Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 6:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଲୋକେ ଯେବେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ମନୁଷ୍ୟପୁତ୍ରଙ୍କ ହେତୁ ଅଲଗା କରନ୍ତି ପୁଣି, ନିନ୍ଦା କରନ୍ତି ଓ ତୁମ୍ଭମାନଙ୍କ ନାମକୁ ମନ୍ଦ ବୋଲି ଅଗ୍ରାହ୍ୟ କରନ୍ତି, ତେବେ ତୁମ୍ଭେମାନେ ଧନ୍ୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଲୋକେ ଯେବେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ମନୁଷ୍ୟପୁତ୍ରଙ୍କ ହେତୁ ପୃଥକ୍ କରନ୍ତି, ପୁଣି ନିନ୍ଦା କରନ୍ତି ଓ ତୁମ୍ଭମାନଙ୍କ ନାମକୁ ମନ୍ଦ ବୋଲି ଅଗ୍ରାହ୍ୟ କରନ୍ତି, ତେବେ ତୁମ୍ଭେମାନେ ଧନ୍ୟ।

Gade chapit la Kopi

ଓଡିଆ ବାଇବେଲ

22 ଲୋକେ ଯେବେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ମନୁଷ୍ୟପୁତ୍ରଙ୍କ ହେତୁ ଅଲଗା କରନ୍ତି ପୁଣି, ନିନ୍ଦା କରନ୍ତି ଓ ତୁମ୍ଭମାନଙ୍କ ନାମକୁ ମନ୍ଦ ବୋଲି ଅଗ୍ରାହ୍ୟ କରନ୍ତି, ତେବେ ତୁମ୍ଭେମାନେ ଧନ୍ୟ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 “ମନୁଷ୍ୟପୁତ୍ରଙ୍କ ନିମନ୍ତେ ଯଦି ଲୋକମାନେ ତୁମକୁ ଘୃଣା କରନ୍ତି, ତୁମ ସହିତ ସମ୍ପର୍କ ରଖନ୍ତି ନାହିଁ, ଅପମାନ ଦିଅନ୍ତି ଓ ତୁମକୁ ଭ୍ରଷ୍ଟାଚାରୀ ବୋଲି କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ!

Gade chapit la Kopi

ପବିତ୍ର ବାଇବଲ

22 “ମନୁଷ୍ୟପୁତ୍ରଙ୍କ ଯୋଗୁଁ ଲୋକମାନେ ତୁମ୍ଭମାନଙ୍କୁ ଘୃଣା କରିବେ। ସେମାନେ ତୁମ୍ଭମାନଙ୍କୁ ଘୃଣା କରିବେ। ତୁମ୍ଭମାନଙ୍କୁ ଅପମାନ ଦେବେ, ତୁମ୍ଭମାନଙ୍କ ବିଷୟରେ ମନ୍ଦ କଥା କହି ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରିଦେବେ, ଯେତେବେଳେ ଏହା ଘଟିବ, ତୁମ୍ଭେ ଧନ୍ୟ ହେବ।

Gade chapit la Kopi




ଲୂକ ଲିଖିତ ସୁସମାଚାର 6:22
29 Referans Kwoze  

ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ, ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।


ପୁଣି, ଯଦିବା ଧାର୍ମିକତା ସକାଶେ ତୁମ୍ଭମାନଙ୍କୁ ଦୁଃଖଭୋଗ କରିବାକୁ ପଡ଼େ, ତାହାହେଲେ ତୁମ୍ଭେମାନେ ଧନ୍ୟ। ସେମାନେ ଭୟ ଦେଖାଇଲେ ଭୀତ କିଅବା ଉଦ୍‍ବିଗ୍ନ ହୁଅ ନାହିଁ;


ସେମାନେ ତୁମ୍ଭମାନଙ୍କୁ ସମାଜଗୃହରୁ ବାହାର କରିବେ, ହଁ, ଏପରି ସମୟ ଆସୁଅଛି, ଯେତେବେଳେ ଯେ କେହି ତୁମ୍ଭମାନଙ୍କୁ ବଧ କରେ, ସେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଉପାସନାରୂପ ବଳି ଉତ୍ସର୍ଗ କରୁଅଛି ବୋଲି ମନେ କରିବ।


ଜଗତ ତୁମ୍ଭମାନଙ୍କୁ ଘୃଣା କରିପାରେ ନାହିଁ, କିନ୍ତୁ ମୋତେ ଘୃଣା କରେ, କାରଣ ତାହାର କର୍ମ ଯେ ମନ୍ଦ, ମୁଁ ତାହା ବିଷୟରେ ଏହି ସାକ୍ଷ୍ୟ ଦେଉଅଛି।


ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ‘ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ;’ ମାତ୍ର ସେମାନେ ଲଜ୍ଜିତ ହେବେ।


ତଥାପି ଯିହୁଦୀ ନେତାମାନଙ୍କ ମଧ୍ୟରୁ ସୁଦ୍ଧା ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ, କିନ୍ତୁ କାଳେ ସେମାନେ ସମାଜଗୃହରୁ ବାହାର ହୁଅନ୍ତି, ଏଥିପାଇଁ ଫାରୂଶୀମାନଙ୍କ ହେତୁ ତାହା ସ୍ୱୀକାର କରୁ ନ ଥିଲେ,


ସେମାନେ କହନ୍ତି, ସ୍ୱ ସ୍ଥାନରେ ଛିଡ଼ା ହୁଅ, “ଆମ୍ଭ ନିକଟକୁ ଆସ ନାହିଁ, କାରଣ ଆମ୍ଭେ ତୁମ୍ଭ ଅପେକ୍ଷା ପବିତ୍ର;” ଏମାନେ ଆମ୍ଭ ନାସିକାରେ ଧର୍ମସ୍ୱରୂପ, ସାରାଦିନ ପ୍ରଜ୍ୱଳିତ ଅଗ୍ନି ସ୍ୱରୂପ।


କାରଣ ଆମ୍ଭେମାନେ ଏହି ଲୋକକୁ ମହାମାରୀ ସ୍ୱରୂପ, ଜଗତର ସର୍ବତ୍ର ସମସ୍ତ ଯିହୁଦୀମାନଙ୍କ ମଧ୍ୟରେ ବିଦ୍ରୋହର ପରିଚାଳକ ଓ ନାଜରିତୀୟ ଦଳର ଜଣେ ପ୍ରଧାନ ନେତା ବୋଲି ଜାଣିଅଛୁ;


ଯେଣୁ ଆମ୍ଭର ନାମ ସକାଶେ ତାହାକୁ ଯେ କେତେ ଦୁଃଖଭୋଗ କରିବାକୁ ହେବ, ତାହା ଆମ୍ଭେ ତାହାକୁ ଜଣାଇବା।”


ମୁଁ ସେମାନଙ୍କୁ ତୁମ୍ଭର ବାକ୍ୟ ଦାନ କରିଅଛି, ଆଉ ଜଗତ ସେମାନଙ୍କୁ ଘୃଣା କରିଅଛି, କାରଣ ମୁଁ ଯେପରି ଏ ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେହିପରି ଏହି ଜଗତରୁ ଉତ୍ପନ୍ନ ନୁହଁନ୍ତି।


ପୁଣି, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ।


ଯେ ଆପଣା ଜୀବନ ବଞ୍ଚାଏ, ସେ ତାହା ହରାଇବ, ଆଉ ଯେ ମୋ ନିମନ୍ତେ ଆପଣା ଜୀବନ ହରାଏ, ସେ ତାହା ବଞ୍ଚାଇବ।”


ଲୋକମାନେ ଏହି କଥା ଶୁଣିବା ପରେ ବଡ଼ ପାଟିରେ କହିଲେ, ଏପରି ଲୋକଟାକୁ ପୃଥିବୀରୁ ଦୂର କର, କାରଣ ତାହାର ବଞ୍ଚି ରହିବାର ଉଚିତ୍ ନୁହେଁ।


ସେମାନେ ତାହାକୁ ଉତ୍ତର ଦେଲେ, ତୁ ତ ପୁରା ପାପରେ ଜନ୍ମ ହେଲୁ, ଆଉ ତୁ ଆମ୍ଭମାନଙ୍କୁ ଶିକ୍ଷା ଦେଉଅଛୁ? ସେଥିରେ ସେମାନେ ତାହାକୁ ବାହାର କରିଦେଲେ।


ଆଉ ସେମାନେ ତାହାଙ୍କୁ ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇ ବଧ କଲେ। ଅତଏବ ଦ୍ରାକ୍ଷାକ୍ଷେତ୍ରର ମାଲିକ ସେମାନଙ୍କ ପ୍ରତି କଅଣ କରିବେ?


ପୁଣି, ତୁମ୍ଭେମାନେ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ପାଖକୁ ଅଣାଯିବ; ତାହା ସେମାନଙ୍କ ଓ ଅଣଯିହୁଦୀମାନଙ୍କ ପ୍ରତି ସାକ୍ଷ୍ୟସ୍ୱରୂପ ହେବ।


ବର୍ତ୍ତମାନ କ୍ଷୁଧିତ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ପରିତୃପ୍ତ ହେବ। ବର୍ତ୍ତମାନ ରୋଦନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ହାସ୍ୟ କରିବ।


ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ପ୍ରେମ କରୁଥିବା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ କରିବ।


Swiv nou:

Piblisite


Piblisite