Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 କିନ୍ତୁ ଅନ୍ୟ ଜଣକ ତାହାକୁ ଧମକ ଦେଇ ଉତ୍ତର ଦେଲା, ତୁ ସମାନ ଦଣ୍ଡ ତ ପାଉଅଛୁ, ତୁ ଈଶ୍ବରଙ୍କୁ କଅଣ ଭୟ ମଧ୍ୟ କରୁ ନାହୁଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 କିନ୍ତୁ ଅନ୍ୟ ଜଣକ ତାହାକୁ ଧମକ ଦେଇ ଉତ୍ତର ଦେଲା, ତୁ ସମାନ ଦଣ୍ତ ତ ପାଉଛୁ, ତୁ ଈଶ୍ଵରଙ୍କୁ କଅଣ ଭୟ ମଧ୍ୟ କରୁ ନାହୁଁ?

Gade chapit la Kopi

ଓଡିଆ ବାଇବେଲ

40 କିନ୍ତୁ ଅନ୍ୟ ଜଣକ ତାହାକୁ ଧମକ ଦେଇ ଉତ୍ତର ଦେଲା, ତୁ ସମାନ ଦଣ୍ଡ ତ ପାଉଅଛୁ, ତୁ ଈଶ୍ୱରଙ୍କୁ କ'ଣ ଭୟ ମଧ୍ୟ କରୁ ନାହୁଁ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

40 କିନ୍ତୁ ଅନ୍ୟ ଜଣକ ତାକୁ ଅନୁଯୋଗ କରି କହିଲା, “ତୁ କ’ଣ ଈଶ୍ୱରଙ୍କୁ ଭୟ କରୁ ନାହୁଁ? ସେ ଯେଉଁ ଦଣ୍ଡ ପାଇଛନ୍ତି, ତୁ ମଧ୍ୟ ଠିକ୍ ସେହି ଦଣ୍ଡ ଭୋଗୁଛୁ।

Gade chapit la Kopi

ପବିତ୍ର ବାଇବଲ

40 କିନ୍ତୁ ଅନ୍ୟ ଅପରାଧୀଟି ତାହାକୁ ଗାଳି କରି କହିଲା, “ତୁ କ’ଣ ପରମେଶ୍ୱରଙ୍କୁ ମଧ୍ୟ ଭୟ କରୁ ନାହୁଁ? ଆମ୍ଭେମାନେ ଖୁବ୍ ଶୀଘ୍ର ମରିବାକୁ ଯାଉଛୁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 23:40
12 Referans Kwoze  

ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ, ଯେଣୁ ତୁମ୍ଭର ନ୍ୟାୟ କର୍ମସମୂହ ପ୍ରକାଶିତ ହୋଇଅଛି।”


ଅନ୍ଧକାରର ନିଷ୍ଫଳ କର୍ମସବୁର ସହଭାଗୀ ହୁଅ ନାହିଁ, ବରଂ ସେସବୁର ଦୋଷ ହିଁ ଦେଖାଇଦିଅ;


କିନ୍ତୁ କାହାକୁ ଭୟ କରିବ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ବଧ କଲା ଉତ୍ତାରେ ନର୍କରେ ପକାଇବା ନିମନ୍ତେ ଯାହାଙ୍କର ଅଧିକାର ଅଛି, ତାହାଙ୍କୁ ଭୟ କର; ହଁ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତାହାଙ୍କୁ ଭୟ କର।


ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କʼଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ୱୀକାର କରିଅଛନ୍ତି।


ଦୁଷ୍ଟର ଅପରାଧ ମୋʼ ହୃଦୟ ମଧ୍ୟରେ କହେ, ପରମେଶ୍ୱର ବିଷୟକ ଭୟ ତାହାର ଚକ୍ଷୁର ଅଗୋଚର।


ପୁଣି, ସେହି ଆହସ୍‌ ରାଜା ଆପଣାର କ୍ଳେଶ ସମୟରେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆହୁରି ସତ୍ୟ-ଲଙ୍ଘନ କଲେ।


ତୁମ୍ଭେ ମନେ ମନେ ଆପଣା ଭାଇକୁ ଘୃଣା କରିବ ନାହିଁ; ତୁମ୍ଭେ ନିତାନ୍ତ ଆପଣା ପ୍ରତିବାସୀକୁ ଅନୁଯୋଗ କରିବ, ତହିଁରେ ତୁମ୍ଭେ ତାହାର ଅପରାଧ ବୋହିବ ନାହିଁ।


ପୁଣି, ସେମାନେ ଆପଣା ଆପଣା ବେଦନା ଓ କ୍ଷତ ସକାଶେ ସ୍ୱର୍ଗସ୍ଥ ଈଶ୍ବରଙ୍କର ନିନ୍ଦା କଲେ ଆଉ ଆପଣା ଆପଣା କର୍ମରୁ ମନ-ପରିବର୍ତ୍ତନ କଲେ ନାହିଁ।


ସେ ସେମାନଙ୍କୁ କହିଲେ, “ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ?” ସେତେବେଳେ ସେ ଉଠି ପବନ ଓ ସମୁଦ୍ରକୁ ଧମକ ଦେଲେ, ଆଉ ସବୁ ଧିରସ୍ଥିର ହେଲା।


ଆଉ କ୍ରୁଶରେ ଚଢ଼ାଯାଇଥିବା ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ନିନ୍ଦା କରି କହିବାକୁ ଲାଗିଲା, ତୁ କଅଣ ଖ୍ରୀଷ୍ଟ ନୋହୁଁ? ନିଜକୁ ଓ ଆମ୍ଭମାନଙ୍କୁ ରକ୍ଷା କର।


ଆଉ ଆମ୍ଭେମାନେ ସିନା ନ୍ୟାୟଭାବରେ ଦଣ୍ଡ ଭୋଗୁଅଛୁ, କାରଣ ଆମ୍ଭେମାନେ ନିଜ ନିଜ କର୍ମର ସମୁଚିତ ଫଳ ପାଉଅଛୁ, କିନ୍ତୁ ଏହି ବ୍ୟକ୍ତି କୌଣସି ଦୋଷ କରି ନାହାନ୍ତି।


ସେଥିରେ ଯେଉଁମାନେ ପ୍ରାୟ ପାଞ୍ଚଟା ସମୟରେ ମୂଲ ଲଗାଯାଇଥିଲେ, ସେମାନେ ଆସି ଏକ ଦିନର ମୂଲ ଲେଖାଏଁ ପାଇଲେ।


Swiv nou:

Piblisite


Piblisite