Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 24:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ଏ ଯେ ସ୍ୱୟଂ ମୁଁ, ମୋହର ହାତ ଓ ପାଦ ଦେଖ, ମୋତେ ସ୍ପର୍ଶ କରି ଦେଖ, କାରଣ ମୋହର ଯେପରି ମାଂସ ଓ ଅସ୍ଥି ଥିବାର ତୁମ୍ଭେମାନେ ଦେଖୁଅଛ, ଭୂତର ସେପରି ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

39 ଏ ଯେ ସ୍ଵୟଂ ମୁଁ, ମୋର ହାତ ଓ ପାଦ ଦେଖ, ମୋତେ ସ୍ପର୍ଶ କରି ଦେଖ, କାରଣ ମୋହର ଯେପରି ମାଂସ ଓ ଅସ୍ଥି ଥିବାର ତୁମ୍ଭେମାନେ ଦେଖୁଅଛ, ଭୂତର ସେପରି ନାହିଁ।

Gade chapit la Kopi

ଓଡିଆ ବାଇବେଲ

39 ଏ ଯେ ସ୍ୱୟଂ ମୁଁ, ମୋର ହାତ ଓ ପାଦ ଦେଖ, ମୋତେ ସ୍ପର୍ଶ କରି ଦେଖ, କାରଣ ମୋହର ଯେପରି ମାଂସ ଓ ଅସ୍ଥି ଥିବାର ତୁମ୍ଭେମାନେ ଦେଖୁଅଛ, ଭୂତର ସେପରି ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

39 ମୋର ହାତ ଓ ପାଦ ସବୁ ଦେଖ, ଏ ଯେ ସ୍ୱୟଂ ମୁଁ। ମୋତେ ଛୁଅଁ। ଦେଖ, ମୋର ଯେପରି ମାଂସ ଓ ଅସ୍ଥି ଅଛି, ଭୂତର ସେପରି ନ ଥାଏ।”

Gade chapit la Kopi

ପବିତ୍ର ବାଇବଲ

39 ମୋ’ ହାତକୁ ଗ୍ଭହଁ। ମୋ’ ଗୋଡ଼କୁ ଗ୍ଭହଁ। ଏହା ମୁଁ! ମୋତେ ଛୁଅଁ, ତୁମ୍ଭେମାନେ ଦେଖ ଯେ ମୋର ଏହା ଜୀବନ୍ତ ଶରୀର। ତୁମ୍ଭେମାନେ ମୋତେ ଯେପରି ଦେଖୁଛ, ଗୋଟିଏ ଭୂତର ସେ ଭଳି ଶରୀର ହୋଇ ପାରିବ ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 24:39
12 Referans Kwoze  

ପରେ ସେ ଥୋମାଙ୍କୁ କହିଲେ, “ଏଆଡ଼େ ତୁମ୍ଭର ଅଙ୍ଗୁଳି ବଢ଼ାଇ ମୋହର ହାତ ଦେଖ ଓ ହାତ ବଢ଼ାଇ ମୋହର କକ୍ଷଦେଶରେ ଦିଅ; ଅବିଶ୍ୱାସୀ ନ ହୋଇ ବିଶ୍ୱାସୀ ହୁଅ।”


ଆଦ୍ୟରୁ ଯେ ଥିଲେ, ଯାହାଙ୍କ ବାକ୍ୟ ଆମ୍ଭେମାନେ ଶୁଣିଅଛୁ, ଯାହାଙ୍କୁ ସ୍ୱଚକ୍ଷୁରେ ଦେଖିଅଛୁ, ଯାହାଙ୍କୁ ନିରୀକ୍ଷଣ କରିଅଛୁ ଓ ସ୍ୱହସ୍ତରେ ସ୍ପର୍ଶ କରିଅଛୁ, ସେହି ଜୀବନ ସ୍ୱରୂପ ବାକ୍ୟ ସମ୍ବନ୍ଧରେ ଜଣାଉଅଛୁ।


