Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 6:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେମାନେ ଶିମୋନ, ଯାହାକୁ ସେ ମଧ୍ୟ ପିତର ନାମ ଦେଲେ, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଯାକୁବ ଓ ଯୋହନ, ଫିଲିପ୍ପ ଓ ବାର୍ଥଲମୀ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ସେମାନେ ଶିମୋନ, ଯାହାଙ୍କୁ ସେ ମଧ୍ୟ ପିତର ନାମ ଦେଲେ, ଆଉ ତାଙ୍କ ଭ୍ରାତା ଆନ୍ଦ୍ରିୟ, ଯାକୁବ ଓ ଯୋହନ, ଫିଲିପ୍ପ ଓ ବର୍ଥଲମି,

Gade chapit la Kopi

ଓଡିଆ ବାଇବେଲ

14 ସେମାନେ ଶିମୋନ, ଯାହାକୁ ସେ ମଧ୍ୟ ପିତର ନାମ ଦେଲେ, ଆଉ ତାହାଙ୍କ ଭାଇ ଆନ୍ଦ୍ରୀୟ, ଯାକୁବ ଓ ଯୋହନ, ଫିଲିପ୍ପ ଓ ବାର୍ଥଲମୀ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ସେମାନେ ହେଉଛନ୍ତି:- ଶିମୋନ (ଯାହାଙ୍କୁ ସେ ପିତର ନାମ ଦେଲେ) ଓ ତାଙ୍କର ଭାଇ ଆନ୍ଦ୍ରିୟ; ଯାକୁବ ଓ ଯୋହନ, ଫିଲିପ୍ ଓ ବାର୍ଥଲୋମି,

Gade chapit la Kopi

ପବିତ୍ର ବାଇବଲ

14 ସେମାନେ ହେଲେ: ଶିମୋନ ଯାହାଙ୍କୁ ସେ ପିତର ବୋଲି ମଧ୍ୟ ନାମ ଦେଲେ। ଶିମୋନଙ୍କ ଭାଇ ଆନ୍ଦ୍ରିୟ, ଯାକୁବ ଓ ଯୋହନ, ଫିଲି‌ପ୍‌ପ ଓ ବାର୍ଥଲମି,

Gade chapit la Kopi




ଲୂକ ଲିଖିତ ସୁସମାଚାର 6:14
23 Referans Kwoze  

ସେମାନେ, ଅର୍ଥାତ୍‍ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବାର୍ଥଲମୀ, ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ, ଉଦ୍‌ଯୋଗୀ ଶିମୋନ ଓ ଯାକୁବଙ୍କ ପୁତ୍ର ଯିହୂଦା, ନଗରରେ ପ୍ରବେଶ କରି, ଯେଉଁ ଉପର କୋଠରୀରେ ସେମାନେ ବାସ କରୁଥିଲେ, ସେଠାକୁ ଗଲେ।


ପୁଣି, ସେ ସେଠାରୁ ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ ନାମକ ଆଉ ଦୁଇ ଭାଇଙ୍କୁ ସେମାନଙ୍କ ପିତା ଜେବଦୀଙ୍କ ସହିତ ନୌକାରେ ଜାଲ ସଜାଡ଼ୁଥିବା ଦେଖି ସେମାନଙ୍କୁ ଡାକିଲେ।


ସେ ଗାଲିଲୀ ସମୁଦ୍ରକୂଳରେ ବୁଲୁଥିବା ସମୟରେ ଶିମୋନ, ଯାହାଙ୍କୁ ପିତର ବୋଲି କହନ୍ତି, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଏହି ଦୁଇ ଭାଇଙ୍କୁ ସମୁଦ୍ରରେ ଭଉଁରୀଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ।


ଶିମୋନ ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ଦାସ ଓ ପ୍ରେରିତ, ଆମ୍ଭମାନଙ୍କ ଈଶ୍ବର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଧାର୍ମିକତା ହେତୁ ଯେଉଁମାନେ ଆମ୍ଭମାନଙ୍କ ସହିତ ସମାନ ଭାବରେ ବହୁମୂଲ୍ୟ ବିଶ୍ୱାସ ପ୍ରାପ୍ତ କରିଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।


ସେ ଯୋହନଙ୍କ ଭାଇ ଯାକୁବଙ୍କୁ ଖଡ୍ଗରେ ବଧ କଲେ।


ଫିଲିପ୍ପ ତାହାଙ୍କୁ କହିଲେ, ପ୍ରଭୁ, ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ, ତାହା ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ।


ଶିମୋନ ପିତରଙ୍କର ଭାଇ ଆନ୍ଦ୍ରିୟ ନାମକ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଏଠାରେ ଜଣେ ବାଳକ ଅଛି,


ପୁଣି, ଯୀଶୁ ଦୃଷ୍ଟିପାତ କରି ବହୁସଂଖ୍ୟକ ଲୋକଙ୍କୁ ଆପଣା ନିକଟକୁ ଆସିବା ଦେଖି ଫିଲିପ୍ପଙ୍କୁ କହିଲେ, “ଏମାନଙ୍କର ଭୋଜନ ନିମନ୍ତେ ଆମ୍ଭେମାନେ କେଉଁଠାରୁ ରୁଟି କିଣିବା?”


