Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 6:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସେ ସମୟରେ ସେ ଆପଣା ଶିଷ୍ୟମାନଙ୍କୁ ଦେଖି କହିଲେ, “ଦୀନହୀନ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ସେସମୟରେ ସେ ଆପଣା ଶିଷ୍ୟମାନଙ୍କ ପ୍ରତି ଦୃଷ୍ଟିପାତ କରି କହିଲେ, ଦୀନହୀନ ଯେ ତୁମ୍ଭେମାନେ, ତୁମ୍ଭେ-ମାନେ ଧନ୍ୟ, କାରଣ ଈଶ୍ଵରଙ୍କ ରାଜ୍ୟ ତୁମ୍ଭମାନଙ୍କର।

Gade chapit la Kopi

ଓଡିଆ ବାଇବେଲ

20 ସେ ସମୟରେ ସେ ଆପଣା ଶିଷ୍ୟମାନଙ୍କୁ ଦେଖି କହିଲେ, ଦୀନହୀନ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ଯୀଶୁ ତାଙ୍କର ଶିଷ୍ୟମାନଙ୍କ ପ୍ରତି ଦୃଷ୍ଟିପାତ କରି କହିଲେ: “ହେ ଦୀନହୀନମାନେ, ତୁମ୍ଭେମାନେ ଧନ୍ୟ, ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କର!

Gade chapit la Kopi

ପବିତ୍ର ବାଇବଲ

20 ଶିଷ୍ୟମାନଙ୍କ ଆଡ଼କୁ ଗ୍ଭହିଁ ଯୀଶୁ କହିଲେ, “ହେ ଦୀନହୀନ ଲୋକମାନେ! ତୁମ୍ଭେମାନେ ଧନ୍ୟ କାରଣ ତୁମ୍ଭେମାନେ ସ୍ୱର୍ଗରାଜ୍ୟର ଅଧିକାରୀ।

Gade chapit la Kopi




ଲୂକ ଲିଖିତ ସୁସମାଚାର 6:20
35 Referans Kwoze  

ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ବର କଅଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାନ୍ତି?


କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ।


“ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଈଶ୍ବରଙ୍କର ମହା ଆନନ୍ଦ।


ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;


ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କ୍ଲେଶ ଓ ଦୀନତା ଜାଣୁ, (କିନ୍ତୁ ତୁମ୍ଭେ ଧନବାନ), ଆଉ ଯେଉଁମାନେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ମାତ୍ର ପ୍ରକୃତରେ ଯିହୁଦୀ ନୁହଁନ୍ତି, ବରଂ ଶୟତାନର ଦଳ, ସେମାନଙ୍କର ନିନ୍ଦା ମଧ୍ୟ ଆମ୍ଭେ ଜାଣୁ।


ଅଥବା ନିହତ ନୋହୁଁ, ଦୁଃଖିତ ତୁଲ୍ୟ, କିନ୍ତୁ ସର୍ବଦା ଆନନ୍ଦିତ, ଦୀନହୀନର ତୁଲ୍ୟ, କିନ୍ତୁ ଅନେକଙ୍କ ପ୍ରତି ଧନଦାୟକ, ଅକିଞ୍ଚନ ତୁଲ୍ୟ, ଅଥବା ସର୍ବାଧିକାରୀ; ଏହି ସମସ୍ତରେ ଆମ୍ଭେମାନେ ଈଶ୍ବରଙ୍କ ସେବକ ସଦୃଶ ଆପଣା ଆପଣାକୁ ଯୋଗ୍ୟ ବୋଲି ପ୍ରକାଶ କରୁଅଛୁ।


ମାତ୍ର ଆମ୍ଭେ ତୁମ୍ଭ ମଧ୍ୟରେ କ୍ଳେଶଯୁକ୍ତ ଓ ଦରିଦ୍ର ଏକ ଗୋଷ୍ଠୀକୁ ରଖିବା, ଆଉ ସେମାନେ ସଦାପ୍ରଭୁଙ୍କ ନାମରେ ନିର୍ଭର ରଖିବେ।


ମଧ୍ୟ ନମ୍ର ଲୋକମାନେ ସଦାପ୍ରଭୁଙ୍କଠାରେ ଆପଣା ଆପଣା ଆନନ୍ଦ ବଢ଼ାଇବେ ଓ ମନୁଷ୍ୟମାନଙ୍କ ମଧ୍ୟରେ ଦରିଦ୍ରମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କଠାରେ ଉଲ୍ଲାସ କରିବେ।


ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ପ୍ରେମ କରୁଥିବା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ କରିବ।


ଈଶ୍ବରଙ୍କ ଯେଉଁ ରାଜ୍ୟ ନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଈଶ୍ବରଙ୍କ ଉଚିତ୍ ବିଚାରର ପ୍ରତ୍ୟକ୍ଷ ପ୍ରମାଣ,


ପୁଣି, ତୁମ୍ଭେମାନେ ବହୁ କ୍ଲେଶ ଭୋଗ ମଧ୍ୟରେ ପବିତ୍ର ଆତ୍ମାଦତ୍ତ ଆନନ୍ଦ ସହ ସେହି ବାକ୍ୟ ଗ୍ରହଣ କରି ଆମ୍ଭମାନଙ୍କ ଓ ପ୍ରଭୁଙ୍କର ଅନୁକାରୀ ହୋଇଥିଲ,


