Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 5:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 କିନ୍ତୁ, ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର,” ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, “ମୁଁ ତୁମ୍ଭକୁ କହୁଅଛି, ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଯାଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟ-ପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣି ପାର- ଏଥିପାଇଁ ସେ ପକ୍ଷାଘାତରୋଗୀକି କହିଲେ, ମୁଁ ତୁମ୍ଭକୁ କହୁଅଛି, ଉଠ, ନିଜ ଖଟିଆ ଘେନି ଆପଣା ଘରକୁ ଯାଅ।

Gade chapit la Kopi

ଓଡିଆ ବାଇବେଲ

24 କିନ୍ତୁ, ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର-ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, ମୁଁ ତୁମ୍ଭକୁ କହୁଅଛି, ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଯାଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ହେଉ, ମୁଁ ତୁମ୍ଭମାନଙ୍କୁ ପ୍ରମାଣ ଦେବାକୁ ଚାହେଁ ଯେ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର କ୍ଷମତା ଅଛି।” ଏହା କହି ଯୀଶୁ ପକ୍ଷାଘାତ ରୋଗୀକୁ କହିଲେ, “ମୁଁ ତୁମକୁ କହୁଛି, ଉଠ, ତୁମର ଶଯ୍ୟା ନେଇ ଘରକୁ ଯାଅ!”

Gade chapit la Kopi

ପବିତ୍ର ବାଇବଲ

24 ମୁଁ କିନ୍ତୁ ତୁମ୍ଭମାନଙ୍କୁ ଦେଖାଇ ଦେବି ଯେ, ମନୁଷ୍ୟପୁତ୍ରଙ୍କର ପାପକ୍ଷମା କରିବାର ଶକ୍ତି ଅଛି।” ତେଣୁ ସେ ପକ୍ଷାଘାତ ରୋଗୀଟିକୁ କହିଲେ, “ମୁଁ ତୁମ୍ଭକୁ କହୁଛି: ଠିଆ ହୁଅ। ତୁମ୍ଭର ବିଛଣା ଧର ଓ ଘରକୁ ଯାଅ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 5:24
26 Referans Kwoze  

ପୁଣି, ସେହି ପ୍ରଦୀପଗୁଡ଼ିକର ମଧ୍ୟସ୍ଥଳରେ ମନୁଷ୍ୟପୁତ୍ରଙ୍କ ସଦୃଶ ଜଣେ ବ୍ୟକ୍ତି; ସେ ପାଦ ପର୍ଯ୍ୟନ୍ତ ବସ୍ତ୍ରରେ ଆଚ୍ଛାଦିତ ଓ ବକ୍ଷସ୍ଥଳରେ ସୁବର୍ଣ୍ଣ ପଟୁକା ଦ୍ୱାରା ବେଷ୍ଟିତ;


ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।


ତୁମ୍ଭର ପାଦର ଭାର ଦେଇ ସିଧା ଠିଆ ହୁଅ। ସେଥିରେ ସେ କୁଦା ମାରି ଚାଲିବାକୁ ଲାଗିଲା।


କିନ୍ତୁ, ପିତର ସମସ୍ତଙ୍କୁ ବାହାର କରିଦେଇ ଆଣ୍ଠୁ ମାଡ଼ି ପ୍ରାର୍ଥନା କଲେ, ପୁଣି, ଶବ ଆଡ଼କୁ ବୁଲିପଡ଼ି କହିଲେ, ଟାବୀଥା, ଉଠ। ସେଥିରେ ସେ ଆଖି ମେଲା କଲେ, ଆଉ ପିତରକୁ ଦେଖି ଉଠି ବସିଲେ।


ପିତର ତାହାଙ୍କୁ କହିଲେ, ଏନୀୟ, ଯୀଶୁ ଖ୍ରୀଷ୍ଟ ତୁମ୍ଭକୁ ସୁସ୍ଥ କରୁଅଛନ୍ତି; ଉଠ, ତୁମ୍ଭର ଶେଯ ସଜାଡ଼। ସେଥିରେ ସେ ସେହିକ୍ଷଣି ଉଠିଲେ।


