Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 6:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କିନ୍ତୁ ସେ ସେମାନଙ୍କର ମନୋଭାବ ଜାଣି ପାରି, ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ କହିଲେ, “ଉଠ, ମଝିରେ ଠିଆ ହୁଅ।” ପୁଣି, ସେ ଉଠି ଠିଆ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କିନ୍ତୁ ସେ ସେମାନଙ୍କର ତର୍କବିତର୍କ ଜ୍ଞାତ ହୋଇ, ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ କହିଲେ, ଉଠ, ମଝିରେ ଠିଆ ହୁଅ। ପୁଣି, ସେ ଉଠି ଠିଆ ହେଲା।

Gade chapit la Kopi

ଓଡିଆ ବାଇବେଲ

8 କିନ୍ତୁ ସେ ସେମାନଙ୍କର ମନୋଭାବ ଜାଣି ପାରି, ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ କହିଲେ, ଉଠ, ମଝିରେ ଠିଆ ହୁଅ । ପୁଣି, ସେ ଉଠି ଠିଆ ହେଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 କିନ୍ତୁ ଯୀଶୁ ସେମାନଙ୍କର ମନୋଭାବ ଜାଣି ଲୋକଟିକୁ କହିଲେ, “ଉଠି ଠିଆହୁଅ।” ଲୋକଟି ଉଠି ସେଠାରେ ଠିଆହେଲା।

Gade chapit la Kopi

ପବିତ୍ର ବାଇବଲ

8 କିନ୍ତୁ ସେମାନେ କ’ଣ ଭାବୁଛନ୍ତି, ତାହା ଯୀଶୁ ଜାଣି ପାରିଲେ। ତେଣୁ ଯେଉଁ ଲୋକଟିର ହାତ ପଙ୍ଗୁ ହୋଇ ଯାଇଥିଲା, ଯୀଶୁ ତାହାକୁ କହିଲେ, “ଉଠ ଓ ସମସ୍ତଙ୍କ ଆଗରେ ଠିଆ ହୋଇ ଯାଅ।” ସେ ଉଠିପଡ଼ି ସମସ୍ତଙ୍କ ଆଗରେ ଠିଆ ହୋଇଗଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 6:8
19 Referans Kwoze  

ପୁଣି, ଆମ୍ଭେ ତାହାର ଅନୁଗମନକାରୀମାନଙ୍କୁ ମୃତ୍ୟୁ ଦ୍ୱାରା ବିନାଶ କରିବୁ। ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସାରେ ଫଳଦାତା, ଏହା ମଣ୍ଡଳୀଗଣ ଜାଣିବେ।


ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣି କହିଲେ, “ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି କୁଚିନ୍ତା କରୁଅଛ?


ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣାମାନଙ୍କୁ ସୁସଜ୍ଜିତ କର, କାରଣ ଯେ, ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି,


ଈଶ୍ବରଙ୍କ ଦୃଷ୍ଟିରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଗ୍ନ ଓ ଅନାବୃତ ଅଟେ।


ପୁଣି, କୌଣସି ବିଷୟରେ ବିପକ୍ଷମାନଙ୍କ ଦ୍ୱାରା ତ୍ରାସଯୁକ୍ତ ନୁହଁ; ତାହା ସେମାନଙ୍କ ପକ୍ଷରେ ବିନାଶ, କିନ୍ତୁ ତୁମ୍ଭମାନଙ୍କ ପକ୍ଷରେ ପରିତ୍ରାଣର ଈଶ୍ବରଦତ୍ତ ଏକ ଲକ୍ଷଣ;


ରାଜା ତ ଏସମସ୍ତ ବିଷୟ ଜାଣନ୍ତି, ଆଉ ମୁଁ ତାହାଙ୍କ ଛାମୁରେ ମଧ୍ୟ ସାହସରେ କଥା କହୁଅଛି, କାରଣ ଏହି ସମସ୍ତ ବିଷୟର କୌଣସି କଥା ତାଙ୍କର ଅଜଣା ନାହିଁ ବୋଲି ମୋହର ବିଶ୍ୱାସ; ଏହା ତ ଗୋପନରେ କରା ହୋଇ ନାହିଁ।


