Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 6:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 କିନ୍ତୁ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନଙ୍କର ମଙ୍ଗଳ କର;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 କିନ୍ତୁ ଶ୍ରବଣ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନଙ୍କର ମଙ୍ଗଳ କର;

Gade chapit la Kopi

ଓଡିଆ ବାଇବେଲ

27 କିନ୍ତୁ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନଙ୍କର ମଙ୍ଗଳ କର;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 “କିନ୍ତୁ ଶୁଣ, ମୁଁ କହୁଛି, ତୁମର ଶତ୍ରୁକୁ ପ୍ରେମ କର। ଯେଉଁମାନେ ତୁମକୁ ଘୃଣା କରନ୍ତି, ସେମାନଙ୍କର ମଙ୍ଗଳ କର।

Gade chapit la Kopi

ପବିତ୍ର ବାଇବଲ

27 “ତୁମ୍ଭେମାନେ ଯେଉଁମାନେ ମୋ’ କଥା ଶୁଣୁଛ, ମୁଁ ସେହିମାନଙ୍କୁ କହୁଛି, ନିଜ ଶତ୍ରୁକୁ ପ୍ରେମ କର। ତୁମ୍ଭମାନଙ୍କୁ ଯେଉଁମାନେ ଘୃଣା କରୁଛନ୍ତି, ସେମାନଙ୍କର ମଙ୍ଗଳ କର।

Gade chapit la Kopi




ଲୂକ ଲିଖିତ ସୁସମାଚାର 6:27
22 Referans Kwoze  

ସାବଧାନ, କେହି କାହାରି ପ୍ରତି ଅପକାର ବଦଳରେ ଅପକାର ନ କରୁ, ବରଂ ତୁମ୍ଭେମାନେ ସର୍ବଦା ପରସ୍ପରର ଓ ସମସ୍ତଙ୍କର ମଙ୍ଗଳ କରିବାକୁ ସଚେଷ୍ଟା ହୁଅ।


ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି, ପରିଶୋଧ ନେବାର ଆଶା ନ ରଖି ଋଣ ଦିଅ; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ମହାନ ଈଶ୍ବରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି ଦୟାଳୁ ଅଟନ୍ତି।


ତୁମ୍ଭର ଶତ୍ରୁ ପତିତ ହେଲେ ଆନନ୍ଦ କର ନାହିଁ, ମଧ୍ୟ ସେ ଝୁଣ୍ଟି ପଡ଼ିଲେ, ତୁମ୍ଭର ଚିତ୍ତ ହୃଷ୍ଟ ନ ହେଉ;


ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ୱାସୀ ସମସ୍ତଙ୍କର ମଙ୍ଗଳ କରୁ।


ଯୀଶୁ ପୁଣି, ସେମାନଙ୍କୁ କହିଲେ, “କଅଣ ଶୁଣୁଅଛ, ସେ ବିଷୟରେ ସାବଧାନ। ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ ଏବଂ ତୁମ୍ଭମାନଙ୍କୁ ଅଧିକ ଦିଆଯିବ।


ଅର୍ଥାତ୍‍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ବର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ବର ତାହାଙ୍କ ସହବର୍ତ୍ତୀ ଥିଲେ।


ପୁଣି, ସେ ଆଣ୍ଠୋଇପଡ଼ି ଉଚ୍ଚସ୍ୱରରେ ଡାକି କହିଲେ, ହେ ପ୍ରଭୁ, ଏହି ପାପ ଏମାନଙ୍କ ବିରୁଦ୍ଧରେ ଗଣନା କର ନାହିଁ। ସେ ଏହା କହି ମହାନିଦ୍ରା ପ୍ରାପ୍ତ ହେଲେ।


ସେତେବେଳେ ଯୀଶୁ କହିଲେ, “ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କଅଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ।” ଆଉ ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ।


ଅତଏବ, କିପରି ଶୁଣୁଅଛ, ସେ ବିଷୟରେ ସାବଧାନ; କାରଣ ଯାହାର ଅଛି, ତାହାକୁ ଦିଆଯିବ, ଆଉ ଯାହାର ନାହିଁ, ସେ ଯାହା ନିଜର ଅଛି ବୋଲି ମନେ କରେ, ତାହା ସୁଦ୍ଧା ତାହାଠାରୁ ନିଆଯିବ।”


