Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 24:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ସେଥିରେ ସେ ସେମାନଙ୍କୁ କହିଲେ, “କାହିଁକି ଉଦ୍‌ବିଗ୍ନ ହେଉଅଛ, ପୁଣି, ତୁମ୍ଭମାନଙ୍କ ମନରେ କାହିଁକି ତର୍କବିତର୍କ ଉଠୁଅଛି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

38 ସେଥିରେ ସେ ସେମାନଙ୍କୁ କହିଲେ, କାହିଁକି ଉଦ୍ବିଗ୍ନ ହେଉଅଛ, ପୁଣି ତୁମ୍ଭମାନଙ୍କ ମନରେ କାହିଁକି ତର୍କବିତର୍କ ଉଠୁଅଛି?

Gade chapit la Kopi

ଓଡିଆ ବାଇବେଲ

38 ସେଥିରେ ସେ ସେମାନଙ୍କୁ କହିଲେ, କାହିଁକି ଉଦ୍‌ବିଗ୍ନ ହେଉଅଛ, ପୁଣି, ତୁମ୍ଭମାନଙ୍କ ମନରେ କାହିଁକି ତର୍କବିତର୍କ ଉଠୁଅଛି ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

38 କିନ୍ତୁ ସେ ସେମାନଙ୍କୁ କହିଲେ, “କାହିଁକି ଡ଼ରୁଛ? କାହିଁକି ତୁମ ମନରେ ଏସବୁ ସନ୍ଦେହ ହେଉଛି?

Gade chapit la Kopi

ପବିତ୍ର ବାଇବଲ

38 କିନ୍ତୁ ଯୀଶୁ କହିଲେ, “ତୁମ୍ଭେମାନେ କାହିଁକି ବ୍ୟସ୍ତ ହୋଇ ପଡ଼ୁଛ? ଯାହା ଦେଖୁଛ, ସେଥିରେ କାହିଁକି ସନ୍ଦେହ କରୁଛ?

Gade chapit la Kopi




ଲୂକ ଲିଖିତ ସୁସମାଚାର 24:38
7 Referans Kwoze  

ହେ ଯିରୂଶାଲମ, ଉଦ୍ଧାର ପାଇବା ନିମନ୍ତେ ଦୁଷ୍ଟତାରୁ ଆପଣା ହୃଦୟ ଧୁଅ। ତୁମ୍ଭର ମନ୍ଦ କଳ୍ପନାସବୁ କେତେ କାଳ ତୁମ୍ଭ ମଧ୍ୟରେ ବାସ କରିବ?


ଈଶ୍ବରଙ୍କ ଦୃଷ୍ଟିରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଗ୍ନ ଓ ଅନାବୃତ ଅଟେ।


କିନ୍ତୁ ଯୀଶୁ ତାହା ଜାଣି କହିଲେ, “ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭମାନଙ୍କ ପାଖରେ ରୁଟି ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ?


ତହିଁରେ ବେଲ୍‍ଟଶତ୍ସର ନାମକ ଦାନିୟେଲ କ୍ଷଣକାଳ ଚମତ୍କୃତ ହୋଇ ରହିଲେ ଓ ତାଙ୍କର ଭାବନା ତାଙ୍କୁ ବ୍ୟାକୁଳିତ କଲା। ରାଜା ଉତ୍ତର କରି କହିଲା, “ହେ ବେଲ୍‍ଟଶତ୍ସର, ସେହି ସ୍ୱପ୍ନ ଅବା ତହିଁର ଅର୍ଥ ତୁମ୍ଭଙ୍କୁ ବ୍ୟାକୁଳିତ ନ କରୁ।” ବେଲ୍‍ଟଶତ୍ସର ଉତ୍ତର କରି କହିଲେ, “ହେ ମୋର ପ୍ରଭୁ, ଯେଉଁମାନେ ଆପଣଙ୍କୁ ଘୃଣା କରନ୍ତି, ସେମାନଙ୍କ ପାଇଁ ଏହି ସ୍ୱପ୍ନ ହେଉ ଓ ଆପଣଙ୍କ ବିପକ୍ଷମାନଙ୍କ ପ୍ରତି ତହିଁର ଅର୍ଥ ଘଟୁ।


ମୁଁ ଗୋଟିଏ ସ୍ୱପ୍ନ ଦେଖିଲି, ତାହା ମୋତେ ଭୀତ କରାଇଲା ଓ ଶଯ୍ୟା ଉପରେ ମୋର ଚିନ୍ତା ଓ ମନର ଦର୍ଶନ ମୋତେ ଉଦ୍‍ବିଗ୍ନ କଲା।


ମାତ୍ର ସେମାନେ ଆତଙ୍କିତ ଓ ଭୀତ ହୋଇ ଗୋଟିଏ ଭୂତ ଦେଖୁଅଛନ୍ତି ବୋଲି ମନେ କଲେ।


ଏ ଯେ ସ୍ୱୟଂ ମୁଁ, ମୋହର ହାତ ଓ ପାଦ ଦେଖ, ମୋତେ ସ୍ପର୍ଶ କରି ଦେଖ, କାରଣ ମୋହର ଯେପରି ମାଂସ ଓ ଅସ୍ଥି ଥିବାର ତୁମ୍ଭେମାନେ ଦେଖୁଅଛ, ଭୂତର ସେପରି ନାହିଁ।”


Swiv nou:

Piblisite


Piblisite