କିନ୍ତୁ ମୁଁ ଯେପରି ମୋହର ନିରୂପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଈଶ୍ବରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରିପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି।


ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ।


ଦିନ ଥାଉ ଥାଉ ମୋହର ପ୍ରେରଣକର୍ତ୍ତାଙ୍କ କର୍ମ କରିବା ଆମ୍ଭମାନଙ୍କ କର୍ତ୍ତବ୍ୟ; ଯେଉଁ ସମୟରେ କେହି କର୍ମ କରିପାରେ ନାହିଁ, ଏପରି ରାତ୍ରି ଆସୁଅଛି।


ପୁଣି, କେହି ଯେ ମନୁଷ୍ୟ ବିଷୟରେ ସାକ୍ଷ୍ୟ ଦେବ, ଏହା ତାହାଙ୍କର ପ୍ରୟୋଜନ ନ ଥିଲା, ଯେଣୁ ମନୁଷ୍ୟ ଅନ୍ତରରେ କଅଣ ଅଛି, ତାହା ସେ ଆପେ ଜାଣିଥିଲେ।


କିନ୍ତୁ ଯୀଶୁ ତାହାଙ୍କ ତର୍କବିତର୍କ ଜ୍ଞାତ ହୋଇ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଆପଣା ଆପଣା ମନରେ କଅଣ ତର୍କବିତର୍କ କରୁଅଛ?


ସେ ପୃଥିବୀରେ ନ୍ୟାୟବିଚାର ସ୍ଥାପନ ନ କରିବା ପର୍ଯ୍ୟନ୍ତ ନିସ୍ତେଜ ଓ ହୀନସାହସ ହେବେ ନାହିଁ; ଆଉ, ଦ୍ୱୀପଗଣ ତାହାଙ୍କ ବ୍ୟବସ୍ଥାର ଅପେକ୍ଷାରେ ରହିବେ।


ତେବେ ପରମେଶ୍ୱର କି ତାହା ଅନୁସନ୍ଧାନ କରିବେ ନାହିଁ? କାରଣ ସେ ଅନ୍ତଃକରଣର ଗୁପ୍ତ ବିଷୟସବୁ ଜାଣନ୍ତି।


“ହେ ସଦାପ୍ରଭୁ, ମୁଁ ଜାଣେ ଯେ, ତୁମ୍ଭେ ସବୁ କରିପାର ଓ ତୁମ୍ଭର କୌଣସି ସଂକଳ୍ପ ନିବାରଣ କରାଯାଇ ନ ପାରେ।


ଆହୁରି ହେ ମୋହର ପରମେଶ୍ୱର, ମୁଁ ଜାଣେ ଯେ, ତୁମ୍ଭେ ଅନ୍ତଃକରଣ ପରୀକ୍ଷା କରିଥାଅ ଓ ସରଳତାରେ ତୁମ୍ଭର ସନ୍ତୋଷ ଥାଏ। ମୁଁ ଆପଣା ଅନ୍ତଃକରଣର ସରଳତାରେ ସ୍ୱେଚ୍ଛାପୂର୍ବକ ଏହିସବୁ ପଦାର୍ଥ ଦାନ କରିଅଛି; ଆଉ ଏଠାରେ ଉପସ୍ଥିତ ତୁମ୍ଭ ଲୋକମାନଙ୍କୁ ସ୍ୱେଚ୍ଛାପୂର୍ବକ ତୁମ୍ଭ ଉଦ୍ଦେଶ୍ୟରେ ଦାନ କରିବାର ଦେଖି ମୁଁ ଆନନ୍ଦିତ ହେଲି।


ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।


ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ପଚାରୁଅଛି, ବିଶ୍ରାମବାର ଦିନରେ କଅଣ କରିବା ବିଧିସଙ୍ଗତ? ଭଲ କରିବା ନା ମନ୍ଦ କରିବା? ଜୀବନ ରକ୍ଷା କରିବା ନା ବିନାଶ କରିବା?”


ସେଥିରେ ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ ଯୀଶୁ କହିଲେ, “ଆସ, ମଝିରେ ଠିଆ ହୁଅ।”


ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ, “ହେ ନାରୀ, ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲ।”


Swiv nou:

Piblisite


Piblisite