Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 6:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ, ସେ କେଜାଣି ବିଶ୍ରାମବାର ଦିନରେ ସୁସ୍ଥ କରନ୍ତି, ଏହା ଦେଖିବା ପାଇଁ ଶାସ୍ତ୍ରୀ ଓ ଫାରୂଶୀମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ଭୁଲ୍ ପାଇ ପାରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆଉ, ସେ କେଜାଣି ବିଶ୍ରାମବାରରେ ସୁସ୍ଥ କରନ୍ତି, ଏହା ଦେଖିବା ପାଇଁ ଶାସ୍ତ୍ରୀ ଓ ଫାରୂଶୀମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗର କାରଣ ପାଇ ପାରନ୍ତି।

Gade chapit la Kopi

ଓଡିଆ ବାଇବେଲ

7 ଆଉ, ସେ କେଜାଣି ବିଶ୍ରାମବାରରେ ସୁସ୍ଥ କରନ୍ତି, ଏହା ଦେଖିବା ପାଇଁ ଶାସ୍ତ୍ରୀ ଓ ଫାରୂଶୀମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ଭୁଲ୍ ପାଇ ପାରନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଧର୍ମଗୁରୁ ଓ ଫାରୁଶୀମାନଙ୍କ ମଧ୍ୟରୁ କେତେଜଣ ଯୀଶୁଙ୍କ ଦୋଷ ଧରିବା ପାଇଁ କାରଣ ଖୋଜୁଥିଲେ। ସେ ବିଶ୍ରାମବାର ଦିନ ସୁସ୍ଥ କରିବେ କି ନାହିଁ, ତାହା ଦେଖିବାକୁ ତାଙ୍କ ପ୍ରତି ତୀକ୍ଷ୍ଣ ଦୃଷ୍ଟି ରଖିଥିଲେ।

Gade chapit la Kopi

ପବିତ୍ର ବାଇବଲ

7 ବିଶ୍ରାମବାରରେ ଯୀଶୁ କାହାରିକୁ ସୁସ୍ଥ କରି ଦେଉଛନ୍ତି କି ନାହିଁ ତାହା ଦେଖିବା ପାଇଁ ସେଠାରେ ଯିହୂଦୀ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ ଅପେକ୍ଷା କରି ରହିଥିଲେ। ସେମାନେ ଦେଖିବାକୁ ଗ୍ଭହୁଁଥିଲେ ଯେ, ଯୀଶୁ କିଛି ଭୁଲ୍ କାମ କଲେ ସେମାନେ ତାହାଙ୍କୁ ଦୋଷୀ ସାବ୍ୟସ୍ତ କରି ପାରିବେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 6:7
14 Referans Kwoze  

ସେଥିରେ ସେମାନେ ଯୀଶୁଙ୍କୁ ରାଜ୍ୟପାଳଙ୍କ ହାତରେ ଓ ଶାସନକର୍ତ୍ତାଙ୍କ ଶାସନର ଅଧୀନରେ ସମର୍ପଣ କରିବା ନିମନ୍ତେ ସୁଯୋଗ ଖୋଜି ଯୀଶୁଙ୍କ କଥାର ଭୁଲ୍ ଧରିବା ଉଦ୍ଦେଶ୍ୟରେ ଯେଉଁମାନେ କପଟରେ ନିଜ ନିଜକୁ ଧାର୍ମିକ ବୋଲି ଦେଖାଉଥିବା ଚୋରମାନଙ୍କୁ ପଠାଇଲେ।


କିନ୍ତୁ ଯୀଶୁ ବିଶ୍ରାମବାର ଦିନରେ ସୁସ୍ଥ କରିବାରୁ ସମାଜଗୃହର ଅଧ୍ୟକ୍ଷ ବିରକ୍ତ ହୋଇ ଲୋକସମୂହକୁ ଉତ୍ତର ଦେଲେ, କର୍ମ କରିବା ନିମନ୍ତେ ଛଅ ଦିନ ଅଛି, ଏଣୁ ସେହିସବୁ ଦିନରେ ଆସି ସୁସ୍ଥ ହୁଅ, ବିଶ୍ରାମବାର ଦିନରେ ଆସ ନାହିଁ।


ଆଉ, ସେ ତାହାକୁ କେଜାଣି ବିଶ୍ରାମବାର ଦିନରେ ସୁସ୍ଥ କରିବେ, ଏହା ଦେଖିବା ପାଇଁ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରିପାରନ୍ତି।


ତହୁଁ ଫାରୂଶୀମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଲୋକଟା ଈଶ୍ବରଙ୍କ ନିକଟରୁ ଆସି ନାହିଁ, କାରଣ ସେ ବିଶ୍ରାମବାର ପାଳନ କରୁ ନାହିଁ। ଆଉ, କେହି କେହି କହିଲେ, ପାପୀ ଲୋକ କିପରି ଏହି ପ୍ରକାର ଆଶ୍ଚର୍ଯ୍ୟକର୍ମସବୁ କରିପାରେ? ଏହିପରି ଭାବେ ସେମାନଙ୍କ ମଧ୍ୟରେ ମତଭେଦ ହେଲା।


କାରଣ ମୁଁ ଅନେକଙ୍କର ଅପବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ମୋର ଝୁଣ୍ଟିବାର ଅପେକ୍ଷାକାରୀ ଆତ୍ମୀୟ ମିତ୍ର ସମସ୍ତେ କହନ୍ତି, “ତୁମ୍ଭେମାନେ ଅଭିଯୋଗ କର, ଆମ୍ଭେମାନେ ହିଁ ତାହାର ଅଭିଯୋଗ କରିବା; କେଜାଣି ସେ ଭୁଲିଯିବ, ତହିଁରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାଠାରୁ ପରିଶୋଧ ନେବା।”


ସେମାନେ କଥାରେ ମନୁଷ୍ୟକୁ ଦୋଷୀ କରନ୍ତି ଓ ନଗର-ଦ୍ୱାରରେ ଦୋଷବକ୍ତା ନିମନ୍ତେ ଫାନ୍ଦ ପାତନ୍ତି ଓ ଅକାରଣରେ ଧାର୍ମିକ ପ୍ରତି ଅନ୍ୟାୟ କରନ୍ତି।


ମଧ୍ୟ ଯେଉଁମାନେ ମୋʼ ପ୍ରାଣ ଚାହାନ୍ତି, ସେମାନେ ମୋʼ ପାଇଁ ଫାନ୍ଦ ପାତନ୍ତି; ପୁଣି, ଯେଉଁମାନେ ମୋହର ଅନିଷ୍ଟ ଇଚ୍ଛା କରନ୍ତି, ସେମାନେ ସର୍ବନାଶର କଥା କହନ୍ତି ଓ ସାରାଦିନ ଛଳର ଚିନ୍ତା କରନ୍ତି।


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦୁଷ୍ଟର ପ୍ରତିରୋଧ କର ନାହିଁ, ମାତ୍ର ଯେ କେହି ତୁମ୍ଭର ଡାହାଣ ଗାଲରେ ଚାପୁଡ଼ା ମାରେ, ତାହାକୁ ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ।


Swiv nou:

Piblisite


Piblisite