Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 3:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏବଂ ହାନାନ ଓ କୟାଫା ମହାଯାଜକ ଥିଲେ, ସେତେବେଳେ ଈଶ୍ବରଙ୍କ ବାକ୍ୟ ପ୍ରାନ୍ତରରେ ଜିଖରୀୟଙ୍କ ପୁତ୍ର ଯୋହନଙ୍କ ନିକଟରେ ଉପସ୍ଥିତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଏବଂ ହାନାନ ଓ କୟାଫା ମହାଯାଜକ ଥିଲେ, ସେତେବେଳେ ଈଶ୍ଵରଙ୍କ ବାକ୍ୟ ପ୍ରାନ୍ତରରେ ଜିଖରୀୟଙ୍କ ପୁତ୍ର ଯୋହନଙ୍କ ନିକଟରେ ଉପସ୍ଥିତ ହେଲା।

Gade chapit la Kopi

ଓଡିଆ ବାଇବେଲ

2 ଏବଂ ହାନାନ ଓ କୟାଫା ମହାଯାଜକ ଥିଲେ, ସେତେବେଳେ ଈଶ୍ୱରଙ୍କ ବାକ୍ୟ ପ୍ରାନ୍ତରରେ ଜିଖରୀୟଙ୍କ ପୁତ୍ର ଯୋହନଙ୍କ ନିକଟରେ ଉପସ୍ଥିତ ହେଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ହାନନ୍ ଓ କେୟଫା ପ୍ରଧାନ ଯାଜକ ଥିଲେ। ସେହି ସମୟରେ ମରୁ ଅଞ୍ଚଳରେ ଜିଖରିୟଙ୍କ ପୁତ୍ର ଯୋହନଙ୍କ ନିକଟରେ ଈଶ୍ୱରଙ୍କ ବାକ୍ୟ ଉପସ୍ଥିତ ହେଲା।

Gade chapit la Kopi

ପବିତ୍ର ବାଇବଲ

2 ହାନାନ ଓ କୟାଫା ମହାଯାଜକ ଥିଲେ। ସେହି ସମୟରେ ଜିଖରିୟଙ୍କ ପୁଅ ଯୋହନଙ୍କ ପାଖକୁ ପରମେଶ୍ୱରଙ୍କର ଗୋଟିଏ ଆଜ୍ଞା ଆସିଲା। ଯୋହନ ମରୁଭୂମିରେ ବାସ କରୁଥିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 3:2
21 Referans Kwoze  

ସେଠାରେ ମହାଯାଜକ ହାନାନ, କୟାଫା, ଯୋହନ, ଆଲେକ୍‌ଜାଣ୍ଡର, ପୁଣି, ମହାଯାଜକୀୟ ବଂଶର ସମସ୍ତ ଲୋକ ଉପସ୍ଥିତ ଥିଲେ।


ସେଥିରେ ହାନାନ ତାହାଙ୍କୁ ବନ୍ଧା ହୋଇଥିବା ଅବସ୍ଥାରେ ମହାଯାଜକ କୟାଫାଙ୍କ ନିକଟକୁ ପଠାଇଦେଲେ।


ପୁଣି, ଶିଶୁ ବୃଦ୍ଧି ପାଇ ଆତ୍ମାରେ ଶକ୍ତିମାନ ହେବାକୁ ଲାଗିଲେ ଏବଂ ଇସ୍ରାଏଲ ନିକଟରେ ପ୍ରକାଶିତ ନ ହେବା ପର୍ଯ୍ୟନ୍ତ ପ୍ରାନ୍ତରରେ ରହିଲେ।


ଅମିତ୍ତୟଙ୍କ ପୁତ୍ର ଯୂନସଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।


ସେ କହିଲେ, “ଯିଶାଇୟ ଭାବବାଦୀ ଯେପରି କହିଥିଲେ, ‘ମୁଁ ସେହି ପ୍ରକାର ମରୁପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ସଳଖ କର।’”


ସେହି ସମୟରେ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନବର୍ଗ କୟାଫା ନାମକ ମହାଯାଜକଙ୍କ ପ୍ରାଙ୍ଗଣରେ ଏକତ୍ର ହେଲେ,


ଏକ ଜଣର ରବ ପ୍ରଚାର କରେ, “ତୁମ୍ଭେମାନେ ପ୍ରାନ୍ତରରେ ସଦାପ୍ରଭୁଙ୍କ ପଥ ପ୍ରସ୍ତୁତ କର, ମରୁଭୂମି ମଧ୍ୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିମନ୍ତେ ରାଜପଥ ସଳଖ କର।


ସେମାନେ ଚାଲିଯାଉଥିବା ସମୟରେ ଯୀଶୁ ଯୋହନଙ୍କ ସମ୍ବନ୍ଧରେ ଲୋକସମୂହକୁ କହିବାକୁ ଲାଗିଲେ, “ତୁମ୍ଭେମାନେ କଅଣ ଦେଖିବା ପାଇଁ ପ୍ରାନ୍ତରକୁ ବାହାରିଯାଇଥିଲ? କଅଣ ପବନରେ ଦୋହଲୁଥିବା ଗୋଟିଏ ନଳ?


ଆମୋନ୍‍ଙ୍କ ପୁତ୍ର ଯିହୁଦାର ରାଜା ଯୋଶୀୟର ଅଧିକାର ସମୟରେ, ହିଜକୀୟଙ୍କ ବୃଦ୍ଧ ପ୍ରପୌତ୍ର, ଅମରୀୟଙ୍କ ପ୍ରପୌତ୍ର, ଗଦଲୀୟଙ୍କ ପୌତ୍ର, କୂଶୀଙ୍କ ପୁତ୍ର ସଫନୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।


ଯିହୁଦା ଦେଶୀୟ ଯୋଥମ୍‍, ଆହସ୍‌ ଓ ହିଜକୀୟ ରାଜାମାନଙ୍କର ଅଧିକାର ସମୟରେ, ମୋରେଷ୍ଟୀୟ ମୀଖାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ସେ ଶମରୀୟା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ।


ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,


ଆମୋନ୍‍ର ପୁତ୍ର, ଯିହୁଦା ଦେଶର ରାଜା ଯୋଶୀୟର ରାଜତ୍ଵର ତ୍ରୟୋଦଶ ବର୍ଷରେ ସଦାପ୍ରଭୁଙ୍କର ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା।


କଲ୍‍ଦୀୟମାନଙ୍କ ଦେଶରେ କବାର ନଦୀ କୂଳରେ ବୂଷିର ପୁତ୍ର ଯିହିଜିକଲ ଯାଜକଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା; ପୁଣି, ସେଠାରେ ସଦାପ୍ରଭୁଙ୍କର ହସ୍ତ ତାଙ୍କ ଉପରେ ଥିଲା।


ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରରେ ଯେପରି ଲେଖାଅଛି, “ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପ୍ରେରଣ କରୁଅଛୁ, ସେ ତୁମ୍ଭର ପଥ ପ୍ରସ୍ତୁତ କରିବ;


Swiv nou:

Piblisite


Piblisite