Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 24:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଆଉ ସେମାନଙ୍କ ସହିତ ଭୋଜନରେ ବସିଲା ଉତ୍ତାରେ ସେ ରୁଟି ଘେନି ଆଶୀର୍ବାଦ କଲେ, ପୁଣି, ତାହା ଭାଙ୍ଗି ସେମାନଙ୍କୁ ଦେବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ଆଉ, ସେମାନଙ୍କ ସହିତ ଭୋଜନରେ ବସିଲା ଉତ୍ତାରେ ସେ ରୋଟୀ ଘେନି ଆଶୀର୍ବାଦ କଲେ, ପୁଣି ତାହା ଭାଙ୍ଗି ସେମାନଙ୍କୁ ଦେବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

30 ଆଉ ସେମାନଙ୍କ ସହିତ ଭୋଜନରେ ବସିଲା ଉତ୍ତାରେ ସେ ରୁଟି ଘେନି ଆଶୀର୍ବାଦ କଲେ, ପୁଣି, ତାହା ଭାଙ୍ଗି ସେମାନଙ୍କୁ ଦେବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

30 ସେମାନଙ୍କ ସହିତ ସେ ଭୋଜନରେ ବସିଲେ, ରୋଟୀ ନେଇ ଆଶୀର୍ବାଦ କଲେ ଓ ତାକୁ ଭାଙ୍ଗି ସେମାନଙ୍କୁ ଦେଲେ।

Gade chapit la Kopi

ପବିତ୍ର ବାଇବଲ

30 ଯୀଶୁ ସେମାନଙ୍କ ସହିତ ଖାଇବା ପାଇଁ ବସି ପଡ଼ିଲେ। ସେ ହାତରେ କିଛି ରୋଟୀ ଧରିଲେ। ସେ ଖାଦ୍ୟତକ ପାଇଁ ଧନ୍ୟବାଦ ଦେଲେ ଓ ରୋଟୀକୁ ଖଣ୍ଡ ଖଣ୍ଡ କରି ସେମାନଙ୍କୁ ଦେଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 24:30
14 Referans Kwoze  

ପୁଣି, ସେ ଲୋକସମୂହକୁ ଘାସ ଉପରେ ବସିବା ପାଇଁ ଆଜ୍ଞା ଦେଲେ, ଆଉ ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟି ଗୁଡ଼ିକ ଭାଙ୍ଗି ଶିଷ୍ୟମାନଙ୍କୁ ଦେଲେ ଆଉ ଶିଷ୍ୟମାନେ ଲୋକସମୂହକୁ ଦେଲେ।


ଆଉ ସେମାନେ ମଧ୍ୟ ବାଟର ସମସ୍ତ ଘଟଣା ଓ ରୁଟି ଭାଙ୍ଗିବାରେ ସେ କିପରି ସେମାନଙ୍କ ଦ୍ୱାରା ଚିହ୍ନାଗଲେ, ସେହିସବୁ ବର୍ଣ୍ଣନା କରିବାକୁ ଲାଗିଲେ।


ଆଉ, ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଅନାଇ କରି ସେହିସବୁ ଆଶୀର୍ବାଦ କଲେ, ପୁଣି, ଭାଙ୍ଗି ଲୋକମାନଙ୍କ ମଧ୍ୟରେ ବାଣ୍ଟିଦେବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ।


ଆଉ ଯୀଶୁ ସେହି ସାତୋଟି ରୁଟି ଓ ମାଛଗୁଡ଼ିକ ଘେନି ଧନ୍ୟବାଦ ଦେଇ ସେହିସବୁ ଶିଷ୍ୟମାନଙ୍କୁ ଦିଅନ୍ତେ ସେମାନେ ଲୋକସମୂହକୁ ଦେଲେ।


ସେ ଏହିସବୁ କଥା କହି ରୁଟି ଘେନି ସମସ୍ତଙ୍କ ସାକ୍ଷାତରେ ଈଶ୍ବରଙ୍କୁ ଧନ୍ୟବାଦ ଦେଇ ତାହା ଭାଙ୍ଗି ଭୋଜନ କରିବାକୁ ଲାଗିଲେ।


