Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 7:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଏହା ଶୁଣି ସମସ୍ତ ଲୋକ, ଏପରିକି କରଗ୍ରାହୀମାନେ ସୁଦ୍ଧା ଯୋହନଙ୍କ ବାପ୍ତିସ୍ମରେ ବାପ୍ତିଜିତ ହୋଇଥିବାରୁ ଈଶ୍ବରଙ୍କୁ ଯଥାର୍ଥ ବୋଲି ସ୍ୱୀକାର କଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଏହା ଶୁଣି ସମସ୍ତ ଲୋକ, ଏପରିକି କରଗ୍ରାହୀମାନେ ସୁଦ୍ଧା ଯୋହନଙ୍କ ବାପ୍ତିସ୍ମରେ ବାପ୍ତିଜିତ ହୋଇଥିବାରୁ ଈଶ୍ଵରଙ୍କୁ ଯଥାର୍ଥ ବୋଲି ସ୍ଵୀକାର କଲେ;

Gade chapit la Kopi

ଓଡିଆ ବାଇବେଲ

29 ଏହା ଶୁଣି ସମସ୍ତ ଲୋକ, ଏପରିକି କରଗ୍ରାହୀମାନେ ସୁଦ୍ଧା ଯୋହନଙ୍କ ବାପ୍ତିସ୍ମରେ ବାପ୍ତିଜିତ ହୋଇଥିବାରୁ ଈଶ୍ୱରଙ୍କୁ ଯଥାର୍ଥ ବୋଲି ସ୍ୱୀକାର କଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

29 (ଯେଉଁମାନେ ଏହିସବୁ କଥା ଶୁଣୁଥିଲେ, ସେମାନେ, ବିଶେଷତଃ କରଆଦାୟକାରୀମାନେ, ଈଶ୍ୱରଙ୍କ ଯଥାର୍ଥ ଦାବୀ ସବୁ ପୂରଣ କରି ଯୋହନଙ୍କ ଦ୍ୱାରା ଜଳଦୀକ୍ଷା ଗ୍ରହଣ କରିଥିଲେ।

Gade chapit la Kopi

ପବିତ୍ର ବାଇବଲ

29 ଯୀଶୁଙ୍କ ଉପଦେଶ ଶୁଣୁଥିବା ସବୁଲୋକ ସ୍ୱୀକାର କଲେ ଯେ, ପରମେଶ୍ୱରଙ୍କ ଉପଦେଶ ସବୁଠାରୁ ଉତ୍ତମ। ଏପରିକି କରଆଦାୟକାରୀମାନେ ମଧ୍ୟ ଏଥିରେ ଏକମତ ହୋଇଗଲେ। ସେମାନେ ସମସ୍ତେ ପୂର୍ବରୁ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହୋଇଥିଲେ,

Gade chapit la Kopi




ଲୂକ ଲିଖିତ ସୁସମାଚାର 7:29
15 Referans Kwoze  

କରଗ୍ରାହୀମାନେ ମଧ୍ୟ ବାପ୍ତିସ୍ମ ପାଇବାକୁ ଆସି ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ କଅଣ କରିବା?


ମାତ୍ର ଜ୍ଞାନ ଆପଣା ସମସ୍ତ ସନ୍ତାନମାନଙ୍କ ଦ୍ୱାରା ଯଥାର୍ଥ ବୋଲି ପ୍ରମାଣିତ ହୋଇଅଛି।”


ସେତେବେଳେ ମୁଁ ଜଳାଧିପତି ଦୂତଙ୍କୁ ଏହା କହିବାର ଶୁଣିଲି, “ହେ ବର୍ତ୍ତମାନ ଓ ଅତୀତ, ପୁଣି, ପବିତ୍ର ଯେ ତୁମ୍ଭେ, ତୁମ୍ଭେ ନ୍ୟାୟକର୍ତ୍ତା ବୋଲି ଏହିପରି ବିଚାର କରିଅଛ;