ଆଉ, ଉତ୍ତମ ଭୂମିରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଆଉ, ଯେଉଁମାନେ ଉତ୍ତମ ଓ ସରଳ ହୃଦୟରେ ବାକ୍ୟ ଶୁଣି ତାହା ଧରି ରଖନ୍ତି ଏବଂ ଧୈର୍ଯ୍ୟ ସହକାରେ ଫଳ ଫଳନ୍ତି।”


ଅନ୍ୟ କେତେକ ଭଲ ଭୂମିରେ ପଡ଼ିଲା ଆଉ ବଢ଼ି ଶହେ ଗୁଣ ଫଳ ଫଳିଲା।” ସେ ଏହା କହୁ କହୁ ଉଚ୍ଚସ୍ୱରରେ କହିଲେ, “ଯାହାର ଶୁଣିବା ପାଇଁ କାନ ଅଛି, ସେ ଶୁଣୁ।”


ଲୋକେ ଯେବେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ମନୁଷ୍ୟପୁତ୍ରଙ୍କ ହେତୁ ଅଲଗା କରନ୍ତି ପୁଣି, ନିନ୍ଦା କରନ୍ତି ଓ ତୁମ୍ଭମାନଙ୍କ ନାମକୁ ମନ୍ଦ ବୋଲି ଅଗ୍ରାହ୍ୟ କରନ୍ତି, ତେବେ ତୁମ୍ଭେମାନେ ଧନ୍ୟ।


ପ୍ରିୟ ବନ୍ଧୁ, ତୁମ୍ଭେ ଦୁଷ୍କର୍ମର ଅନୁକାରୀ ନ ହୋଇ ସତ୍କର୍ମର ଅନୁକାରୀ ହୁଅ। ଯେ ସତ୍କର୍ମ କରେ, ସେ ଈଶ୍ବରଙ୍କଠାରୁ ଜାତ; ଯେ ଦୁଷ୍କର୍ମ କରେ, ସେ ଈଶ୍ବରଙ୍କୁ ଦର୍ଶନ କରି ନାହିଁ।


ବିଷୟ ଗୋପନ କରିବା ପରମେଶ୍ୱରଙ୍କର ଗୌରବ; ମାତ୍ର ବିଷୟର ଅନୁସନ୍ଧାନ କରିବାର ରାଜାଙ୍କର ଗୌରବ।


ଯଦି ମୁଁ ଆପଣା ସଙ୍ଗେ ମିଳନରେ ଥିବା ଲୋକର ମନ୍ଦ କରିଥାଏ; (ମାତ୍ର ଯେ ଅକାରଣରେ ମୋହର ବିପକ୍ଷ, ମୁଁ ତାହାକୁ ଉଦ୍ଧାର କରିଅଛି);


ସେତେବେଳେ ରାଜା ପରମେଶ୍ୱରଙ୍କ ଲୋକକୁ ଉତ୍ତର କରି କହିଲେ, “ଯେପରି ମୋହର ହସ୍ତ ପୂର୍ବ ପରି ହୁଏ, ଏଥିପାଇଁ ତୁମ୍ଭେ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ଅନୁଗ୍ରହ ନିବେଦନ କର ଓ ମୋʼ ପାଇଁ ପ୍ରାର୍ଥନା କର।” ତହିଁରେ ପରମେଶ୍ୱରଙ୍କ ଲୋକ ସଦାପ୍ରଭୁଙ୍କଠାରେ ନିବେଦନ କରନ୍ତେ, ରାଜାଙ୍କର ହସ୍ତ ସୁସ୍ଥ ହୋଇ ପୂର୍ବ ପରି ହୋଇଗଲା।


କିନ୍ତୁ ପାଉଲ ଉଚ୍ଚସ୍ୱରରେ ଡାକି କହିଲେ, ଆପଣାର କୌଣସି କ୍ଷତି କର ନାହିଁ, କାରଣ ଆମ୍ଭେମାନେ ସମସ୍ତେ ଏଠାରେ ଅଛୁ।


Swiv nou:

Piblisite


Piblisite