ଫିଲିପ୍ପ ନିଥନିୟେଲଙ୍କୁ ଦେଖା ପାଇ ତାହାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି, ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ।


ପୁଣି, ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ, ଯେଉଁମାନେ ଶିମୋନଙ୍କର ସହଭାଗୀ ଥିଲେ, ସେମାନେ ମଧ୍ୟ ସେହି ପ୍ରକାର ଆଶ୍ଚର୍ଯ୍ୟାନ୍ୱିତ ହେଲେ। ପୁଣି, ଯୀଶୁ ଶିମୋନଙ୍କୁ କହିଲେ, “ଭୟ କର ନାହିଁ, ଆଜିଠାରୁ ତୁମ୍ଭେ ମନୁଷ୍ୟମାନଙ୍କୁ ଧରିବ।”


କିନ୍ତୁ ଶିମୋନ ପିତର ଏହା ଦେଖି ଯୀଶୁଙ୍କ ଚରଣ ତଳେ ପଡ଼ି କହିଲେ, ହେ ପ୍ରଭୁ, ମୋ ନିକଟରୁ ଚାଲିଯାଅ, ଯେଣୁ ମୁଁ ଜଣେ ପାପୀ ମନୁଷ୍ୟ।


ପୁଣି, ସେ ପିତର, ଯାକୁବ ଓ ଯୋହନଙ୍କୁ ସାଙ୍ଗରେ ଘେନି ଅତ୍ୟନ୍ତ ବିସ୍ମୟାନ୍ୱିତ ଓ ବ୍ୟାକୁଳ ହେବାକୁ ଲାଗିଲେ।


ଛଅ ଦିନ ପରେ ଯୀଶୁ କେବଳ ପିତର, ଯାକୁବ ଓ ଯୋହନଙ୍କୁ ସାଙ୍ଗରେ ନେଇ ଅନ୍ତର ହୋଇ ସେମାନଙ୍କୁ ଗୋଟିଏ ଉଚ୍ଚ ପର୍ବତକୁ ନେଇଗଲେ।


ପୁଣି, ଯୀଶୁ ପିତର, ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଯିବାକୁ ଦେଲେ ନାହିଁ।


ତତ୍ପରେ ସେମାନେ ସମାଜଗୃହରୁ ବାହାରି ଯାକୁବ ଓ ଯୋହନଙ୍କ ସହିତ ସେହିକ୍ଷଣି ଶିମୋନ ଓ ଆନ୍ଦ୍ରିୟଙ୍କ ଗୃହକୁ ଗଲେ।


ପୁଣି, ସେ ଅଳ୍ପ ଦୂର ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ନୌକାରେ ଜାଲ ସଜାଡ଼ୁଥିବା ଦେଖିଲେ।


ଫିଲିପ୍ପ ଓ ବାର୍ଥଲମୀ, ଥୋମା ଓ କରଗ୍ରାହୀ ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ ଓ ଥଦ୍ଦୀୟ,


ସେହି ଦ୍ୱାଦଶ ପ୍ରେରିତମାନଙ୍କ ନାମ ଏହି, ପ୍ରଥମରେ ଶିମୋନ, ଯାହାକୁ ପିତର ବୋଲି କହନ୍ତି, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ,


ଯୀଶୁ ଏହି ବାର ଜଣଙ୍କୁ ନିଯୁକ୍ତ କଲେ ଯଥା, ଶିମୋନ, ଯାହାଙ୍କୁ ସେ ପିତର ବୋଲି ଉପନାମ ଦେଲେ।


ସକାଳ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କ ମଧ୍ୟରୁ ବାର ଜଣକୁ ମନୋନୀତ କଲେ; ସେ ସେମାନଙ୍କୁ ମଧ୍ୟ ପ୍ରେରିତ ନାମ ଦେଲେ,


ମାଥିଉ ଓ ଥୋମା, ଆଲଫିଙ୍କ ପୁତ୍ର ଯାକୁବ ଓ ଶିମୋନ, ଯାହାଙ୍କୁ ଉଦ୍‌ଯୋଗୀ ବୋଲି କହନ୍ତି,


Swiv nou:

Piblisite


Piblisite