ସେଥିରେ ଯୀଶୁ ସେହି ରୁଟି ଘେନି ଧନ୍ୟବାଦ ଦେଇ ବସିଥିବା ଲୋକମାନଙ୍କୁ ତାହା ବାଣ୍ଟିଦେଲେ, ସେହି ପ୍ରକାରେ ମାଛ ମଧ୍ୟ ବାଣ୍ଟିଦେଲେ, ସେମାନେ ଯେତେ ଚାହିଁଲେ, ସେତେ ଦେଲେ।


ପୁଣି, ସେ ରୁଟି ଘେନି ଧନ୍ୟବାଦ ଦେଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, “ତୁମ୍ଭମାନଙ୍କ ନିମନ୍ତେ ଦତ୍ତ ହେଉଥିବା ମୋହର ଶରୀର ଏହି; ମୋତେ ସ୍ମରଣ କରିବା ନିମନ୍ତେ ଏହା କର।”


ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ଘେନି ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, “ନିଅ, ଏହା ମୋହର ଶରୀର।”


ସେଥିରେ ଯୀଶୁ ଲୋକସମୂହକୁ ଭୂମିରେ ବସିବାକୁ ଆଜ୍ଞା ଦେଲେ; ଆଉ ସେ ସେହି ସାତୋଟି ରୁଟି ଘେନି ଧନ୍ୟବାଦ ଦେଇ ସେହିସବୁ ଭାଙ୍ଗି ପରିବେଷଣ କରିବା ନିମନ୍ତେ ଆପଣା ଶିଷ୍ୟମାନଙ୍କୁ ଦେଲେ ଓ ସେମାନେ ଲୋକସମୂହକୁ ତାହା ପରିବେଷଣ କଲେ।


ପୁଣି ଯୀଶୁ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ଘେନି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟିଗୁଡ଼ିକ ଭାଙ୍ଗି ଲୋକମାନଙ୍କୁ ପରିବେଷଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ। ପୁଣି, ସେହି ଦୁଇ ମାଛ ସେ ସମସ୍ତଙ୍କ ମଧ୍ୟରେ ଭାଗ କରିଦେଲେ।


ଆଉ, ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ନେଇ ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ଶିଷ୍ୟମାନଙ୍କୁ ଦେଇ କହିଲେ, “ନିଅ, ଭୋଜନ କର, ଏହା ମୋହର ଶରୀର।”


କିନ୍ତୁ ସେମାନେ ତାହାଙ୍କୁ ବଳାଇ କହିଲେ, ଆମ୍ଭମାନଙ୍କ ସାଙ୍ଗରେ ରହନ୍ତୁ, କାରଣ ସନ୍ଧ୍ୟା ହୋଇ ଆସୁଅଛି ଓ ବେଳ ଗଡ଼ିଗଲାଣି। ସେଥିରେ ସେ ସେମାନଙ୍କ ସହିତ ରହିବାକୁ ଘର ଭିତରକୁ ଗଲେ।


ସେମାନେ ପ୍ରେରିତମାନଙ୍କର ଶିକ୍ଷାରେ, ସହଭାଗିତାରେ, ରୁଟି ଭାଙ୍ଗିବାରେ ଓ ପ୍ରାର୍ଥନା କରିବାରେ ନିବିଷ୍ଟ ଚିତ୍ତ ହୋଇ ରହିଲେ।


ଆଉ, ସେମାନେ ଏକଚିତ୍ତ ହୋଇ ପ୍ରତିଦିନ ମନ୍ଦିରରେ ସମବେତ ହୋଇ ରହୁଥିଲେ ଓ ଘରେ ଘରେ ରୁଟି ଭାଙ୍ଗି ଆନନ୍ଦରେ ଓ ସରଳ ହୃଦୟରେ ଭୋଜନପାନ କରି ଈଶ୍ବରଙ୍କ ପ୍ରଶଂସା କରୁଥିଲେ।


Swiv nou:

Piblisite


Piblisite