Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 7:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେ ସମୟରେ ଜଣେ ଶତ-ସେନାପତିଙ୍କର ଦାସ ଅସୁସ୍ଥ ହୋଇ ମଲା ଭଳି ହୋଇଥିଲା, ସେ ତାହାଙ୍କର ପ୍ରିୟପାତ୍ର ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେ ସମୟରେ ଜଣେ ଶତସେନାପତିଙ୍କର ଦାସ ପୀଡ଼ିତ ହୋଇ ମୃତପ୍ରାୟ ହୋଇଥିଲା, ସେ ତାହାଙ୍କର ପ୍ରିୟପାତ୍ର ଥିଲା।

Gade chapit la Kopi

ଓଡିଆ ବାଇବେଲ

2 ସେ ସମୟରେ ଜଣେ ଶତସେନାପତିଙ୍କର ଦାସ ଅସୁସ୍ଥ ହୋଇ ମଲା ଭଳି ହୋଇଥିଲା, ସେ ତାହାଙ୍କର ପ୍ରିୟପାତ୍ର ଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ସେଠାକାର ଜଣେ ରୋମୀୟ ସେନାଧ୍ୟକ୍ଷଙ୍କର ଜଣେ ପ୍ରିୟ ଦାସ ଅସୁସ୍ଥ ହୋଇ ମୃତପ୍ରାୟ ଅବସ୍ଥାରେ ଥିଲା।

Gade chapit la Kopi

ପବିତ୍ର ବାଇବଲ

2 ସେ ସମୟରେ କଫର୍ନାହୂମରେ ଜଣେ ଶତସେନାପତି ଥିଲେ। ତାହାଙ୍କର ଗୋଟିଏ ଗ୍ଭକର ଏତେ ବେମାର ଥିଲା ଯେ ସେ ପ୍ରାୟ ମରିଯିବା ଅବସ୍ଥାରେ ଥିଲା। ଶତସେନାପତି ଗ୍ଭକରଟିକୁ ଖୁବ୍ ଭଲ ପାଉଥିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 7:2
24 Referans Kwoze  

“ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର ଧନ୍ୟ ହେଉନ୍ତୁ, ଯେହେତୁ ସେ ମୋʼ କର୍ତ୍ତା ପ୍ରତି ଅନୁଗ୍ରହ ଓ ସତ୍ୟାଚରଣ କରିବାରୁ ନିବୃତ୍ତ ହୋଇ ନାହାନ୍ତି; ପୁଣି, ସଦାପ୍ରଭୁ ମୋତେ ମୋʼ କର୍ତ୍ତାର ଜ୍ଞାତିମାନଙ୍କ ଗୃହ ପଥରେ କଢ଼ାଇ ଆଣିଅଛନ୍ତି।”


ହେ ଦାସମାନେ, ମନୁଷ୍ୟକୁ ସନ୍ତୁଷ୍ଟ କଲା ପରି ଦୃଷ୍ଟି ଆଗରେ କର୍ମ ନ କରି ବରଂ ପ୍ରଭୁଙ୍କୁ ଭୟ କରି ହୃଦୟର ସରଳତାରେ ସବୁ ବିଷୟରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କ ଆଜ୍ଞାବହ ହୁଅ।


ଶତ-ସେନାପତି ଏହି ଘଟଣା ଦେଖି ଈଶ୍ବରଙ୍କ ଗୌରବ କରି କହିଲେ, ନିଶ୍ଚୟ ଏ ବ୍ୟକ୍ତି ଧାର୍ମିକ ଥିଲେ।


କାରଣ ତାହାଙ୍କର ପ୍ରାୟ ବାର ବର୍ଷ ବୟସର ଏକମାତ୍ର କନ୍ୟା ଥିଲା, ଆଉ ସେ ମୃତପ୍ରାୟ ହୋଇଥିଲା। କିନ୍ତୁ ସେ ଯାଉଥିବା ସମୟରେ ଲୋକସମୂହ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ।


ଶତ-ସେନାପତି ଓ ତାହାଙ୍କ ସାଙ୍ଗରେ ଯେଉଁମାନେ ଯୀଶୁଙ୍କୁ ଜଗିଥିଲେ, ସେମାନେ ଭୂମିକମ୍ପାଦି ଘଟଣା ଦେଖି ଅତ୍ୟନ୍ତ ଭୀତ ହୋଇ ରହିଲେ ଏବଂ କହିଲେ, ସତ୍ୟ, ଏ ଈଶ୍ବରଙ୍କ ପୁତ୍ର ଥିଲେ।


ଯେ ପିଲାଦିନୁ ଆପଣା ଦାସକୁ ଗେହ୍ଲା କରି ପାଳେ, ଶେଷରେ ସେହି ଦାସ ତାହାର ପୁତ୍ର ହୋଇ ଉଠେ।


ଯଦି ମୁଁ ଅସାରତାରେ ଗତାୟାତ କରିଥାଏ ଓ ମୋହର ପାଦ ପ୍ରବଞ୍ଚନା-ପଥରେ ବ୍ୟଗ୍ର ହୋଇଥାଏ;


