Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 6:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି, ପରିଶୋଧ ନେବାର ଆଶା ନ ରଖି ଋଣ ଦିଅ; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ମହାନ ଈଶ୍ବରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି ଦୟାଳୁ ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି ପରିଶୋଧର ଆଶା ନ ରଖି ଋଣ ଦିଅ ; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ପରାତ୍ପରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି କୃପାବାନ ଅଟନ୍ତି।

Gade chapit la Kopi

ଓଡିଆ ବାଇବେଲ

35 ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି, ପରିଶୋଧର ଆଶା ନ ରଖି ଋଣ ଦିଅ; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ମହାନ ଈଶ୍ୱରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି ଦୟାଳୁ ଅଟନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

35 ବରଂ ତୁମର ଶତ୍ରୁମାନଙ୍କୁ ପ୍ରେମ କର ଓ ସେମାନଙ୍କର ମଙ୍ଗଳ କର; ପରିଶୋଧର ଆଶା ନ ରଖି ଋଣ ଦିଅ। ତା’ହେଲେ ତୁମ୍ଭେମାନେ ମହାପୁରସ୍କାର ପାଇବ ଓ ପରାତ୍ପର ଈଶ୍ୱରଙ୍କ ସନ୍ତାନ ହେବ। କାରଣ ଅକୃତଜ୍ଞ ଓ ଦୁଷ୍ଟ ଲୋକମାନଙ୍କୁ ମଧ୍ୟ ଈଶ୍ୱର କୃପା କରନ୍ତି।

Gade chapit la Kopi

ପବିତ୍ର ବାଇବଲ

35 “ତେଣୁ ନିଜ ଶତ୍ରୁକୁ ଭଲ ପାଅ। ଲୋକଙ୍କର ଉପକାର କର ଓ ଫେରି ପାଇବାର କୌଣସି ଆଶା ନ ରଖି ଟଙ୍କା ଧାର ଦିଅ। ଏହା କଲେ ତୁମ୍ଭମାନଙ୍କୁ ପ୍ରଚୁର ପୁରସ୍କାର ମିଳିବ। ତୁମ୍ଭେମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ସନ୍ତାନ ହେବ। କାରଣ ସେ କପଟୀ ଏବଂ ଦୁଷ୍ଟ ଲୋକମାନଙ୍କ ପ୍ରତି ମଧ୍ୟ ଦୟାଶୀଳ ଅଟନ୍ତି।

Gade chapit la Kopi




ଲୂକ ଲିଖିତ ସୁସମାଚାର 6:35
21 Referans Kwoze  

ଯଦି ତୁମ୍ଭମାନଙ୍କର ପରସ୍ପର ପ୍ରତି ପ୍ରେମ ଥାଏ, ତାହାହେଲେ ତୁମ୍ଭେମାନେ ଯେ ମୋହର ଶିଷ୍ୟ, ଏହା ସମସ୍ତେ ତଦ୍ୱାରା ଜ୍ଞାତ ହେବେ।”


ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।


ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ; ପୁଣି, ତାହାଙ୍କ ହସ୍ତକୃତ ସମସ୍ତ କର୍ମ ଉପରେ ତାହାଙ୍କର ଦୟା ଥାଏ।


ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ; ଯେହେତୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ।


କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ।


ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ ହୁଏ; ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ।


ତୁମ୍ଭେମାନେ ପ୍ରଚୁର ଫଳ ଫଳିଲେ ମୋହର ପିତା ମହିମାନ୍ୱିତ ହେବେ, ଆଉ ତୁମ୍ଭେମାନେ ମୋହର ପ୍ରକୃତ ଶିଷ୍ୟ ହେବ।


ସେ ସାରାଦିନ ଦୟା ବ୍ୟବହାର କରି ଉଧାର ଦିଏ; ପୁଣି, ତାହାର ସନ୍ତାନଗଣ ଆଶୀର୍ବାଦ ପାଆନ୍ତି।


ତଥାପି ସେ ଆପଣାକୁ ସାକ୍ଷ୍ୟ ବିହୀନ କରି ରଖି ନାହାନ୍ତି, କାରଣ ସେ ମଙ୍ଗଳ କରିଅଛନ୍ତି, ଆଉ ଆକାଶରୁ ବୃଷ୍ଟି ଓ ଫଳଦାୟକ ଋତୁ ଗୁଡ଼ିକ ଦେଇ ଭକ୍ଷ ଓ ଆନନ୍ଦରେ ଆପଣମାନଙ୍କ ହୃଦୟ ପରିତୃପ୍ତ କରିଅଛନ୍ତି।


ସେ ମହାନ ହେବେ ଓ ମହାନ ଈଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ; ପ୍ରଭୁ ଈଶ୍ବର ତାହାଙ୍କୁ ତାହାଙ୍କ ପିତା ଦାଉଦଙ୍କ ସିଂହାସନ ଦାନ କରିବେ,


ଆଉ ଉଚ୍ଚସ୍ୱରରେ ଚିତ୍କାର କରି କହିଲା, ହେ ପରାତ୍ପର ଈଶ୍ବରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋହର କଅଣ ଅଛି? ତୁମ୍ଭକୁ ଈଶ୍ବରଙ୍କ ନାମରେ ଶପଥ ଦେଉଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ।


ତହିଁରେ ଲୋକମାନେ କହିବେ, ନିଶ୍ଚୟ ଧାର୍ମିକ ଲୋକ ପାଇଁ ପୁରସ୍କାର ଅଛି; ନିଶ୍ଚୟ ପୃଥିବୀରେ ବିଚାରକର୍ତ୍ତା ଏକ ପରମେଶ୍ୱର ଅଛନ୍ତି।


ଶାନ୍ତିକାରକ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ବରଙ୍କ ସନ୍ତାନ ଭାବରେ ପରିଚିତ ହେବେ।


ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ଦୟାଳୁ, ତୁମ୍ଭେମାନେ ସେହିପରି ଦୟାଳୁ ହୁଅ।”


କାରଣ ଲୋକମାନେ ଆତ୍ମପ୍ରିୟ, ଧନଲୋଭୀ, ଆତ୍ମଗର୍ବୀ, ଅହଙ୍କାରୀ, ନିନ୍ଦକ, ପିତାମାତାଙ୍କର ଅବାଧ୍ୟ,


Swiv nou:

Piblisite


Piblisite