Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 5:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, “ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।” ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ। ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା।

Gade chapit la Kopi

ଓଡିଆ ବାଇବେଲ

13 ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ । ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ଯୀଶୁ ହାତ ବଢ଼ାଇ ତାକୁ ସ୍ପର୍ଶ କଲେ ଓ କହିଲେ, “ମୁଁ ଚାହେଁ, ତୁମେ ସୁସ୍ଥ ହୁଅ!” ସେହି ମୁହୂର୍ତ୍ତରେ ଲୋକଟି ରୋଗ ମୁକ୍ତ ହେଲା।

Gade chapit la Kopi

ପବିତ୍ର ବାଇବଲ

13 ଯୀଶୁ ହାତ ବଢ଼େଇ ସେହି ଲୋକଟିକୁ ଛୁଇଁ କରି କହିଲେ, “ମୁଁ ଇଚ୍ଛା କରୁଅଛି ତୁମ୍ଭେ ସୁସ୍ଥ ହୋଇ ଯାଅ।” ତ‌ତ୍‌କ୍ଷଣାତ୍ ତାହାଙ୍କଠାରୁ କୁଷ୍ଠରୋଗ ଦୂର ହୋଇଗଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 5:13
15 Referans Kwoze  

ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା, ଆମ୍ଭେ ସ୍ୱଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା; କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି।


ଆଉ, ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ସକଳ ଅଶୌଚରୁ ପରିତ୍ରାଣ କରିବା ଓ ଆମ୍ଭେ ଶସ୍ୟକୁ ଆହ୍ୱାନ କରି ତାହା ବୃଦ୍ଧି କରିବା ଓ ତୁମ୍ଭମାନଙ୍କ ଉପରେ ଦୁର୍ଭିକ୍ଷ ପକାଇବା ନାହିଁ।


ତହୁଁ ସେ ପରମେଶ୍ୱରଙ୍କ ଲୋକଙ୍କ ବାକ୍ୟାନୁସାରେ ଯାଇ ଯର୍ଦ୍ଦନରେ ଆପଣାକୁ ସାତ ଥର ବୁଡ଼ାଇଲା; ଏଥିରେ ତାହାର ମାଂସ ପୁନର୍ବାର କ୍ଷୁଦ୍ର ବାଳକର ମାଂସ ତୁଲ୍ୟ ହେଲା ଓ ସେ ଶୁଚି ହେଲା।


ସେଥିରେ ସେ ତାହାଙ୍କ ପାଖରେ ଠିଆ ହୋଇ ଜ୍ୱରକୁ ଧମକ ଦେଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ସେହିକ୍ଷଣି ଉଠି ସେମାନଙ୍କ ସେବା କରିବାକୁ ଲାଗିଲେ।


ସେ କହିବା ମାତ୍ରେ ସୃଷ୍ଟି ହେଲା, ସେ ଆଜ୍ଞା କରିବା ମାତ୍ରେ ସ୍ଥିତି ହେଲା।


ତହୁଁ ଇଲୀଶାୟ ଏକ ଦୂତ ପଠାଇ ତାହାଙ୍କୁ କହିଲେ, “ତୁମ୍ଭେ ଯାଇ ଯର୍ଦ୍ଦନରେ ସାତ ଥର ସ୍ନାନ କର, ତହିଁରେ ତୁମ୍ଭର ନୂତନ ମାଂସ ହେବ ଓ ତୁମ୍ଭେ ଶୁଚି ହେବ।”


ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା।


ଏଥିଉତ୍ତାରେ ପରମେଶ୍ୱର କହିଲେ, “ଦୀପ୍ତି ହେଉ,” ତହିଁରେ ଦୀପ୍ତି ହେଲା।


ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, “ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।” ସେହିକ୍ଷଣି ସେ ଆପଣା କୁଷ୍ଠରୋଗରୁ ଶୁଚି ହେଲା।


ସେ ଗୋଟିଏ ନଗରରେ ଥିବା ସମୟରେ, ଦେଖ, ଜଣେ ସର୍ବାଙ୍ଗ କୁଷ୍ଠୀ ଲୋକ ସେ ସ୍ଥାନରେ ଥିଲେ; ସେ ଯୀଶୁଙ୍କୁ ଦେଖି ମୁହଁ ମାଡ଼ିପଡ଼ି ତାହାଙ୍କୁ ନିବେଦନ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରିପାରନ୍ତି।


ଆଉ, ସେ ତାହାକୁ ଆଜ୍ଞା ଦେଇ କହିଲେ, “କାହାକୁ କୁହ ନାହିଁ, କିନ୍ତୁ ଯାଇ ଯାଜକଙ୍କୁ ନିଜକୁ ଦେଖାଅ, ପୁଣି, ମୋଶାଙ୍କ ଆଦେଶ ଅନୁସାରେ ଆପଣାର ଶୁଚିକ୍ରିୟାରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ବଳି ଉତ୍ସର୍ଗ କର।”


Swiv nou:

Piblisite


Piblisite