙ୍କ ସ୍ୱରୂପ ଅଟନ୍ତି; ସେମାନେ ଆପଣା ଆପଣା ଉଦର ପରିପୂର୍ଣ୍ଣ କରନ୍ତି; ସେମାନେ ବାୟୁଚାଳିତ ଜଳଶୂନ୍ୟ ମେଘ ତୁଲ୍ୟ; ସେମାନେ ଦୁଇ ଥର ମୃତ, ମୂଳରୁ ଉତ୍ପାଟିତ ହେମନ୍ତ କାଳର ଫଳଶୂନ୍ୟବୃକ୍ଷ ସଦୃଶ;


କିନ୍ତୁ ତାହା ଯଦି କଣ୍ଟା ଓ ଅଗରା ଗଛ ଉତ୍ପନ୍ନ କରେ, ତେବେ ତାହା ଅଗ୍ରାହ୍ୟ ହୋଇ ଅବିଳମ୍ବେ ଶାପଗ୍ରସ୍ତ ହୁଏ, ପୁଣି, ତାହାର ଶେଷ ଦଶା ଅଗ୍ନିଦାହ।


ପୁଣି, ତିନି କୋଡ଼ି ଦୁଇ ସପ୍ତାହ ଉତ୍ତାରେ ଅଭିଷିକ୍ତ ବ୍ୟକ୍ତି ଉଚ୍ଛିନ୍ନ ହେବେ ଓ ସେ ଅକିଞ୍ଚନା ହେବେ; ଆଉ, ଆଗାମୀ ଅଧିପତିର ଲୋକମାନେ ନଗର ଓ ଧର୍ମଧାମ ନଷ୍ଟ କରିବେ ଓ ପ୍ଲାବନ ଦ୍ୱାରା ତାହାର ଶେଷ ହେବ, ପୁଣି ଶେଷ ପର୍ଯ୍ୟନ୍ତ ହିଁ ଯୁଦ୍ଧ ହେବ; ନାନା ଉଚ୍ଛିନ୍ନତା ନିରୂପିତ ହୋଇଅଛି।


ସେତେବେଳେ ‘ଲୋକେ ପର୍ବତମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କ ଉପରେ ପଡ଼,’ ‘ଆଉ ଉପପର୍ବତମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କୁ ଘୋଡ଼ାଇ ପକାଅ।’


ପୁଣି, ପ୍ରାଣଦଣ୍ଡ ଭୋଗିବା ନିମନ୍ତେ ଦୁଇ ଜଣ ଦୁଷ୍କର୍ମକାରୀ ମଧ୍ୟ ତାହାଙ୍କ ସାଙ୍ଗରେ ନିଆଯାଉଥିଲେ।


Swiv nou:

Piblisite


Piblisite