ପୁଣି, ସେ ଯେପରି ଇସ୍ରାଏଲକୁ ମନ-ପରିବର୍ତ୍ତନ ଓ ପାପ କ୍ଷମା ଦାନ କରନ୍ତି, ଏଥିନିମନ୍ତେ ଈଶ୍ବର ଆପଣା ଦକ୍ଷିଣ ହସ୍ତ ଦ୍ୱାରା ଅଧିପତି ଓ ତ୍ରାଣକର୍ତ୍ତା ସ୍ୱରୂପେ ଉନ୍ନତ କରିଅଛନ୍ତି।


ଯେପ୍ରକାର ତୁମ୍ଭେ ତାହାଙ୍କୁ ଯେଉଁ ଯେଉଁ ଲୋକମାନଙ୍କୁ ଦେଇଅଛ, ସେମାନଙ୍କୁ ଅନନ୍ତ ଜୀବନ ଦେବା ନିମନ୍ତେ ତାହାଙ୍କୁ ସମସ୍ତ ମନୁଷ୍ୟ ଉପରେ ଅଧିକାର ଦେଲ।


ସେ ଏହା କହି ଉଚ୍ଚସ୍ୱରରେ ଡାକିଲେ, “ଲାଜାର, ବାହାରି ଆସ।”


ଆଉ, ସେ ମନୁଷ୍ୟପୁତ୍ର ହେବାରୁ ସେ ତାହାଙ୍କୁ ବିଚାର କରିବାର ଅଧିକାର ଦେଲେ।


ଆଉ, ଯେଉଁ ମନୁଷ୍ୟପୁତ୍ର ସ୍ୱର୍ଗରୁ ଅବତରଣ କଲେ, ତାହାଙ୍କ ବିନା ଆଉ କେହି ସ୍ୱର୍ଗାରୋହଣ କରି ନାହିଁ।


ମାତ୍ର ସେ ତାହାର ହାତ ଧରି ଡାକି କହିଲେ, “ଆଗୋ ବାଳିକା, ଉଠ।”


ଆଉ ସେ ନିକଟକୁ ଯାଇ କୋକେଇ ଛୁଇଁଲେ, ପୁଣି, ବୋହି ନେଉଥିବା ଲୋକମାନେ ଠିଆ ହୁଅନ୍ତେ ସେ କହିଲେ, “ଯୁବକ, ମୁଁ ତୁମ୍ଭକୁ କହୁଅଛି, ଉଠ।”


ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, “ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।” ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା।


ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, “ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି।


ଯୀଶୁ ତାହାଙ୍କୁ କହିଲେ, “ଆପଣ କହିଅଛନ୍ତି; ଆହୁରି ମୁଁ ଆପଣମାନଙ୍କୁ କହୁଅଛି, ଅଦ୍ୟାବଧି ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ।”


“ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ୱମହିମାରେ ଆସିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ବସିବେ,


ପରେ ଯୀଶୁ କାଇସରିୟା ଫିଲିପ୍ପୀ ଅଞ୍ଚଳକୁ ଆସି ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, “ମନୁଷ୍ୟପୁତ୍ର କିଏ ବୋଲି ଲୋକେ କଅଣ କହନ୍ତି?”


କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର,” ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, “ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଚାଲିଯାଅ।”


ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଆଉ ଦେଖ, ମନୁଷ୍ୟପୁତ୍ର ନ୍ୟାୟ ଏକ ପୁରୁଷ ଆକାଶର ମେଘରେ ଆସିଲେ; ସେ ଅନେକ କାଳର ସେହି ବୃଦ୍ଧଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହାଙ୍କ ଛାମୁକୁ ତାହାଙ୍କୁ ଆଣିଲେ।


ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ଅଞ୍ଚଳ ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ।


ପୁଣି, ଦେଖ, କେତେକ ଲୋକ ଜଣେ ପକ୍ଷାଘାତରୋଗୀ ମନୁଷ୍ୟକୁ ଖଟିଆରେ ବୋହିଆଣି ତାହାକୁ ଭିତରକୁ ନେଇଯିବା ନିମନ୍ତେ ଓ ତାହାଙ୍କ ସମ୍ମୁଖରେ ଥୋଇବା ନିମନ୍ତେ ଚେଷ୍ଟା କରୁଥିଲେ।


କଅଣ ସହଜ? ‘ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା,’ ବା, ‘ଉଠ, ଚାଲ ବୋଲି କହିବା?’


Swiv nou:

Piblisite


Piblisite