ଆଉ ସେହି ସ୍ଥାନରେ ରିବିକାର ଦବୋରା ନାମ୍ନୀ ଧାତ୍ରୀର ମୃତ୍ୟୁୁ ହୁଅନ୍ତେ, ବେଥେଲ୍‍ର ଅଧଃସ୍ଥିତ ଅଲୋନ ବୃକ୍ଷ ମୂଳେ ତାହାର କବର ହେଲା, ପୁଣି, ସେହି ସ୍ଥାନର ନାମ ଅଲୋନ-ବାଖୁତ୍‍ ହେଲା।


କିନ୍ତୁ ଶତ-ସେନାପତି ପାଉଲଙ୍କୁ ରକ୍ଷା କରିବା ଇଚ୍ଛାରେ ସେମାନଙ୍କ ସଙ୍କଳ୍ପରୁ ସେମାନଙ୍କୁ କ୍ଷାନ୍ତ କରି ଆଜ୍ଞା ଦେଲେ ଯେ, ଯେଉଁମାନେ ପହଁରି ଜାଣନ୍ତି, ସେମାନେ ସମୁଦ୍ରରେ ଡେଇଁପଡ଼ି ପ୍ରଥମେ ସ୍ଥଳକୁ ଯାଆନ୍ତୁ,


ପରଦିନ ଆମ୍ଭେମାନେ ସୀଦୋନରେ ପହଞ୍ଚିଲୁ, ଆଉ ଯୂଲିଅସ୍ ପାଉଲଙ୍କ ପ୍ରତି ସଦୟ ବ୍ୟବହାର କରି ଆପଣା ମିତ୍ରମାନଙ୍କ ପାଖକୁ ଯାଇ ସେବା ପାଇବା ନିମନ୍ତେ ଅନୁମତି ଦେଲେ।


ଯେତେବେଳେ ଆମ୍ଭମାନଙ୍କର ଜାହାଜରେ ଚଢ଼ି ଇତାଲିଆକୁ ଯିବା ନିମନ୍ତେ ସ୍ଥିର ହୋଇଥିଲା, ସେତେବେଳେ ପାଉଲ ଓ ଅନ୍ୟ କେତେକ ବନ୍ଦୀ ଆଗସ୍ତିୟ ରାଜକୀୟ ସୈନ୍ୟଦଳର ଯୂଲିଅସ୍ ନାମକ ଜଣେ ଶତ-ସେନାପତିଙ୍କ ହସ୍ତରେ ସମର୍ପିତ ହେଲେ।


ସେଥିରେ ପାଉଲ ଜଣେ ଶତ-ସେନାପତିଙ୍କୁ ଡାକି କହିଲେ, ଏହି ଯୁବାଙ୍କୁ ସହସ୍ର-ସେନାପତିଙ୍କ ନିକଟକୁ ନେଇ ଯାଆନ୍ତୁ, କାରଣ ତାହାଙ୍କୁ ଜଣାଇବା ନିମନ୍ତେ ଏହାର କିଛି କଥା ଅଛି।


ସେହି ଶତ-ସେନାପତି ଏହା ଶୁଣି ସହସ୍ର-ସେନାପତିଙ୍କ ନିକଟକୁ ଯାଇ ତାହାଙ୍କୁ ସେହି କଥା ଜଣାଇ କହିଲେ, ଆପଣ କଅଣ କରିବାକୁ ଯାଉଅଛନ୍ତି? ଏହି ଲୋକ ତ ଜଣେ ରୋମୀୟ।


ତାହାଙ୍କ ସାଙ୍ଗରେ କଥା କହୁଥିବା ଦୂତ ଗଲା ପରେ ସେ ଆପଣା ଗୃହର ଦାସମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ, ପୁଣି, ତାହାଙ୍କର ସେବା କରୁଥିବା ସୈନ୍ୟମାନଙ୍କ ମଧ୍ୟରୁ ଜଣେ ଭକ୍ତ ସୈନ୍ୟକୁ ଡାକିଲେ,


କାଇସରିୟା ସହରରେ କର୍ଣ୍ଣିଲୀୟ ନାମକ ଜଣେ ବ୍ୟକ୍ତି ଥିଲେ, ସେ ଇତାଲିକ ନାମକ ସୈନ୍ୟଦଳର ଜଣେ ଶତ-ସେନାପତି ଥିଲେ;


ସେ ଲୋକମାନଙ୍କ କର୍ଣ୍ଣଗୋଚରରେ ଆପଣାର ସବୁ କଥା ଶେଷ କରି କଫର୍ନାହୂମରେ ପ୍ରବେଶ କଲେ।


ସେ ଯୀଶୁଙ୍କ ବିଷୟରେ ଖବର ପାଇ, ସେ ଯେପରି ଆସି ତାହାଙ୍କ ଦାସର ପ୍ରାଣ ରକ୍ଷା କରନ୍ତି, ଏଥିନିମନ୍ତେ ତାହାଙ୍କ ପାଖକୁ ଯିହୁଦୀମାନଙ୍କର କେତେକ ପ୍ରାଚୀନମାନଙ୍କୁ ପଠାଇ ତାହାଙ୍କୁ ଅନୁରୋଧ କଲେ।


Swiv nou:

Piblisite


Piblisite