Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 4:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ପୁଣି, ଭାବବାଦୀ ଇଲୀଶାୟଙ୍କ ସମୟରେ ଇସ୍ରାଏଲ ମଧ୍ୟରେ ଅନେକ କୁଷ୍ଠରୋଗୀମାନେ ଥିଲେ; ତଥାପି ସେମାନଙ୍କ ମଧ୍ୟରୁ କେହି ଶୁଚି କରାଯାଇ ନ ଥିଲେ, କେବଳ ସିରିୟା ଦେଶୀୟ ନାମାନ ଶୁଚି କରାଯାଇଥିଲେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ପୁଣି, ଭାବବାଦୀ ଇଲୀଶାୟଙ୍କ ସମୟରେ ଇସ୍ରାଏଲ ମଧ୍ୟରେ ଅନେକ କୁଷ୍ଠୀ ଥିଲେ; ତଥାପି ସେମାନଙ୍କ ମଧ୍ୟରୁ କେହି ଶୁଚି କରାଯାଇ ନ ଥିଲେ, କେବଳ ସୁରିଆଦେଶୀୟ ନାମାନ ଶୁଚି କରାଯାଇଥିଲେ।

Gade chapit la Kopi

ଓଡିଆ ବାଇବେଲ

27 ପୁଣି, ଭାବବାଦୀ ଇଲୀଶାୟଙ୍କ ସମୟରେ ଇସ୍ରାଏଲ ମଧ୍ୟରେ ଅନେକ କୁଷ୍ଠୀ ଥିଲେ; ତଥାପି ସେମାନଙ୍କ ମଧ୍ୟରୁ କେହି ଶୁଚି କରାଯାଇ ନ ଥିଲେ, କେବଳ ସିରିୟା ଦେଶୀୟ ନାମାନ ଶୁଚି କରାଯାଇଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 ଇଲିଶାୟ ଭାବବାଦୀଙ୍କ ସମୟରେ ଇଶ୍ରାୟେଲ ଦେଶରେ ଅନେକ କୁଷ୍ଠରୋଗୀ ଥିଲେ, କିନ୍ତୁ ସେମାନଙ୍କ ମଧ୍ୟରୁ କେହି ସୁସ୍ଥ ହୋଇ ନ ଥିଲେ। କେବଳ ସିରିଆର ନାମାନ୍ ସୁସ୍ଥ ହେଲେ।”

Gade chapit la Kopi

ପବିତ୍ର ବାଇବଲ

27 “ଆହୁରି ମଧ୍ୟ ଭବିଷ୍ୟ‌ଦ୍‌ବକ୍ତା ଏଲୀଶାୟଙ୍କ ସମୟରେ ଇସ୍ରାଏଲରେ ଅନେକ କୁଷ୍ଠରୋଗୀ ଥିଲେ। ତଥାପି ସେମାନଙ୍କ ମଧ୍ୟରୁ, କାହାରିକୁ ଆରୋଗ୍ୟ କରାଯାଇ ନ ଥିଲା। କେବଳ ସୁରିଆ ଦେଶର ନାମା‌ନଙ୍କୁ ଆରୋଗ୍ୟ କରାଯାଇଥିଲା। ନାମାନ୍ ଇସ୍ରାଏଲର ଲୋକ ନ ଥିଲେ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 4:27
10 Referans Kwoze  

ସେମାନଙ୍କ ସହିତ ରହୁଥିବା ସମୟରେ ମୁଁ ସେମାନଙ୍କୁ ତୁମ୍ଭ ସେହି ନାମରେ ରକ୍ଷା କରି ଅାସିଅଛି ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ, ଆଉ ମୁଁ ସେମାନଙ୍କୁ ସାବଧାନରେ ରକ୍ଷା କରିଅଛି ଓ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ଏଥିନିମନ୍ତେ ବିନାଶର ସନ୍ତାନ ବିନା ସେମାନଙ୍କ ମଧ୍ୟରୁ ଜଣେ କେହି ବିନଷ୍ଟ ହୋଇ ନାହିଁ।”


ସେ କିପରି ଈଶ୍ବରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ଭୋଜନ କରିବା ବିଧିସଙ୍ଗତ ଥିଲା, କିନ୍ତୁ ତାଙ୍କର ଓ ତାହାଙ୍କ ସଙ୍ଗୀମାନଙ୍କର ଭୋଜନ କରିବା ବିଧିସଙ୍ଗତ ନ ଥିଲା, ତାହା ସେମାନେ ଭୋଜନ କରିଥିଲେ।


ପୁଣି, ପୃଥିବୀନିବାସୀ ସମସ୍ତେ ଅବସ୍ତୁ ତୁଲ୍ୟ ଗଣିତ; ଆଉ ସେ ସ୍ୱର୍ଗୀୟ ସୈନ୍ୟଗଣ ମଧ୍ୟରେ ଓ ପୃଥିବୀର ନିବାସୀଗଣର ମଧ୍ୟରେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରନ୍ତି; ଆଉ, କେହି ତାହାଙ୍କର ହସ୍ତ ସ୍ଥଗିତ କରି ନ ପାରେ ଓ “ତୁମ୍ଭେ କʼଣ କରୁଅଛ” ଏହା ତାହାଙ୍କୁ କହି ନ ପାରେ।


କିଏ ତାହାଙ୍କର ଗନ୍ତବ୍ୟ ପଥ ନିରୂପଣ କରିଅଛି? ଅବା କିଏ କହିପାରେ, ‘ତୁମ୍ଭେ ଅଧର୍ମ କରିଅଛ?’


ତୁମ୍ଭେ କାହିଁକି ତାହାଙ୍କ ସଙ୍ଗେ ବିବାଦ କରୁଅଛ? ଯେଣୁ ସେ ଆପଣାର କୌଣସି ବିଷୟର କାରଣ ଜଣାନ୍ତି ନାହିଁ।


ପରମେଶ୍ୱର ଊର୍ଦ୍ଧ୍ୱବାସୀମାନଙ୍କର ଶାସନ କରନ୍ତି, ଏଣୁ କେହି କି ତାହାଙ୍କୁ ଜ୍ଞାନ ଶିଖାଇବ?


ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, “ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।” ସେହିକ୍ଷଣି ସେ ଆପଣା କୁଷ୍ଠରୋଗରୁ ଶୁଚି ହେଲା।


ସମାଜଗୃହରେ ଏହିସବୁ କଥା ଶୁଣୁ ଶୁଣୁ ସମସ୍ତେ କ୍ରୋଧରେ ପରିପୂର୍ଣ୍ଣ ହେଲେ,


Swiv nou:

Piblisite


Piblisite