Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 4:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ପରେ ସେ ସମାଜଗୃହରୁ ଉଠି ଶିମୋନଙ୍କ ଘରକୁ ଗଲେ। ଶିମୋନଙ୍କ ଶାଶୁଙ୍କୁ ଭୟଙ୍କର ଜ୍ୱର ହୋଇଥିଲା, ଆଉ ସେମାନେ ତାହାଙ୍କ ବିଷୟରେ ତାହାଙ୍କୁ ଅନୁରୋଧ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

38 ପରେ ସେ ସମାଜଗୃହରୁ ଉଠି ଶିମୋନଙ୍କ ଘରକୁ ଗଲେ। ଶିମୋନଙ୍କ ଶାଶୁଙ୍କୁ ଭୟଙ୍କର ଜ୍ଵର ହୋଇଥିଲା, ଆଉ ସେମାନେ ତାଙ୍କ ବିଷୟରେ ତାହାଙ୍କୁ ଅନୁରୋଧ କଲେ।

Gade chapit la Kopi

ଓଡିଆ ବାଇବେଲ

38 ପରେ ସେ ସମାଜଗୃହରୁ ଉଠି ଶିମୋନଙ୍କ ଘରକୁ ଗଲେ । ଶିମୋନଙ୍କ ଶାଶୁଙ୍କୁ ଭୟଙ୍କର ଜ୍ୱର ହୋଇଥିଲା, ଆଉ ସେମାନେ ତାହାଙ୍କ ବିଷୟରେ ତାହାଙ୍କୁ ଅନୁରୋଧ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

38 ଯୀଶୁ ଉପାସନା ଗୃହରୁ ବାହାରି ଶିମୋନଙ୍କ ଗୃହକୁ ଗଲେ। ଶିମୋନଙ୍କ ଶାଶୁଙ୍କୁ ବହୁତ ଜ୍ୱର ହୋଇଥିଲା ଓ ସେମାନେ ତାଙ୍କ ବିଷୟରେ ଯୀଶୁଙ୍କୁ ଜଣାଇଲେ।

Gade chapit la Kopi

ପବିତ୍ର ବାଇବଲ

38 ଯୀଶୁ ସମାଜଗୃହ ଛାଡ଼ି ଶିମୋନଙ୍କ ଘରକୁ ଗଲେ। ଶିମୋନଙ୍କ ଶାଶୁଙ୍କୁ ଭୟଙ୍କର ଜ୍ୱର ହୋଇଥିଲା। ସେମାନେ ଯୀଶୁଙ୍କୁ, ତାହାଙ୍କୁ ସାହାଯ୍ୟ କରିବା ପାଇଁ କହିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 4:38
9 Referans Kwoze  

କିନ୍ତୁ ଆପଣ ଈଶ୍ବରଙ୍କୁ ଯାହା କିଛି ମାଗିବେ, ଈଶ୍ବର ଯେ ତାହା ଆପଣଙ୍କୁ ଦେବେ, ଏହା ଏବେ ସୁଦ୍ଧା ମୁଁ ଜାଣେ।


ଅନ୍ୟ ସମସ୍ତ ପ୍ରେରିତ, ପ୍ରଭୁଙ୍କ ଭ୍ରାତୃବର୍ଗ ଓ କୈଫାଙ୍କ ପରି ବିଶ୍ୱାସିନୀ ସ୍ତ୍ରୀ ବିବାହ କରି ସଙ୍ଗରେ ଘେନି ଭ୍ରମଣ କରିବାକୁ କଅଣ ଆମ୍ଭମାନଙ୍କର ଅଧିକାର ନାହିଁ?


ତେଣୁ ସେହି ଭଉଣୀମାନେ ତାହାଙ୍କ ନିକଟକୁ କହି ପଠାଇଲେ, ପ୍ରଭୁ, ଦେଖନ୍ତୁ, ଯାହାକୁ ଆପଣ ସ୍ନେହ କରନ୍ତି, ସେ ପୀଡ଼ିତ ଅଛି।


କିନ୍ତୁ ଯୀଶୁ ତାହାକୁ ପଦେ ହେଲେ ଉତ୍ତର ଦେଲେ ନାହିଁ। ଆଉ ତାହାଙ୍କ ଶିଷ୍ୟମାନେ ଆସି ତାହାଙ୍କୁ ଅନୁରୋଧ କରି କହିବାକୁ ଲାଗିଲେ, ଏହାକୁ ବିଦାୟ କରନ୍ତୁ, କାରଣ ଏ ଆମ୍ଭମାନଙ୍କ ପଛେ ପଛେ ଚିତ୍କାର କରୁଅଛି।


ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ଅଞ୍ଚଳ ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ।


Swiv nou:

Piblisite


Piblisite