Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 24:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 କିନ୍ତୁ ସେମାନେ ଏହିସବୁ କଥା କହୁଥିବା ସମୟରେ ସେ ଆପେ ଏମାନଙ୍କ ମଧ୍ୟରେ ଉପସ୍ଥିତ ହେଲେ, ଏବଂ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପ୍ରତି ଶାନ୍ତି ବର୍ତ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 କିନ୍ତୁ ସେମାନେ ଏହିସବୁ କଥା କହୁଥିବା ସମୟରେ ସେ ଆପେ ସେମାନଙ୍କ ମଧ୍ୟରେ ଉପସ୍ଥିତ ହେଲେ।

Gade chapit la Kopi

ଓଡିଆ ବାଇବେଲ

36 କିନ୍ତୁ ସେମାନେ ଏହି ସବୁ କଥା କହୁଥିବା ସମୟରେ ସେ ଆପେ ଏମାନଙ୍କ ମଧ୍ୟରେ ଉପସ୍ଥିତ ହେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

36 ସେହି ଦୁଇ ଜଣ ସେମାନଙ୍କୁ ଏ କଥା କହୁଥିବା ସମୟରେ, ହଠାତ୍ ପ୍ରଭୁ ନିଜେ ସେମାନଙ୍କ ମଧ୍ୟରେ ଆସି ଠିଆ ହେଲେ ଏବଂ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।”

Gade chapit la Kopi

ପବିତ୍ର ବାଇବଲ

36 ଏହି ଦୁଇଜଣ ଲୋକ ଏହିସବୁ କଥା ବର୍ଣ୍ଣନା କରୁଥିବା ସମୟରେ ନିଜେ ଯୀଶୁ ଶିଷ୍ୟଦଳଙ୍କ ଭିତରେ ଠିଆ ହୋଇଥିଲେ। ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପ୍ରତି ଶାନ୍ତି ହେଉ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 24:36
13 Referans Kwoze  

ଶାନ୍ତିଦାତା ପ୍ରଭୁ ନିଜେ ତୁମ୍ଭମାନଙ୍କୁ ସର୍ବଦା ଓ ସବୁପ୍ରକାର ଶାନ୍ତି ଦେଉନ୍ତୁ। ପ୍ରଭୁ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉନ୍ତୁ।


ଆଉ, ଯେକୌଣସି ଗୃହରେ ତୁମ୍ଭେମାନେ ପ୍ରବେଶ କରିବ, ପ୍ରଥମେ କୁହ, ଏହି ଗୃହ ପ୍ରତି ଶାନ୍ତି ହେଉ।


ଏଥିଉତ୍ତାରେ ଏଗାର ଜଣ ଶିଷ୍ୟମାନେ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ୱାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଲେ, ସେମାନଙ୍କ କଥା ସେମାନେ ବିଶ୍ୱାସ କରି ନ ଥିଲେ।


ଆମ୍ଭେ ତାହାର ଗତି ଦେଖିଅଛୁ ଓ ତାହାକୁ ସୁସ୍ଥ କରିବା; ମଧ୍ୟ ଆମ୍ଭେ ତାହାକୁ ପଥ କଢ଼ାଇବା, ପୁଣି ତାହାକୁ ଓ ତାହାର ଶୋକାକୁଳ ଲୋକମାନଙ୍କୁ ପୁନର୍ବାର ସାନ୍ତ୍ୱନା ଦେବା।


ଯୋହନ ଏସିଆ ଅଞ୍ଚଳରେ ଥିବା ସପ୍ତ ମଣ୍ଡଳୀ ନିକଟକୁ ଲେଖୁଅଛି, ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ତାହାଙ୍କଠାରୁ ଓ ତାହାଙ୍କ ସିଂହାସନ ସମ୍ମୁଖସ୍ଥ ସପ୍ତ ଆତ୍ମାଙ୍କଠାରୁ


ସେ କୈଫାଙ୍କୁ, ଆଉ, ତାହା ପରେ ଦ୍ୱାଦଶଙ୍କୁ ଦର୍ଶନ ଦେଲେ;


ଆଠ ଦିନ ପରେ ତାହାଙ୍କ ଶିଷ୍ୟମାନେ ପୁନର୍ବାର ଭିତରେ ଥିଲେ ଓ ଥୋମା ସେମାନଙ୍କ ସାଙ୍ଗରେ ଥିଲେ। ଦ୍ୱାରସବୁ ରୁଦ୍ଧ ଥିବା ସମୟରେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।”


ତୁମ୍ଭେମାନେ ଯେପରି ମୋʼ ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।”


ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍‌ବିଗ୍ନ କି ଭୟଗ୍ରସ୍ତ ନ ହେଉ।


ସେହି ଗୃହ ଯଦି ଯୋଗ୍ୟ, ତେବେ ତାହା ପ୍ରତି ତୁମ୍ଭମାନଙ୍କ ଶାନ୍ତି ବର୍ତ୍ତୁ, କିନ୍ତୁ ତାହା ଯଦି ଯୋଗ୍ୟ ନୁହେଁ, ତାହାହେଲେ ତୁମ୍ଭମାନଙ୍କ ଶାନ୍ତି ତୁମ୍ଭମାନଙ୍କ ପାଖକୁ ଫେରିଆସୁ।


ଯୀଶୁ ଆପଣା ଦୁଃଖଭୋଗ ଉତ୍ତାରେ ମଧ୍ୟ ଅନେକ ପ୍ରମାଣ ଦ୍ୱାରା ପ୍ରେରିତମାନଙ୍କ ନିକଟରେ ନିଜକୁ ଜୀବିତ ଦେଖାଇଲେ, ପୁଣି, ଚାଳିଶ ଦିନ ପର୍ଯ୍ୟନ୍ତ ବାରମ୍ବାର ସେମାନଙ୍କୁ ଦର୍ଶନ ଦେଇ ଈଶ୍ବରଙ୍କ ରାଜ୍ୟ ସମ୍ବନ୍ଧୀୟ ବିଷୟଗୁଡ଼ିକ କହିଲେ।


ତତ୍ପରେ ସେ ଯାକୁବଙ୍କୁ, ଆଉ, ପରେ ସମସ୍ତ ପ୍ରେରିତମାନଙ୍କୁ ଦର୍ଶନ ଦେଲେ;


Swiv nou:

Piblisite


Piblisite