Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ପୁଣି, ସେ କହିଲା, ହେ ଯୀଶୁ, ଆପଣ ନିଜ ରାଜ୍ୟରେ ପ୍ରବେଶ କଲେ ମୋତେ ସ୍ମରଣ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ପୁଣି, ସେ କହିଲା, ହେ ଯୀଶୁ, ଆପଣ ନିଜ ରାଜ୍ୟରେ ପ୍ରବେଶ କଲେ ମୋତେ ସ୍ମରଣ କରିବେ।

Gade chapit la Kopi

ଓଡିଆ ବାଇବେଲ

42 ପୁଣି, ସେ କହିଲା, ହେ ଯୀଶୁ , ଆପଣ ନିଜ ରାଜ୍ୟରେ ପ୍ରବେଶ କଲେ ମୋତେ ସ୍ମରଣ କରିବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

42 ପୁଣି ସେ ଯୀଶୁଙ୍କୁ କହିଲା, “ଯୀଶୁ, ଆପଣ ଯେତେବେଳେ ନିଜ ରାଜ୍ୟରେ ପ୍ରବେଶ କରିବେ, ଦୟା କରି ମୋତେ ସ୍ମରଣ କରିବେ।”

Gade chapit la Kopi

ପବିତ୍ର ବାଇବଲ

42 ତା'ପରେ ସେହି ଅପରାଧୀଟି ଯୀଶୁଙ୍କୁ କହିଲା, “ଯୀଶୁ, ଆପଣ ଯେତେବେଳେ ରାଜା ଭାବରେ ଆପଣଙ୍କ ଶାସନ ଆରମ୍ଭ କରିବେ, ସେତେବେଳେ ମୋତେ ମନେ ପକାଇବେ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 23:42
20 Referans Kwoze  

ସେମାନେ କହିଲେ, ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କର, ତାହାହେଲେ ତୁମ୍ଭେ ଏବଂ ତୁମ୍ଭ ସପରିବାର ପରିତ୍ରାଣ ପାଇବ।


“ଆଉ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଲୋକମାନଙ୍କ ଆଗରେ ମୋତେ ସ୍ୱୀକାର କରିବେ, ମନୁଷ୍ୟପୁତ୍ର ମଧ୍ୟ ଈଶ୍ବରଙ୍କ ଦୂତମାନଙ୍କ ସାକ୍ଷାତରେ ତାହାକୁ ସ୍ୱୀକାର କରିବେ;


କିନ୍ତୁ କରଗ୍ରାହୀ ଦୂରରେ ଠିଆ ହୋଇ ସ୍ୱର୍ଗ ଆଡ଼େ ଅନେଇବାକୁ ସୁଦ୍ଧା ସାହସ କଲା ନାହିଁ, କିନ୍ତୁ ନିଜ ଛାତିରେ ମାରିହୋଇ କହିବାକୁ ଲାଗିଲା, ‘ହେ ଈଶ୍ବର, ମୁଁ ପାପୀ ମୋତେ ଦୟା କରନ୍ତୁ।’


ଯେ କେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ, ସେ ଈଶ୍ବରଙ୍କଠାରୁ ଜାତ; ଆଉ, ଯେ କେହି ଜନ୍ମଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ।


ଈଶ୍ବରଙ୍କ ପ୍ରତି ମନ-ପରିବର୍ତ୍ତନ ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତି ବିଶ୍ୱାସ ବିଷୟରେ ଯିହୁଦୀ ଓ ଗ୍ରୀକ୍‍ମାନଙ୍କ ପାଖରେ ସାକ୍ଷ୍ୟ ଦେଉଥିଲି, ତାହା ତୁମ୍ଭେମାନେ ଜାଣ।


ଏହି ସମସ୍ତ ଦୁଃଖଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କଅଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା?”


ଖ୍ରୀଷ୍ଟଙ୍କ ଦୁଃଖଭୋଗ ଓ ତତ୍ପରବର୍ତ୍ତୀ ଗୌରବ ବିଷୟରେ ପୂର୍ବରୁ ପ୍ରମାଣଦାତା ଯେ ସେମାନଙ୍କର ମଧ୍ୟବର୍ତ୍ତୀ ଖ୍ରୀଷ୍ଟଙ୍କର ଆତ୍ମା, ସେ କେଉଁ କାଳକୁ ଲକ୍ଷ୍ୟ କରୁଅଛନ୍ତି, ତାହା ସେମାନେ ଅନୁସନ୍ଧାନ କଲେ।


ଥୋମା ତାହାଙ୍କୁ ଉତ୍ତର ଦେଲେ, ମୋହର ପ୍ରଭୁ, ମୋହର ଈଶ୍ବର।


ନିଥନିୟେଲ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ ଆପଣ ଈଶ୍ବରଙ୍କ ପୁତ୍ର, ଆପଣ ଇସ୍ରାଏଲର ରାଜା।


“ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।”


ଆଉ ଆମ୍ଭେମାନେ ସିନା ନ୍ୟାୟଭାବରେ ଦଣ୍ଡ ଭୋଗୁଅଛୁ, କାରଣ ଆମ୍ଭେମାନେ ନିଜ ନିଜ କର୍ମର ସମୁଚିତ ଫଳ ପାଉଅଛୁ, କିନ୍ତୁ ଏହି ବ୍ୟକ୍ତି କୌଣସି ଦୋଷ କରି ନାହାନ୍ତି।


ସେଥିରେ ସେ ତାହାକୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ତୁମ୍ଭେ ମୋହର ସହିତ ପାରଦୀଶରେ ଉପସ୍ଥିତ ହେବ।”


Swiv nou:

Piblisite


Piblisite