Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:56 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

56 ପୁଣି, ସେମାନେ ବାହୁଡ଼ିଯାଇ ସୁଗନ୍ଧିଦ୍ରବ୍ୟ ଓ ତୈଳ ପ୍ରସ୍ତୁତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

56 ପୁଣି ସେମାନେ ବାହୁଡ଼ିଯାଇ ସୁଗନ୍ଧିଦ୍ରବ୍ୟ ଓ ତୈଳ ପ୍ରସ୍ତୁତ କଲେ।

Gade chapit la Kopi

ଓଡିଆ ବାଇବେଲ

56 ପୁଣି, ସେମାନେ ବାହୁଡ଼ିଯାଇ ସୁଗନ୍ଧିଦ୍ରବ୍ୟ ଓ ତୈଳ ପ୍ରସ୍ତୁତ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

56 ତା’ପରେ ସେମାନେ ଘରକୁ ଫେରିଯଇ ମୃତ ଦେହରେ ମଖାଇବା ପାଇଁ ସୁଗନ୍ଧ ଦ୍ରବ୍ୟ ଓ ତୈଳ ପ୍ରସ୍ତୁତ କଲେ। କିନ୍ତୁ ବ୍ୟବସ୍ଥା ଅନୁସାରେ ସେହି ଦିନ ବିଶ୍ରାମବାର ଥିବାରୁ ସେମାନେ ବିଶ୍ରାମ କଲେ।

Gade chapit la Kopi

ପବିତ୍ର ବାଇବଲ

56 ତା'ପରେ ସେହି ସ୍ତ୍ରୀ ଲୋକମାନେ ଯୀଶୁଙ୍କ ଶରୀରରେ ଲଗାଇବା ପାଇଁ ସୁଗନ୍ଧିତ ଦ୍ରବ୍ୟ ପ୍ରସ୍ତୁତ କରିବାକୁ ସେଠାରୁ ଗ୍ଭଲିଗଲେ। ବିଶ୍ରାମ ଦିବସରେ ସେମାନେ ବିଶ୍ରାମ ନେଲେ। କାରଣ ମୋଶାଙ୍କ ନିୟମ ଲୋକମାନଙ୍କୁ ଏହା କରିବାକୁ ଆଜ୍ଞା ଦେଇଥାଏ।

Gade chapit la Kopi




ଲୂକ ଲିଖିତ ସୁସମାଚାର 23:56
9 Referans Kwoze  

ଆଉ ବିଶ୍ରାମବାର ଦିନରେ ସେମାନେ ବିଧି ଅନୁସାରେ ବିଶ୍ରାମ କଲେ, କିନ୍ତୁ ସପ୍ତାହର ପ୍ରଥମ ଦିନର ଅତି ପ୍ରତ୍ୟୁଷରେ ସେମାନେ ସେମାନଙ୍କ ପ୍ରସ୍ତୁତ ସୁଗନ୍ଧିଦ୍ରବ୍ୟ ଘେନି ସମାଧି-ସ୍ଥାନ ନିକଟକୁ ଗଲେ।


ବିଶ୍ରାମବାର ବିତିଗଲା ଉତ୍ତାରେ ମଗ୍‌ଦଲୀନୀ ମରୀୟମ, ଯାକୁବଙ୍କ ମାତା ମରୀୟମ ଓ ଶଲୋମୀ ସୁଗନ୍ଧିଦ୍ରବ୍ୟ କିଣିଲେ, ଯେପରି ସେମାନେ ଯାଇ ତାହାଙ୍କୁ ମଖାଇଦେଇ ପାରନ୍ତି।


ମାତ୍ର ସପ୍ତମ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ; ତହିଁରେ ତୁମ୍ଭେ, ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ତୁମ୍ଭର ଦାସୀ, ତୁମ୍ଭର ଗୋରୁ, କି ତୁମ୍ଭର ଗର୍ଦ୍ଦଭ, ତୁମ୍ଭର କୌଣସି ପଶୁ, କି ତୁମ୍ଭର ନଗରଦ୍ୱାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ; ତହିଁରେ ତୁମ୍ଭର ଦାସ ଓ ଦାସୀ ତୁମ୍ଭ ପରି ବିଶ୍ରାମ କରିବେ।


ଏଣୁ ତୁମ୍ଭେମାନେ ବିଶ୍ରାମବାର ପାଳନ କରିବ; କାରଣ ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ଅଟେ; ଯେକେହି ତାହା ଅପବିତ୍ର କରେ, ନିଶ୍ଚୟ ତାହାର ପ୍ରାଣଦଣ୍ଡ ହେବ; ପୁଣି, ଯେକୌଣସି ବ୍ୟକ୍ତି ସେହି ଦିନରେ କାର୍ଯ୍ୟ କରିବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।


ଆଉ ସେ ଦାଉଦ-ନଗରରେ ଆପଣା ପାଇଁ ଯେଉଁ କବର ଖୋଳିଥିଲେ, ତାଙ୍କର ସେହି କବରରେ ଲୋକମାନେ ତାଙ୍କୁ କବର ଦେଲେ ଓ ଗନ୍ଧବଣିକର ପ୍ରକ୍ରିୟାରେ ପ୍ରସ୍ତୁତ ନାନା ପ୍ରକାର ସୁଗନ୍ଧି ଦ୍ରବ୍ୟରେ ପୂର୍ଣ୍ଣ ଶଯ୍ୟାରେ ତାଙ୍କୁ ଶୁଆଇଲେ ଓ ତାଙ୍କ ନିମନ୍ତେ ସେମାନେ ଅତି ବଡ଼ ଦାହ କଲେ।


Swiv nou:

Piblisite


Piblisite