Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 24:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ସେଥିରେ ସେ ସେମାନଙ୍କୁ କହିଲେ, “ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ୱାରା କଥିତ ସମସ୍ତ ବାକ୍ୟରେ ବିଶ୍ୱାସ କରିବାକୁ ଶିଥିଳଚିତ୍ତମାନେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ସେଥିରେ ସେ ସେମାନଙ୍କୁ କହିଲେ, ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ଵାରା କଥିତ ସମସ୍ତ ବାକ୍ୟରେ ବିଶ୍ଵାସ କରିବାକୁ ଶିଥିଳଚିତ୍ତମାନେ,

Gade chapit la Kopi

ଓଡିଆ ବାଇବେଲ

25 ସେଥିରେ ସେ ସେମାନଙ୍କୁ କହିଲେ, ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ୱାରା କଥିତ ସମସ୍ତ ବାକ୍ୟରେ ବିଶ୍ୱାସ କରିବାକୁ ଶିଥିଳଚିତ୍ତମାନେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ତା’ପରେ ଯୀଶୁ ସେମାନଙ୍କୁ କହିଲେ, “ତୁମେ କେଡ଼େ ନିର୍ବୋଧ, ଭାବବାଦୀମାନେ ଯାହା କହି ଯାଇଛନ୍ତି, ସେଥିରେ ବିଶ୍ୱାସ କରିବା ପାଇଁ ତୁମେ କେଡ଼େ ଅପ୍ରସ୍ତୁତ।

Gade chapit la Kopi

ପବିତ୍ର ବାଇବଲ

25 ତା'ପରେ ଯୀଶୁ ସେହି ଦୁଇଜଣ ଲୋକଙ୍କୁ କହିଲେ, “ତୁମ୍ଭେମାନେ କେତେ ବୋକା। ଭବିଷ୍ୟ‌ଦ୍‌ବକ୍ତାମାନେ ଯାହାସବୁ କହିଥିଲେ, ସେହି ସତ୍ୟକୁ ବିଶ୍ୱାସ କରିବାରେ ତୁମ୍ଭେମାନେ କେତେ ମନ୍ଥର।

Gade chapit la Kopi




ଲୂକ ଲିଖିତ ସୁସମାଚାର 24:25
9 Referans Kwoze  

ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆରେ ଅବିଶ୍ୱାସୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ମୋʼ ପାଖକୁ ଆଣ।


ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, “ତୁମ୍ଭେମାନେ ମଧ୍ୟ କଅଣ ସେହିପରି ଅବୋଧ? ଯାହା କିଛି ବାହାରୁ ମନୁଷ୍ୟ ଭିତରେ ପ୍ରବେଶ କରେ, ତାହା ତାହାକୁ ଅଶୁଚି କରିପାରେ ନାହିଁ,


ଏଥିଉତ୍ତାରେ ଏଗାର ଜଣ ଶିଷ୍ୟମାନେ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ୱାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଲେ, ସେମାନଙ୍କ କଥା ସେମାନେ ବିଶ୍ୱାସ କରି ନ ଥିଲେ।


ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖାଅଛି, ସେହିପରି ସେ ପ୍ରୟାଣ କରୁଅଛନ୍ତି ସତ୍ୟ; କିନ୍ତୁ ଯେଉଁ ଲୋକ ଦ୍ୱାରା ମନୁଷ୍ୟପୁତ୍ର ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର; ସେହି ଲୋକର ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।”


ଆଉ, ଆମ୍ଭମାନଙ୍କ ସଙ୍ଗୀମାନଙ୍କ ମଧ୍ୟରୁ କେହି କେହି ସମାଧି ନିକଟକୁ ଯାଇ, ସ୍ତ୍ରୀଲୋକମାନେ ଯେପରି କହିଥିଲେ, ସେପରି ଦେଖିଲେ, କିନ୍ତୁ ଯୀଶୁଙ୍କୁ ଦେଖିଲେ ନାହିଁ।


ତୁମ୍ଭେମାନେ ଧର୍ମଶାସ୍ତ୍ର ଅନୁସନ୍ଧାନ କରୁଅଛ, କାରଣ ସେଥିରେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛ ବୋଲି ମନେ କରୁଅଛ; ଆଉ, ସେହି ଧର୍ମଶାସ୍ତ୍ର ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି।


କାରଣ ଯେଉଁ ଯେଉଁ ଶିକ୍ଷା ମୁଁ ପାଇଥିଲି, ସେଥିମଧ୍ୟରୁ ଏହି ପ୍ରଧାନ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଥିଲି ଯଥା, ଖ୍ରୀଷ୍ଟ ଶାସ୍ତ୍ର ଅନୁସାରେ ଆମ୍ଭମାନଙ୍କ ପାପ ନିମନ୍ତେ ମୃତ୍ୟୁଭୋଗ କଲେ,


Swiv nou:

Piblisite


Piblisite