Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 5:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଏଥିଉତ୍ତାରେ ସେ ବାହାରିଯାଇ ଲେବୀ ନାମକ ଜଣେ କରଗ୍ରାହୀଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, “ମୋହର ଅନୁଗମନ କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଏଥିଉତ୍ତାରେ ସେ ବାହାରିଯାଇ ଲେବୀ ନାମକ ଜଣେ କରଗ୍ରାହୀଙ୍କି କର ଆଦାୟ ସ୍ଥାନରେ ବସିଥିବା ଦେଖି ତାଙ୍କୁ କହିଲେ, ମୋହର ଅନୁଗମନ କର।

Gade chapit la Kopi

ଓଡିଆ ବାଇବେଲ

27 ଏଥିଉତ୍ତାରେ ସେ ବାହାରିଯାଇ ଲେବୀ ନାମକ ଜଣେ କରଗ୍ରାହୀଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାଙ୍କୁ କହିଲେ, ମୋହର ଅନୁଗମନ କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 ଏହା ପରେ ଯୀଶୁ ବାହାରି ଗଲେ ଓ ଲେବୀ ନାମକ ଜଣେ କରଆଦାୟକାରୀକୁ ତା’ର କାର୍ଯ୍ୟାଳୟରେ ବସିଥିବା ଦେଖିଲେ। ଯୀଶୁ ତାକୁ କହିଲେ, “ମୋର ଅନୁଗମନ କର।”

Gade chapit la Kopi

ପବିତ୍ର ବାଇବଲ

27 ଏହା ପରେ ଯୀଶୁ ସେଠାରୁ ଗ୍ଭଲିଗଲେ। ସେ କରଆଦାୟ କରାଯାଉଥିବା କାର୍ଯ୍ୟାଳୟରେ ଲେବୀ ନାମକ ଜଣେ କରଆଦାୟକାରୀଙ୍କୁ ବସିଥିବାର ଦେଖିଲେ। ଯୀଶୁ ତାହାଙ୍କୁ କହିଲେ, “ମୋର ଅନୁସରଣ କର!”

Gade chapit la Kopi




ଲୂକ ଲିଖିତ ସୁସମାଚାର 5:27
11 Referans Kwoze  

ଆନ୍ଦ୍ରିୟ, ଫିଲିପ୍ପ, ବାର୍ଥଲମୀ, ମାଥିଉ, ଥୋମା, ଆଲଫିଙ୍କ ପୁତ୍ର ଯାକୁବ, ଥଦ୍ଦୀୟ, କିଣାନୀୟ ଶିମୋନ,


ଫିଲିପ୍ପ ଓ ବାର୍ଥଲମୀ, ଥୋମା ଓ କରଗ୍ରାହୀ ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ ଓ ଥଦ୍ଦୀୟ,


ତହିଁ ଆରଦିନ ଯୀଶୁ ଗାଲିଲୀକୁ ବାହାରିଯିବା ପାଇଁ ଇଚ୍ଛା କଲେ, ଆଉ ସେ ଫିଲିପ୍ପଙ୍କ ଦେଖା ପାଇ ତାହାଙ୍କୁ କହିଲେ, “ମୋହର ଅନୁଗମନ କର।”


କେହି ଯେବେ ମୋହର ସେବକ, ତେବେ ସେ ମୋହର ଅନୁଗମନ କରୁ; ଆଉ, ମୁଁ ଯେଉଁଠାରେ ଥାଏ, ମୋହର ସେବକ ମଧ୍ୟ ସେହିଠାରେ ରହିବ; କେହି ଯେବେ ମୋହର ସେବା କରେ, ତେବେ ପିତା ତାହାକୁ ସମ୍ମାନ ଦେବେ।”


ଯୀଶୁ ଏହା ଶୁଣି ତାହାଙ୍କୁ କହିଲେ, “ତୁମ୍ଭର ଆଉ ଗୋଟିଏ ବିଷୟ ଉଣା ଅଛି; ତୁମ୍ଭେ ନିଜର ସବୁ ବିକି ଦେଇ ଗରିବମାନଙ୍କୁ ବାଣ୍ଟିଦିଅ, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।”


ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ନେଇ ମୋହର ଅନୁଗମନ କରୁ।


କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ମୋହର ଅନୁଗମନ କର, ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ।”


Swiv nou:

Piblisite


Piblisite