ସେମାନେ ଈଶ୍ବରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, “ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ।


ଯେଣୁ ଈଶ୍ବରଦତ୍ତ ଧାର୍ମିକତା ବିଷୟରେ ଅଜ୍ଞ ହୋଇ ଓ ଆପଣା ଆପଣା ଧାର୍ମିକତା ସ୍ଥାପନ କରିବାକୁ ଚେଷ୍ଟା କରି ସେମାନେ ଈଶ୍ବରଦତ୍ତ ଧାର୍ମିକତାର ବଶୀଭୂତ ହୋଇ ନାହାନ୍ତି।


ତେଣୁ ସେ ପଚାରିଲେ, ତେବେ ତୁମ୍ଭେମାନେ କାହିଁରେ ବାପ୍ତିଜିତ ହୋଇଥିଲ? ସେମାନେ କହିଲେ, ଯୋହନଙ୍କ ବାପ୍ତିସ୍ମରେ।


ଏହି ବ୍ୟକ୍ତି ପ୍ରଭୁଙ୍କ ମାର୍ଗ ବିଷୟରେ ଶିକ୍ଷା ପ୍ରାପ୍ତ ହୋଇଥିଲେ, ପୁଣି, ଆତ୍ମାରେ ଉତ୍ତପ୍ତ ହୋଇ ଯୀଶୁଙ୍କ ବିଷୟ ସୂକ୍ଷ୍ମରୂପେ କହି ଶିକ୍ଷା ଦେଉଥିଲେ, କିନ୍ତୁ ସେ କେବଳ ଯୋହନଙ୍କ ବାପ୍ତିସ୍ମ ବିଷୟ ଜାଣିଥିଲେ;


ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି, ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି; ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର କରିବା ବେଳେ ନିର୍ଦ୍ଦୋଷ ହେବ।


ଏଥିରେ ଅଦୋନୀବେଷକ୍‌ କହିଲା, “ସତୁରି ଜଣ ରାଜା ଯାହାଙ୍କର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛିନ୍ନ କରାଯାଇଥିଲା, ସେମାନେ ଆମ୍ଭ ମେଜ ତଳେ ଆପଣାମାନଙ୍କ ଆହାର ସାଉଣ୍ଟୁ ଥିଲେ; ମୁଁ ଯେପରି କଲି, ପରମେଶ୍ୱର ସେପରି ମୋତେ ପ୍ରତିଫଳ ଦେଲେ।” ପୁଣି, ଲୋକମାନେ ତାକୁ ଯିରୂଶାଲମକୁ ଆଣିଲେ ଓ ସେ ସେଠାରେ ମଲା।


ଆଉ ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭମାନଙ୍କର କି ପୁରସ୍କାର? କରଗ୍ରାହୀମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ?


ମୁଁ ତୁମ୍ଭମାନଙ୍କୁ କହୁଅଛି, ସ୍ତ୍ରୀଗର୍ଭରୁ ଜନ୍ମ ହୋଇଥିବା ସମସ୍ତଙ୍କ ମଧ୍ୟରେ ଯୋହନଙ୍କଠାରୁ ମହାନ କେହି ନାହାନ୍ତି; ତଥାପି ଈଶ୍ବରଙ୍କ ରାଜ୍ୟରେ ଯେ କ୍ଷୁଦ୍ରତମ, ସେ ତାହାଙ୍କଠାରୁ ମହାନ।”


କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକ ସମସ୍ତେ ଆମ୍ଭମାନଙ୍କୁ ପଥର ଫୋପାଡ଼ି ମାରିପକାଇବେ, କାରଣ ଯୋହନ ଯେ ଜଣେ ଭାବବାଦୀ, ଏହା ସେମାନଙ୍କର ଦୃଢ଼ ବିଶ୍ୱାସ।


Swiv nou:

Piblisite


Piblisite