Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 6:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, ଲୋକସମୂହ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ, କାରଣ ତାହାଙ୍କଠାରୁ ଶକ୍ତି ବାହାରି ସମସ୍ତଙ୍କୁ ସୁସ୍ଥ କରୁଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପୁଣି ଲୋକସମୂହ ତାହାଙ୍କୁ ସ୍ପର୍ଶ କରିବାକୁ ଚେଷ୍ଟା କରୁଥିଲେ, କାରଣ ତାହାଙ୍କଠାରୁ ଶକ୍ତି ନିର୍ଗତ ହୋଇ ସମସ୍ତଙ୍କୁ ସୁସ୍ଥ କରୁଥିଲା।

Gade chapit la Kopi

ଓଡିଆ ବାଇବେଲ

19 ପୁଣି, ଲୋକସମୂହ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ, କାରଣ ତାହାଙ୍କଠାରୁ ଶକ୍ତି ବାହାରି ସମସ୍ତଙ୍କୁ ସୁସ୍ଥ କରୁଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ସମସ୍ତେ ତାଙ୍କୁ ସ୍ପର୍ଶ କରିବାକୁ ଚେଷ୍ଟା କରୁଥିଲେ, କାରଣ ତାଙ୍କଠାରୁ ଶକ୍ତି ନିର୍ଗତ ହୋଇ ସମସ୍ତଙ୍କୁ ସୁସ୍ଥ କରୁଥିଲା।

Gade chapit la Kopi

ପବିତ୍ର ବାଇବଲ

19 ସମସ୍ତ ଲୋକେ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ। କାରଣ ତାହାଙ୍କ ଦେହରୁ ଶକ୍ତି ବାହାରୁ ଥିଲା। ସେ ସେହି ଲୋକମାନଙ୍କୁ ସୁସ୍ଥ କରିଦେଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 6:19
15 Referans Kwoze  

ଆଉ, ସେମାନେ ଯେପରି କେବଳ ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଅନ୍ତି, ଏହା ତାହାଙ୍କୁ ବିନତି କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଛୁଇଁଲେ ସମସ୍ତେ ସୁସ୍ଥ ହେଲେ।


କାରଣ ସେ ଅନେକ ଲୋକଙ୍କୁ ସୁସ୍ଥ କରିବାରୁ ପୀଡ଼ିତମାନେ ସମସ୍ତେ ତାହାଙ୍କୁ ସ୍ପର୍ଶ କରିବା ନିମନ୍ତେ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ।


ପୁଣି, ସେ ଯେଉଁ ଯେଉଁ ଗ୍ରାମ, ନଗର ବା ପଲ୍ଲୀରେ ପ୍ରବେଶ କଲେ, ଲୋକେ ସେହିସବୁ ସ୍ଥାନର ହାଟବଜାର-ମାନଙ୍କରେ ରୋଗୀମାନଙ୍କୁ ଥୋଇଦେଇ, ସେମାନେ ଯେପରି ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଅନ୍ତି, ଏହା ତାହାଙ୍କୁ ବିନତି କରିବାକୁ ଲାଗିଲେ; ଆଉ ଯେତେ ଲୋକ ତାହାଙ୍କୁ ଛୁଇଁଲେ, ସମସ୍ତେ ସୁସ୍ଥ ହେଲେ।


ସେହିକ୍ଷଣି ଯୀଶୁ ଆପଣାଠାରୁ ଶକ୍ତି ନିର୍ଗତ ହେବା ଅନ୍ତରରେ ଜ୍ଞାତ ହୋଇ ଲୋକଗହଳି ମଧ୍ୟରେ ବୁଲିପଡ଼ି କହିଲେ, “କିଏ ମୋହର ଲୁଗା ଛୁଇଁଲା?”


କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।


ପରେ ସେମାନେ ବେଥ୍‌ସାଇଦାକୁ ଆସିଲେ। ଆଉ ଲୋକେ ଜଣେ ଅନ୍ଧକୁ ତାହାଙ୍କ ନିକଟକୁ ଆଣି ତାହାକୁ ଛୁଇଁବା ପାଇଁ ତାହାଙ୍କୁ ବିନତି କଲେ।


ଏପରିକି ତାହାଙ୍କ ଦେହରୁ ରୁମାଲ କିମ୍ବା ଗାମୁଛା ରୋଗୀମାନଙ୍କ ନିକଟକୁ ଅଣା ଯାଆନ୍ତେ ସେମାନଙ୍କଠାରୁ ରୋଗ ଛାଡ଼ିଯାଉଥିଲା ଓ ମନ୍ଦ-ଆତ୍ମାଗୁଡ଼ାକ ବାହାରିଯାଉଥିଲେ।


ଦିନେ ସେ ଶିକ୍ଷା ଦେଉଥିଲେ, ଆଉ ଗାଲିଲୀର ପ୍ରତ୍ୟେକ ଗ୍ରାମ, ପୁଣି, ଯିହୂଦିୟା ପ୍ରଦେଶ ଓ ଯିରୂଶାଲମ ସହରରୁ ଆସିଥିବା ଫାରୂଶୀ ଓ ମୋଶାଙ୍କ ବ୍ୟବସ୍ଥା ଶିକ୍ଷକମାନେ ନିକଟରେ ବସିଥିଲେ। ଆଉ, ସେ ଯେପରି ସୁସ୍ଥ କରନ୍ତି ଏଥିପାଇଁ ପ୍ରଭୁଙ୍କର ଶକ୍ତି ଉପସ୍ଥିତ ଥିଲା।


ସେସମୟରେ ଲୋକମାନେ ଜଣେ ମନୁଷ୍ୟକୁ କବର ଦେବା ବେଳେ ଏପରି ଘଟିଲା ଯେ, ଦେଖ, ସେମାନେ ଏକ ଲୁଟକାରୀ ଦଳକୁ ଦୂରରୁ ଦେଖିଲେ। ତହିଁରେ ସେମାନେ ସେହି ମନୁଷ୍ୟକୁ ଇଲୀଶାୟଙ୍କର କବରରେ ପକାଇ ଦିଅନ୍ତେ, ସେ ମନୁଷ୍ୟ ଇଲୀଶାୟଙ୍କର ଅସ୍ଥି ସ୍ପର୍ଶ କରିବା ମାତ୍ରେ ସଜୀବ ହୋଇ ଆପଣା ଚରଣରେ ଠିଆ ହେଲା।


ସେମାନେ ତାହାଙ୍କ ବାକ୍ୟ ଶୁଣିବାକୁ ଓ ଆପଣା ଆପଣା ରୋଗରୁ ସୁସ୍ଥ ହେବାକୁ ଆସିଥିଲେ, ଆଉ ଯେଉଁମାନେ ଅଶୁଚି ଆତ୍ମାଗୁଡ଼ାକ ଦ୍ୱାରା କଷ୍ଟ ପାଉଥିଲେ, ସେମାନେ ସୁସ୍ଥ କରାଗଲେ;


Swiv nou:

Piblisite


Piblisite