Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 5:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସେ ସେମାନଙ୍କର ବିଶ୍ୱାସ ଦେଖି କହିଲେ, “ହେ ବନ୍ଧୁ, ତୁମ୍ଭର ପାପସବୁ କ୍ଷମା କରାଯାଇଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ସେ ସେମାନଙ୍କର ବିଶ୍ଵାସ ଦେଖି କହିଲେ, ହେ ମନୁଷ୍ୟ, ତୁମ୍ଭର ପାପସବୁ କ୍ଷମା କରାଯାଇଅଛି।

Gade chapit la Kopi

ଓଡିଆ ବାଇବେଲ

20 ସେ ସେମାନଙ୍କର ବିଶ୍ୱାସ ଦେଖି କହିଲେ, ହେ ମନୁଷ୍ୟ, ତୁମ୍ଭର ପାପସବୁ କ୍ଷମା କରାଯାଇଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ଯୀଶୁ ସେମାନଙ୍କର ଏହି ପ୍ରଗାଢ଼ ବିଶ୍ୱାସ ଦେଖି ରୋଗୀକୁ କହିଲେ, “ବନ୍ଧୁ, ତୁମର ପାପ ସବୁ କ୍ଷମା ହୋଇଅଛି।”

Gade chapit la Kopi

ପବିତ୍ର ବାଇବଲ

20 ସେହି ଲୋକମାନଙ୍କର ବିଶ୍ୱାସ ଦେଖି ଯୀଶୁ ସେହି ରୋଗୀଟିକୁ କହିଲେ, “ବନ୍ଧୁ! ତୁମ୍ଭର ପାପକ୍ଷମା କରି ଦିଆଗଲା।”

Gade chapit la Kopi




ଲୂକ ଲିଖିତ ସୁସମାଚାର 5:20
16 Referans Kwoze  

ସେହି ଲୋକଟି ପାଉଲଙ୍କ ପ୍ରଚାର ଶୁଣୁଥିଲା। ପାଉଲ ତାହାକୁ ଏକଦୃଷ୍ଟିରେ ଚାହିଁ ସୁସ୍ଥ ହେବା ପାଇଁ ତାହାର ବିଶ୍ୱାସ ଥିବାର ଦେଖି ଉଚ୍ଚସ୍ୱରରେ କହିଲେ,


ଆଉ ଦେଖ, ଲୋକେ ଶଯ୍ୟାଗତ ଜଣେ ପକ୍ଷାଘାତ ରୋଗୀକୁ ବହି ତାହାଙ୍କ ପାଖକୁ ଆଣିଲେ, ପୁଣି, ଯୀଶୁ ସେମାନଙ୍କ ବିଶ୍ୱାସ ଦେଖି ସେହି ପକ୍ଷାଘାତ ରୋଗୀକୁ କହିଲେ, “ବତ୍ସ, ସାହସ ଧର, ତୁମ୍ଭର ପାପସବୁ କ୍ଷମା କରାଗଲା।”


ଆଉ ସେ ସେହି ସ୍ତ୍ରୀକୁ କହିଲେ, “ତୋହର ପାପସବୁ କ୍ଷମା ହୋଇଅଛି।”


ପରସ୍ପର ପ୍ରତି ସହନଶୀଳ ହୁଅ ଆଉ ଯଦି କାହାରି କାହାରି ବିରୁଦ୍ଧରେ କୌଣସି କଥା ଥାଏ, ତେବେ ଏକକୁ ଆରେକ କ୍ଷମା କର; ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି କର।


ପୁଣି, କେହି ଯେ ମନୁଷ୍ୟ ବିଷୟରେ ସାକ୍ଷ୍ୟ ଦେବ, ଏହା ତାହାଙ୍କର ପ୍ରୟୋଜନ ନ ଥିଲା, ଯେଣୁ ମନୁଷ୍ୟ ଅନ୍ତରରେ କଅଣ ଅଛି, ତାହା ସେ ଆପେ ଜାଣିଥିଲେ।