ସେମାନେ ମହା କ୍ଳେଶରୂପ ପରୀକ୍ଷାରେ ପଡ଼ିଲେ ହେଁ ସେମାନଙ୍କର ମହାନନ୍ଦ ଭୀଷଣ ଦରିଦ୍ରତା ମଧ୍ୟରେ ସୁଦ୍ଧା ପ୍ରଚୁରଭାବେ ଅସୀମ ବଦାନ୍ୟତା ଉତ୍ପନ୍ନ କରିଅଛି।


ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ।


ତାହା ଶୁଣି ତାହାଙ୍କ ସହିତ ଭୋଜନରେ ବସିଥିବା ଲୋକମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଯେଉଁ ଲୋକ ଈଶ୍ବରଙ୍କ ରାଜ୍ୟରେ ଭୋଜନ କରିବ, ସେ ଧନ୍ୟ।


ଯେତେବେଳେ ତୁମ୍ଭେମାନେ ଅବ୍ରହାମ, ଇସ୍‌ହାକ, ଯାକୁବ ପୁଣି, ସମସ୍ତ ଭାବବାଦୀଙ୍କୁ ଈଶ୍ବରଙ୍କ ରାଜ୍ୟରେ ଥିବା ଓ ଆପଣା ଆପଣାକୁ ବାହାରେ ପକାଉଥିବା ଦେଖିବ, ସେତେବେଳେ ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ।


“ପ୍ରଭୁଙ୍କ ଆତ୍ମା ମୋʼଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ,


ଅନ୍ଧମାନେ ଦୃଷ୍ଟି ପାଆନ୍ତି, ଖଞ୍ଜମାନେ ଗମନ କରନ୍ତି, କୁଷ୍ଠରୋଗୀମାନେ ଶୁଚି ହୁଅନ୍ତି, ବଧିରମାନେ ଶ୍ରବଣ କରନ୍ତି, ମୃତମାନେ ଉତ୍ଥାପିତ ହୁଅନ୍ତି, ପୁଣି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ;


ଆଉ, ତାହା ସେହି ଦିନ ଭଗ୍ନ ହେଲା; ତହିଁରେ ପଲର ଯତ୍ନ ଯେଉଁମାନେ ନିଅନ୍ତି ମୋʼ କଥାରେ ମନୋଯୋଗ କଲେ; ସେମାନେ ତାହା ଯେ ସଦାପ୍ରଭୁଙ୍କର ବାକ୍ୟ, ଏହା ଜାଣିଲେ।


କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା, ଏହା ସଦାପ୍ରଭୁ କହନ୍ତି; ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍‍, ଯେଉଁ ଲୋକ ଦୁଃଖୀ, ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା।


ଯେଉଁ ଦରିଦ୍ର ଆପଣା ସିଦ୍ଧତାରେ ଚଳେ, ସେ କୁଟିଳୋଷ୍ଠ ଓ ମୂର୍ଖ ଲୋକ ଅପେକ୍ଷା ଭଲ।


ଅହଙ୍କାରୀମାନଙ୍କ ସହିତ ଲୁଟିତ ଦ୍ରବ୍ୟ ଭାଗ କରିବା ଅପେକ୍ଷା ଦୀନାତ୍ମା ସହିତ ନମ୍ର ହେବାର ଭଲ।


ସେ କୁଳୀନମାନଙ୍କ ସଙ୍ଗେ ବସାଇବା ପାଇଁ ଓ ଗୌରବ ସିଂହାସନ ଅଧିକାର କରିବା ପାଇଁ ଧୂଳିରୁ ଦୀନହୀନକୁ ଉଠାନ୍ତି ଓ ଦରିଦ୍ରକୁ ଖତରାଶିରୁ ଉନ୍ନତ କରନ୍ତି; କାରଣ ପୃଥିବୀର ସ୍ତମ୍ଭସକଳ ସଦାପ୍ରଭୁଙ୍କର ଓ ସେ ତହିଁ ଉପରେ ଜଗତ ସ୍ଥାପନ କରିଅଛନ୍ତି।


କିନ୍ତୁ ଅବ୍ରହାମ କହିଲେ, ‘ପୁଅରେ, ତୁ ଯେ ଜୀବିତ ଥିବା ସମୟରେ ତୋର ଭଲ ବିଷୟସବୁ ପାଇଲୁ, ଆଉ ଲାଜାର ସେହିପରି ମନ୍ଦ ବିଷୟସବୁ ପାଇଲା, ଏହା ମନେ କର; କିନ୍ତୁ ଏବେ ସେ ଏହି ସ୍ଥାନରେ ସାନ୍ତ୍ୱନା ପାଉଅଛି, ଆଉ ତୁ କଲବଲ ହେଉଅଛୁ।


ଅନେକ ଦୁଷ୍ଟ ଲୋକର ପ୍ରଚୁର ସମ୍ପତ୍ତି ଅପେକ୍ଷା ଧାର୍ମିକ ଲୋକର ଅଳ୍ପ ସମ୍ପତ୍ତି ଭଲ।


ଲୋକମାନଙ୍କୁ ଦେଖି ଯୀଶୁ ପାହାଡ ଉପରକୁ ଚଢ଼ିଲେ, ପୁଣି, ବସିବା ପରେ ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସିଲେ।


Swiv nou:

Piblisite


Piblisite