ପୁଣି, ଏହା କହି ସେ ସେମାନଙ୍କୁ ଆପଣା ହସ୍ତ ଓ କକ୍ଷଦେଶ ଦେଖାଇଲେ। ସେଥିରେ ଶିଷ୍ୟମାନେ ପ୍ରଭୁଙ୍କୁ ଦେଖି ଆନନ୍ଦିତ ହେଲେ।


ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ୱରଙ୍କ ନିକଟକୁ ଆତ୍ମା ଫେରିଯିବ।


ଶାନ୍ତିଦାତା ଈଶ୍ବର ସ୍ୱୟଂ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପବିତ୍ର କରନ୍ତୁ, ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ନିମନ୍ତେ ତୁମ୍ଭମାନଙ୍କ ଆତ୍ମା, ପ୍ରାଣ, ଶରୀର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରୂପେ ରକ୍ଷିତ ହେଉ।


ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, “ହେ ପରମେଶ୍ୱର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ୱର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ଡଳୀ ଉପରେ କୋପାନ୍ୱିତ ହେବ?”


ଆହୁରି ମଧ୍ୟ, ଆମ୍ଭମାନଙ୍କ ଶାସନକାରୀ ଆମ୍ଭମାନଙ୍କ ଶାରୀରିକ ପିତୃଗଣଙ୍କୁ ଆମ୍ଭେମାନେ ସମାଦର କଲୁ, ତେବେ ଆତ୍ମାମାନଙ୍କ ପିତାଙ୍କର ବରଂ କେତେ ଅଧିକ ରୂପେ ବଶୀଭୂତ ହୋଇ ଜୀବନ ପ୍ରାପ୍ତ ନ ହେବୁ?


ଅତଏବ, ଅନ୍ୟ ଶିଷ୍ୟମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ପ୍ରଭୁଙ୍କୁ ଦେଖିଅଛୁ। କିନ୍ତୁ ସେ ସେମାନଙ୍କୁ କହିଲେ, ତାହାଙ୍କ ହାତରେ କଣ୍ଟାର ଚିହ୍ନସବୁ ନ ଦେଖିଲେ ଓ ସେହିସବୁ ସ୍ଥାନରେ ମୋହର ଅଙ୍ଗୁଳି ନ ଦେଲେ ଏବଂ ତାହାଙ୍କ କକ୍ଷଦେଶରେ ମୋହର ହାତ ନ ଦେଲେ ମୁଁ କଦାପି ବିଶ୍ୱାସ କରିବି ନାହିଁ।


ଯୀଶୁ ଆପଣା ଦୁଃଖଭୋଗ ଉତ୍ତାରେ ମଧ୍ୟ ଅନେକ ପ୍ରମାଣ ଦ୍ୱାରା ପ୍ରେରିତମାନଙ୍କ ନିକଟରେ ନିଜକୁ ଜୀବିତ ଦେଖାଇଲେ, ପୁଣି, ଚାଳିଶ ଦିନ ପର୍ଯ୍ୟନ୍ତ ବାରମ୍ବାର ସେମାନଙ୍କୁ ଦର୍ଶନ ଦେଇ ଈଶ୍ବରଙ୍କ ରାଜ୍ୟ ସମ୍ବନ୍ଧୀୟ ବିଷୟଗୁଡ଼ିକ କହିଲେ।


ଆଉ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, “ହେ ପିତା, ତୁମ୍ଭ ହସ୍ତରେ ମୁଁ ଆପଣାର ଆତ୍ମା ସମର୍ପଣ କରୁଅଛି।” ଏହା କହି ସେ ପ୍ରାଣତ୍ୟାଗ କଲେ।


ସେଥିରେ ସେ ସେମାନଙ୍କୁ କହିଲେ, “କାହିଁକି ଉଦ୍‌ବିଗ୍ନ ହେଉଅଛ, ପୁଣି, ତୁମ୍ଭମାନଙ୍କ ମନରେ କାହିଁକି ତର୍କବିତର୍କ ଉଠୁଅଛି?


[ଆଉ ସେ ଏହା କହି ସେମାନଙ୍କୁ ଆପଣା ହାତ ଓ ପାଦ ଦେଖାଇଲେ।]


Swiv nou:

Piblisite


Piblisite