Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 24:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ତେବେ ମଧ୍ୟ ସେମାନେ ଆନନ୍ଦ ହେତୁ ଅବିଶ୍ୱାସ କରି ଚମତ୍କୃତ ହେବାରୁ ସେ ସେମାନଙ୍କୁ ପଚାରିଲେ, “ଏଠାରେ ତୁମ୍ଭମାନଙ୍କ ପାଖରେ କଅଣ ଖାଦ୍ୟ ଅଛି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ତେବେ ମଧ୍ୟ ସେମାନେ ଆନନ୍ଦ ହେତୁ ଅବିଶ୍ଵାସ କରି ଚମତ୍କୃତ ହେବାରୁ ସେ ସେମାନଙ୍କୁ ପଚାରିଲେ, ଏଠାରେ ତୁମ୍ଭମାନଙ୍କ ପାଖରେ କଅଣ କିଛି ଖାଦ୍ୟ ଅଛି?

Gade chapit la Kopi

ଓଡିଆ ବାଇବେଲ

41 ତେବେ ମଧ୍ୟ ସେମାନେ ଆନନ୍ଦ ହେତୁ ଅବିଶ୍ୱାସ କରି ଚମତ୍କୃତ ହେବାରୁ ସେ ସେମାନଙ୍କୁ ପଚାରିଲେ, ଏଠାରେ ତୁମ୍ଭମାନଙ୍କ ପାଖରେ କ'ଣ ଖାଦ୍ୟ ଅଛି ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

41 ସେମାନେ ଆନନ୍ଦରେ ଅଧୀର ହୋଇଗଲେ, ତଥାପି ବିଶ୍ୱାସ କରି ପାରିଲେ ନାହିଁ। ତେଣୁ ସେ ସେମାନଙ୍କୁ ପଚାରିଲେ, “ଏଠାରେ ତୁମ ପାଖରେ କିଛି ଖାଦ୍ୟ ଅଛି କି?”

Gade chapit la Kopi

ପବିତ୍ର ବାଇବଲ

41 ଶିଷ୍ୟମାନେ ବିସ୍ମିତ ହୋଇଗଲେ। ସେମାନେ ଯୀଶୁଙ୍କୁ ଶରୀରରେ ଦେଖି ବହୁତ ଖୁସୀ ହୋଇଗଲେ। ତଥାପି ସେମାନେ ଯାହା ଦେଖିଲେ, ତାହା ବିଶ୍ୱାସ କରି ପାରିଲେ ନାହିଁ। ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପାଖରେ କିଛି ଖାଇବା ପଦାର୍ଥ ଅଛି କି?”

Gade chapit la Kopi




ଲୂକ ଲିଖିତ ସୁସମାଚାର 24:41
14 Referans Kwoze  

ଯୀଶୁ ସେମାନଙ୍କୁ କହିଲେ, “ପିଲାମାନେ ତୁମ୍ଭମାନଙ୍କ ପାଖରେ କଅଣ କିଛି ଖାଇବାର ଅଛି?” ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାହିଁ।


ସେହିପରି ତୁମ୍ଭେମାନେ ବର୍ତ୍ତମାନ ଦୁଃଖ ପାଉଅଛ, କିନ୍ତୁ ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଦର୍ଶନ ଦେବି, ଆଉ ତୁମ୍ଭମାନଙ୍କ ହୃଦୟ ଆନନ୍ଦିତ ହେବ ଓ କେହି ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ଆନନ୍ଦ ହରଣ କରିବ ନାହିଁ।


ଯଦି ମୁଁ ଡାକିଥାʼନ୍ତି ଓ ସେ ମୋତେ ଉତ୍ତର ଦେଇଥାʼନ୍ତେ, ତେବେ ହେଁ ସେ ମୋʼ ରବରେ ମନୋଯୋଗ କଲେ ବୋଲି ମୁଁ ବିଶ୍ୱାସ କରନ୍ତି ନାହିଁ।


ଯୀଶୁ ଯେ ଜୀବିତ ଅଟନ୍ତି ଓ ତାହାଙ୍କୁ ଦର୍ଶନ ଦେଇଅଛନ୍ତି, ଏହା ଶୁଣି ସେମାନେ ବିଶ୍ୱାସ କଲେ ନାହିଁ।


ପୁଣି, ସେମାନେ ଯାଇ ଅନ୍ୟମାନଙ୍କୁ ସମ୍ବାଦ ଦେଲେ; କିନ୍ତୁ ସେମାନଙ୍କ କଥା ସୁଦ୍ଧା ସେମାନେ ବିଶ୍ୱାସ କଲେ ନାହିଁ।


ଏଥିଉତ୍ତାରେ ଏଗାର ଜଣ ଶିଷ୍ୟମାନେ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ୱାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଲେ, ସେମାନଙ୍କ କଥା ସେମାନେ ବିଶ୍ୱାସ କରି ନ ଥିଲେ।


ମାତ୍ର ଏସମସ୍ତ କଥା ସେମାନଙ୍କ ନିକଟରେ କଳ୍ପିତ ଗଳ୍ପ ପରି ଲାଗିଲା, ଆଉ ସେମାନେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ।


[ଆଉ ସେ ଏହା କହି ସେମାନଙ୍କୁ ଆପଣା ହାତ ଓ ପାଦ ଦେଖାଇଲେ।]


ସେଥିରେ ସେମାନେ ତାହାଙ୍କୁ ଖଣ୍ଡେ ଭଜା ମାଛ ଦେଲେ।


ସେ ପିତରଙ୍କର ସ୍ୱର ବାରି ଆନନ୍ଦ ସକାଶେ ଦ୍ୱାର ନ ଫିଟାଇ ଭିତରକୁ ଦୌଡ଼ିଯାଇ, ଦ୍ୱାର ପାଖରେ ପିତର ଠିଆ ହୋଇଅଛନ୍ତି ବୋଲି କହିଲା।


ପୁଣି, ସେମାନଙ୍କ ପାଖରେ ଅଳ୍ପ କେତୋଟି ସାନ ମାଛ ଥିଲା; ସେହିସବୁକୁ ମଧ୍ୟ ସେ ଆଶୀର୍ବାଦ କରି ପରିବେଷଣ କରିବା ନିମନ୍ତେ କହିଲେ।


Swiv nou:

Piblisite


Piblisite