Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 3:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସେ ଯୋହନଙ୍କୁ କାରାଗାରରେ ବନ୍ଦୀ କରି ନିଜର ସମସ୍ତ ଦୁଷ୍କର୍ମ ସହିତ ଏହା ମଧ୍ୟ ଯୋଗ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ସେ ତାଙ୍କୁ କାରାରୁଦ୍ଧ କରି ନିଜର ସମସ୍ତ ଦୁଷ୍କର୍ମ ସହିତ ଏହା ମଧ୍ୟ ଯୋଗ କଲେ।

Gade chapit la Kopi

ଓଡିଆ ବାଇବେଲ

20 ସେ ତାହାଙ୍କୁ କାରାଗାରରେ ବନ୍ଦୀ କରି ନିଜର ସମସ୍ତ ଦୁଷ୍କର୍ମ ସହିତ ଏହା ମଧ୍ୟ ଯୋଗ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ହେରୋଦ ଯୋହନଙ୍କୁ କାରାଗାରରେ ନିକ୍ଷେପ କରି ନିଜ ଦୁଷ୍କର୍ମର ମାତ୍ରା ବଢ଼ାଇ ଦେଲେ।

Gade chapit la Kopi

ପବିତ୍ର ବାଇବଲ

20 ସେହିଭଳି ହେରୋଦ ଆଉ ଗୋଟିଏ ଖରାପ କାମ କଲେ। ସେ ଯୋହନଙ୍କୁ ବନ୍ଦୀଶାଳାରେ ରଖିଲେ। ସେ ଯେତେ କୁକର୍ମ କରିଥିଲେ, ସେଥିରେ ଏହି କୁକର୍ମଟି ଯୋଗ ହେଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 3:20
14 Referans Kwoze  

ଯେଣୁ ସେମାନେ ସାଧୁମାନଙ୍କର ଓ ଭାବବାଦୀମାନଙ୍କର ରକ୍ତପାତ କରିଥିଲେ, ଆଉ ତୁମ୍ଭେ ସେମାନଙ୍କୁ ପାନ କରିବା ନିମନ୍ତେ ରକ୍ତ ଦେଇଅଛ, ସେମାନେ ସେଥିର ଯୋଗ୍ୟ।”


ଯେଣୁ ଯୋହନ ସେପର୍ଯ୍ୟନ୍ତ କାରାଗାରରେ ନିକ୍ଷିପ୍ତ ହୋଇ ନ ଥିଲେ।


ଆମ୍ଭେ ବ୍ୟର୍ଥରେ ତୁମ୍ଭ ସନ୍ତାନଗଣକୁ ଆଘାତ କରିଅଛୁ; ସେମାନେ ଶାସ୍ତି ଗ୍ରାହ୍ୟ କଲେ ନାହିଁ; ତୁମ୍ଭମାନଙ୍କର ନିଜ ଖଡ୍ଗ, ବିନାଶକ ସିଂହ ତୁଲ୍ୟ ତୁମ୍ଭମାନଙ୍କର ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଗ୍ରାସ କରିଅଛି।


ତଥାପି ସେମାନେ ଅନାଜ୍ଞାବହ ହେଲେ ଓ ତୁମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କଲେ ଓ ତୁମ୍ଭ ବ୍ୟବସ୍ଥା ଆପଣା ପଛକୁ ପକାଇଲେ, ଆଉ ତୁମ୍ଭର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ସେମାନଙ୍କୁ ତୁମ୍ଭ ପ୍ରତି ପୁନର୍ବାର ଫେରାଇବା ପାଇଁ ସେମାନଙ୍କୁ ଚେତାବନୀ ଦେଲେ, ତେଣୁ ସେମାନଙ୍କୁ ବଧ କଲେ ଓ ଅପମାନଜନକ କାର୍ଯ୍ୟ କଲେ।


ମାତ୍ର ସେମାନେ ପରମେଶ୍ୱରଙ୍କ ଦୂତଗଣକୁ ପରିହାସ କଲେ, ତାହାଙ୍କର ବାକ୍ୟ ତୁଚ୍ଛ କଲେ ଓ ତାହାଙ୍କ ଭବିଷ୍ୟଦ୍‍ବକ୍ତାଗଣକୁ ବିଦ୍ରୂପ କଲେ; ଏଣୁ ଆପଣା ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉତ୍ଥିତ ହେଲା, ଶେଷରେ ଆଉ ପ୍ରତିକାର ନୋହିଲା।


ଓ ମଧ୍ୟ ସେ ନିର୍ଦ୍ଦୋଷ ରକ୍ତପାତ କରିବା ସକାଶୁ, ଯିହୁଦାକୁ ଆପଣା ଦୃଷ୍ଟିରୁ ଦୂର କରିବା ଲାଗି ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ପ୍ରତି ଏହା ଘଟିଲା; କାରଣ ମନଃଶି ନିର୍ଦ୍ଦୋଷ ରକ୍ତରେ ଯିରୂଶାଲମକୁ ପରିପୂର୍ଣ୍ଣ କଲା, ପୁଣି ସଦାପ୍ରଭୁ କ୍ଷମା କରିବାକୁ ସମ୍ମତ ହେଲେ ନାହିଁ।


ଆହୁରି ମନଃଶି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କରି ଆପଣାର ସେହି ପାପ ଦ୍ୱାରା ଯିହୁଦାକୁ ପାପ କରାଇବା ଛଡ଼ା ସେ ବହୁତ ନିର୍ଦ୍ଦୋଷ ରକ୍ତପାତ କରି ଯିରୂଶାଲମକୁ ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ରକ୍ତରେ ପରିପୂର୍ଣ୍ଣ କଲେ।


ପରେ ଯୋହନ ଧରାପଡ଼ିଲେଣି ବୋଲି ଶୁଣି ସେ ଅନ୍ତର ହୋଇ ଗାଲିଲୀକୁ ପ୍ରସ୍ଥାନ କଲେ;


Swiv nou:

Piblisite


Piblisite