Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 6:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ଆଉ, ତୁମ୍ଭେମାନେ କାହିଁକି ମୋତେ ପ୍ରଭୁ, ପ୍ରଭୁ ବୋଲି କହୁଅଛ, ମାତ୍ର ମୋହର ବାକ୍ୟ ପାଳନ କରୁ ନାହଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

46 ଆଉ, ତୁମ୍ଭେମାନେ କାହିଁକି ମୋତେ ପ୍ରଭୁ, ପ୍ରଭୁ ବୋଲି ସମ୍ଵୋଧନ କରୁଅଛ, ମାତ୍ର ମୋହର ବାକ୍ୟ ପାଳନ କରୁ ନାହଁ?

Gade chapit la Kopi

ଓଡିଆ ବାଇବେଲ

46 ଆଉ, ତୁମ୍ଭେମାନେ କାହିଁକି ମୋତେ ପ୍ରଭୁ, ପ୍ରଭୁ ବୋଲି କହୁଅଛ, ମାତ୍ର ମୋହର ବାକ୍ୟ ପାଳନ କରୁ ନାହଁ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

46 “ତୁମ୍ଭେମାନେ କାହିଁକି ମୋତେ ‘ପ୍ରଭୁ, ପ୍ରଭୁ’ ବୋଲି ସମ୍ବୋଧନ କର, କିନ୍ତୁ ମୁଁ ତୁମ୍ଭମାନଙ୍କୁ ଯାହା କହେ, ତାହା ପାଳନ କରି ନ ଥାଅ?

Gade chapit la Kopi

ପବିତ୍ର ବାଇବଲ

46 “ତୁମ୍ଭେମାନେ ମୋତେ କାହିଁକି ‘ପ୍ରଭୁ’, ପ୍ରଭୁ ବୋଲି ଡାକୁଛ? କିନ୍ତୁ ମୁଁ ଯାହା କହୁଛି, ତୁମ୍ଭେମାନେ ତ ତାହା କରୁ ନାହଁ?

Gade chapit la Kopi




ଲୂକ ଲିଖିତ ସୁସମାଚାର 6:46
9 Referans Kwoze  

“ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯଦି ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ? ଓ ଆମ୍ଭେ ଯଦି ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି। ପୁଣି, ତୁମ୍ଭେମାନେ କହୁଅଛ, ‘ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ।’


ଭ୍ରାନ୍ତ ନ ହୁଅ; ଈଶ୍ବର ବିଦୃପର ପାତ୍ର ନୁହଁନ୍ତି; କାରଣ ମନୁଷ୍ୟ ଯାହା ବୁଣେ, ତାହା ହିଁ କାଟିବ।


ସେଥିରେ ସେମାନେ ମଧ୍ୟ ଉତ୍ତର ଦେବେ, ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ କି ତୃଷିତ, ପ୍ରବାସୀ କି ଉଲଗ୍ନ, ପୀଡ଼ିତ କି କାରାଗାରସ୍ଥ ଦେଖି ଆପଣଙ୍କର ସେବା କଲୁ ନାହିଁ?


ଆଉ, ଯେ ଏକ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭୁ, ଆପଣ ଯେ ଜଣେ କଠିନ ଲୋକ, ଯେଉଁଠାରେ ବୁଣି ନ ଥାଆନ୍ତି, ସେଠାରେ କାଟନ୍ତି, ଆଉ ଯେଉଁଠାରେ ଶସ୍ୟ ବିଛାଇ ନ ଥାନ୍ତି, ସେଠାରେ ସଂଗ୍ରହ କରନ୍ତି, ଏହା ମୁଁ ଜାଣିଥିଲି।


ଏହାପରେ ଅନ୍ୟ କନ୍ୟାମାନେ ମଧ୍ୟ ଆସି କହିଲେ, ହେ ପ୍ରଭୁ, ହେ ପ୍ରଭୁ, ଆମ ପାଇଁ ଦ୍ୱାର ଫିଟାଇ ଦିଅନ୍ତୁ।


କିନ୍ତୁ ଶ୍ରୋତାମାତ୍ର ହୋଇ ଆପଣାମାନଙ୍କୁ ପ୍ରବଞ୍ଚନା ନ କରି ବାକ୍ୟର କର୍ମକାରୀ ହୁଅ।


Swiv nou:

Piblisite


Piblisite