Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 4:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ ସେ ତାହାଙ୍କୁ ଉପରକୁ ନେଇଯାଇ ଏକ ମୁହୂର୍ତ୍ତ ମଧ୍ୟରେ ପୃଥିବୀର ସମସ୍ତ ରାଜ୍ୟ ତାହାଙ୍କୁ ଦେଖାଇଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆଉ, ସେ ତାହାଙ୍କୁ ଉପରକୁ ଘେନିଯାଇ ଏକ ମୁହୂର୍ତ୍ତ ମଧ୍ୟରେ ପୃଥିବୀର ସମସ୍ତ ରାଜ୍ୟ ତାହାଙ୍କୁ ଦେଖାଇଲା।

Gade chapit la Kopi

ଓଡିଆ ବାଇବେଲ

5 ଆଉ ସେ ତାହାଙ୍କୁ ଉପରକୁ ନେଇଯାଇ ଏକ ମୁହୂର୍ତ୍ତ ମଧ୍ୟରେ ପୃଥିବୀର ସମସ୍ତ ରାଜ୍ୟ ତାହାଙ୍କୁ ଦେଖାଇଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ତା’ପରେ ଶୟତାନ ତାଙ୍କୁ ଗୋଟିଏ ଉଚ୍ଚ ସ୍ଥାନକୁ ନେଇଗଲା ଏବଂ ମୁହୂର୍ତ୍ତକ ମଧ୍ୟରେ ଜଗତର ସମସ୍ତ ରାଜ୍ୟ ଦେଖାଇଲା। ଶୟତାନ ତାଙ୍କୁ କହିଲା,

Gade chapit la Kopi

ପବିତ୍ର ବାଇବଲ

5 ତା'ପରେ ଶୟତାନ ତାହାଙ୍କୁ ବହୁତ ଉପରକୁ ନେଇଯାଇ କ୍ଷଣକ ମଧ୍ୟରେ ସାରା ସଂସାରର ସମସ୍ତ ରାଜ୍ୟ ଦେଖାଇଦେଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 4:5
11 Referans Kwoze  

କାରଣ ଆମ୍ଭମାନଙ୍କ ଯୁଦ୍ଧ ମର୍ତ୍ତ୍ୟ ବିରୁଦ୍ଧରେ ନୁହେଁ, କିନ୍ତୁ ଆଧିପତ୍ୟ ଓ କର୍ତ୍ତାପଣ ବିରୁଦ୍ଧରେ, ଏହି ଅନ୍ଧକାରର ଜଗତ୍ପତିମାନଙ୍କ ବିରୁଦ୍ଧରେ ପୁଣି, ଆକାଶମଣ୍ଡଳର ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ;


କିନ୍ତୁ ଏକ ମୁହୂର୍ତ୍ତରେ, ଚକ୍ଷୁର ପଲକରେ, ଶେଷ ତୂରୀଧ୍ୱନୀରେ ଆମ୍ଭେମାନେ ସମସ୍ତେ ପରିବର୍ତ୍ତିତ ହେବା; କାରଣ ତୂରୀ ବାଜିବ, ଆଉ ମୃତମାନେ ଅକ୍ଷୟ ହୋଇ ଉତ୍ଥିତ ହେବେ, ପୁଣି, ଆମ୍ଭେମାନେ ପରିବର୍ତ୍ତିତ ହେବା।


ପୁନଶ୍ଚ ଶୟତାନ ଯୀଶୁଙ୍କୁ ଗୋଟିଏ ଅତି ଉଚ୍ଚ ପର୍ବତ ଉପରକୁ ନେଇଯାଇ ଜଗତର ସମସ୍ତ ରାଜ୍ୟ ଓ ସେସବୁର ଐଶ୍ୱର୍ଯ୍ୟ ଦେଖାଇ କହିଲା,


ସେମାନେ ଏକ ନିମିଷରେ କିପରି ଉଚ୍ଛିନ୍ନ ହୁଅନ୍ତି! ନାନା ତ୍ରାସରେ ସେମାନେ ନିଃଶେଷ ରୂପେ ସଂହାରିତ ହୁଅନ୍ତି।


ଦୁଷ୍ଟର ଜୟଧ୍ୱନି ଅଳ୍ପ କାଳ ଓ ଅଧାର୍ମିକର ଆନନ୍ଦ କ୍ଷଣମାତ୍ର ସ୍ଥାୟୀ?


ଅର୍ଥାତ୍‍ ଯେଉଁ ଜଗତ୍‍ପତି ଏବେ ମଧ୍ୟ ଅନାଜ୍ଞାବହ ସନ୍ତାନମାନଙ୍କଠାରେ କାର୍ଯ୍ୟ ସାଧନ କରୁଅଛି, ତାହାର ଇଚ୍ଛାନୁସାରେ ତୁମ୍ଭେମାନେ ମଧ୍ୟ ପୂର୍ବରେ ଆଚରଣ କରି ଅପରାଧ ଓ ପାପରେ ମୃତ ଥିଲ;


କାରଣ ଏହି କ୍ଷଣକାଳସ୍ଥାୟୀ ଲଘୁ କ୍ଳେଶ ଅତ୍ୟଧିକ ବାହୁଲ୍ୟ ରୂପେ ଆମ୍ଭମାନଙ୍କ ନିମନ୍ତେ ଅନନ୍ତକାଳସ୍ଥାୟୀ ମହା ଗୌରବ ସାଧନ କରୁଅଛି;


ଆଉ, ଯେଉଁମାନେ ଜଗତର ବିଷୟ ଭୋଗ କରନ୍ତି, ସେମାନେ ଭୋଗ ନ କରିବା ଲୋକ ପରି ହୁଅନ୍ତୁ; କାରଣ ଏହି ଜଗତର ରୂପ ପରିବର୍ତ୍ତିତ ହେଉଅଛି।


ଆଉ, ସମସ୍ତ ଜାତି ନିକଟରେ ସାକ୍ଷ୍ୟ ଦେବା ପାଇଁ ରାଜ୍ୟର ଏହି ସୁସମାଚାର ସମୁଦାୟ ପୃଥିବୀରେ ଘୋଷଣା କରାଯିବ, ତତ୍ପରେ ଯୁଗାନ୍ତ ହେବ।


Swiv nou:

Piblisite


Piblisite