ଯୀଶୁ ସେମାନଙ୍କର ବିଶ୍ୱାସ ଦେଖି ସେହି ପକ୍ଷାଘାତ ରୋଗୀକୁ କହିଲେ, “ବତ୍ସ, ତୁମ୍ଭର ପାପସବୁ କ୍ଷମା କରାଗଲା।”


କିନ୍ତୁ କେହି ଅବା କହିବ, ତୁମ୍ଭର ବିଶ୍ୱାସ ଅଛି, ପୁଣି, ମୋହର କର୍ମ ଅଛି; କର୍ମ ବିନା ତୁମ୍ଭର ବିଶ୍ୱାସ ମୋତେ ଦେଖାଅ, ଆଉ ମୁଁ କର୍ମ ଦ୍ୱାରା ତୁମ୍ଭକୁ ମୋହର ବିଶ୍ୱାସ ଦେଖାଇବି।


କିନ୍ତୁ ତୁମ୍ଭେମାନେ ଯାହାର କିଛି କ୍ଷମା କର, ମୁଁ ମଧ୍ୟ ତାହାକୁ କ୍ଷମା କରେ; କାରଣ ମୁଁ ଯଦି କିଛି କ୍ଷମା କରିଅଛି, ତେବେ ଯାହା କ୍ଷମା କରିଅଛି, ତାହା ଖ୍ରୀଷ୍ଟଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ସକାଶେ କ୍ଷମା କରିଅଛି,


ଦେଖ, ମୁଁ ଆପଣାର ଶାନ୍ତି ନିମନ୍ତେ ବଡ଼ ଦୁଃଖ ପାଇଲି; ମାତ୍ର ତୁମ୍ଭେ ମୋʼ ପ୍ରାଣ ପ୍ରତି ପ୍ରେମ କରି ବିନାଶକୂପରୁ ତାହାକୁ ଉଦ୍ଧାର କଲ; କାରଣ ତୁମ୍ଭେ ଆପଣା ପଛଆଡ଼େ ମୋହର ପାପସବୁ ପକାଇ ଦେଇଅଛ।


ସେ ଉପସ୍ଥିତ ହୋଇ ଈଶ୍ବରଙ୍କର ଅନୁଗ୍ରହ ଦେଖି ଆନନ୍ଦିତ ହେଲେ, ଆଉ ଯେପରି ସେମାନେ ହୃଦୟର ଏକାଗ୍ରତାରେ ପ୍ରଭୁଙ୍କ ପ୍ରତି ଆସକ୍ତ ହୋଇ ରୁହନ୍ତି, ସେଥିନିମନ୍ତେ ସମସ୍ତଙ୍କୁ ଉତ୍ସାହ ଦେଲେ;


ଏହାପରେ ଯୀଶୁ ମନ୍ଦିରରେ ତାହାର ଦେଖା ପାଇ ତାହାକୁ କହିଲେ, “ଦେଖ, ତୁମ୍ଭେ ସୁସ୍ଥ ହୋଇଅଛ, ଆଉ ପାପ କର ନାହିଁ, ଯେପରି ତୁମ୍ଭ ପ୍ରତି ଅଧିକ ଦୁର୍ଦ୍ଦଶା ନ ଘଟେ।”


ତହିଁରେ ସେ କହିଲେ, “ତୁମ୍ଭେ ସେହି ବାଳକର ପ୍ରତିକୂଳରେ ହସ୍ତ ବିସ୍ତାର କର ନାହିଁ ଓ ତାହା ପ୍ରତି କିଛି କର ନାହିଁ; କାରଣ ପରମେଶ୍ୱରଙ୍କ ପ୍ରତି ତୁମ୍ଭର ଭୟ ଅଛି, ଏହା ଏବେ ଆମ୍ଭେ ବୁଝିଲୁ; ଯେହେତୁ ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ହିଁ ଅସମ୍ମତ ନୋହିଲ।”


କାରଣ କଅଣ ସହଜ? ‘ତୁମ୍ଭର ପାପସବୁ କ୍ଷମା କରାଗଲା’ ବୋଲି କହିବା, ବା, ‘ଉଠ, ଚାଲ’ ବୋଲି କହିବା?


Swiv nou:

Piblisite


Piblisite