Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 4:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଯୀଶୁ କଫର୍ନାହୂମ ନାମକ ଗାଲିଲୀର ଗୋଟିଏ ନଗରକୁ ଆସିଲେ, ପୁଣି, ବିଶ୍ରାମବାରମାନଙ୍କରେ ଲୋକମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ସେ କଫର୍ନାହୂମ ନାମକ ଗାଲିଲୀର ଗୋଟିଏ ନଗରକୁ ଆସିଲେ, ପୁଣି ବିଶ୍ରାମବାରମାନଙ୍କରେ ଲୋକମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ,

Gade chapit la Kopi

ଓଡିଆ ବାଇବେଲ

31 ଯୀଶୁ କଫର୍ନାହୂମ ନାମକ ଗାଲିଲୀର ଗୋଟିଏ ନଗରକୁ ଆସିଲେ, ପୁଣି, ବିଶ୍ରାମବାରମାନଙ୍କରେ ଲୋକମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

31 ତା’ପରେ ଯୀଶୁ ଗାଲିଲୀର କପର୍ନାହୂମ ନାମକ ଏକ ସହରକୁ ଯାଇ ବିଶ୍ରାମବାର ଦିନ ସେଠାରେ ଶିକ୍ଷା ଦେଲେ।

Gade chapit la Kopi

ପବିତ୍ର ବାଇବଲ

31 ଯୀଶୁ ଗାଲିଲୀର କଫର୍ନାହୂମ ନାମକ ନଗରକୁ ଆସିଲେ। ସେ ବିଶ୍ରାମବାରରେ ଲୋକମାନଙ୍କୁ ଉପଦେଶ ଦେବାକୁ ଲାଗିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 4:31
14 Referans Kwoze  

ଆଉ ସେ ନାଜରିତ ପରିତ୍ୟାଗ କରି ସବୂଲୂନ ଓ ନପ୍ତାଲି ଅଞ୍ଚଳରେ ଥିବା ସମୁଦ୍ର କୂଳସ୍ଥିତ କଫର୍ନାହୂମକୁ ଯାଇ ସେଠାରେ ବାସ କଲେ,


କିନ୍ତୁ ଯିହୁଦୀମତାବଲମ୍ବୀ ଅଣଯିହୁଦୀ ପ୍ରମୁଖ ମହିଳାମାନଙ୍କୁ ଓ ନଗରର ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଯିହୁଦୀମାନେ ଉତ୍ତେଜିତ କଲେ, ପୁଣି, ପାଉଲ ଓ ବର୍ଣ୍ଣବ୍ବାଙ୍କ ପ୍ରତି ତାଡ଼ନା ଘଟାଇ ଆପଣାମାନଙ୍କ ସୀମାରୁ ସେମାନଙ୍କୁ ବାହାର କରିଦେଲେ।


କିନ୍ତୁ ସେମାନେ ଯେତେବେଳେ ତୁମ୍ଭମାନଙ୍କୁ ଏକ ନଗରରେ ତାଡ଼ନା କରିବେ, ସେତେବେଳେ ଅନ୍ୟ ନଗରକୁ ପଳାଇଯାଅ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ନଗରଗୁଡ଼ିକରେ ତୁମ୍ଭମାନଙ୍କ ଭ୍ରମଣ ଶେଷ ନ ହେବା ପୂର୍ବରୁ ମନୁଷ୍ୟପୁତ୍ର ଆଗମନ କରିବେ।


ପୁଣି, ପ୍ରତି ବିଶ୍ରାମବାର ଦିନରେ ସେ ସମାଜଗୃହରେ ଉପଦେଶ ଦେଇ ଯିହୁଦୀ ଓ ଗ୍ରୀକ୍‍ମାନଙ୍କର ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ।


ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ନିଶ୍ଚୟ ମୋତେ ଏହି ପ୍ରବାଦବାକ୍ୟ କହିବ, ‘ହେ ବୈଦ୍ୟ, ନିଜେ ନିଜକୁ ସୁସ୍ଥ କର; କଫର୍ନାହୂମରେ ଯାହା ଯାହା ଘଟିଅଛି ବୋଲି ଆମ୍ଭେମାନେ ଶୁଣିଅଛୁ, ସେହିସବୁ ଏହି ସ୍ଥାନରେ ନିଜ ପିତାଙ୍କ ନଗରରେ ମଧ୍ୟ କର।’”


Swiv nou:

Piblisite


Piblisite