Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 7:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 କିନ୍ତୁ ଫାରୂଶୀମାନେ ଓ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନେ ତାହାଙ୍କ ଦ୍ୱାରା ବାପ୍ତିଜିତ ନ ହୋଇ ନିଜ ନିଜ ବିଷୟରେ ଈଶ୍ବରଙ୍କ ଯୋଜନା ଅଗ୍ରାହ୍ୟ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 କିନ୍ତୁ ଫାରୂଶୀମାନେ ଓ ବ୍ୟବସ୍ଥାଶାସ୍ତ୍ରଜ୍ଞମାନେ ତାଙ୍କ ଦ୍ଵାରା ବାପ୍ତିଜିତ।। ନ ହୋଇ ଆପଣା ଆପଣା ସମ୍ଵନ୍ଧରେ ଈଶ୍ଵରଙ୍କ ସଙ୍କଳ୍ପ ଅଗ୍ରାହ୍ୟ କଲେ।

Gade chapit la Kopi

ଓଡିଆ ବାଇବେଲ

30 କିନ୍ତୁ ଫାରୂଶୀମାନେ ଓ ମୋଶାଙ୍କ ବ୍ୟବସ୍ଥା ଶାସ୍ତ୍ରଜ୍ଞମାନେ ତାହାଙ୍କ ଦ୍ୱାରା ବାପ୍ତିଜିତ ନ ହୋଇ ନିଜ ନିଜ ବିଷୟରେ ଈଶ୍ୱରଙ୍କ ଯୋଜନା ଅଗ୍ରାହ୍ୟ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

30 କିନ୍ତୁ ଫାରୁଶୀ ଓ ଧର୍ମଗୁରୁମାନେ ସେମାନଙ୍କ ଜୀବନ ପାଇଁ ଈଶ୍ୱରଙ୍କ ଉଦ୍ଦେଶ୍ୟ ପ୍ରତ୍ୟାଖ୍ୟାନ କରି ଯୋହନଙ୍କଠାରୁ ଜଳଦୀକ୍ଷା ଗ୍ରହଣ କରି ନ ଥିଲେ।)

Gade chapit la Kopi

ପବିତ୍ର ବାଇବଲ

30 କିନ୍ତୁ ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ସେମାନଙ୍କ ପାଇଁ ପରମେଶ୍ୱରଙ୍କ ଦତ୍ତ ଯୋଜନାକୁ ଅସ୍ୱୀକାର କଲେ ଓ ଯୋହନଙ୍କ ଦ୍ୱାରା ବାପ୍ତିସ୍ମ ଗ୍ରହଣ କଲେ ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 7:30
11 Referans Kwoze  

“ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।


ଆମ୍ଭେମାନେ ଜ୍ଞାନୀ ଓ ସଦାପ୍ରଭୁଙ୍କର ବ୍ୟବସ୍ଥା ଆମ୍ଭମାନଙ୍କଠାରେ ଅଛି, ଏହି କଥା ତୁମ୍ଭେମାନେ କିପରି କହୁଅଛ? ମାତ୍ର, ଦେଖ, ଅଧ୍ୟାପକମାନଙ୍କର ମିଥ୍ୟା ଲେଖନୀ ମିଥ୍ୟା ଗଢ଼ିଅଛି।


ଆହୁରି ମଧ୍ୟ ଈଶ୍ବରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ।


କିନ୍ତୁ ସେ ଇସ୍ରାଏଲ ବିଷୟରେ କହନ୍ତି, “ଆମ୍ଭେ ଅନାଜ୍ଞାବହ ଓ ପ୍ରତିକୂଳବାଦୀ ଲୋକମାନଙ୍କ ପ୍ରତି ଦିନଯାକ ହସ୍ତ ବିସ୍ତାର କରିଅଛୁ।”


ମୁଁ ଈଶ୍ବରଙ୍କ ସଙ୍କଳ୍ପ ତୁମ୍ଭମାନଙ୍କୁ ଜଣାଇବାକୁ ସଙ୍କୁଚିତ ହୋଇ ନ ଥିଲି।


ଆଉ ସେମାନଙ୍କ ମଧ୍ୟରୁ ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ତାହାଙ୍କୁ ପରୀକ୍ଷା କରି ପଚାରିଲେ,


ତାହାଙ୍କଠାରେ ମଧ୍ୟ ଆମ୍ଭେ ବିଶ୍ୱାସୀମାନେ ଅଧିକାର ସ୍ୱରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ବର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେ ବିଶ୍ୱାସୀମାନେ ପୂର୍ବରୁ ନିରୂପିତ ହେଲୁ,


ମୁଁ ଈଶ୍ବରଙ୍କ ଅନୁଗ୍ରହକୁ ବ୍ୟର୍ଥ କରୁ ନାହିଁ; କାରଣ ଯଦି ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଧାର୍ମିକତା ଲାଭ ହୁଏ, ତାହାହେଲେ ଖ୍ରୀଷ୍ଟଙ୍କ ମୃତ୍ୟୁଭୋଗ କରିବା ବୃଥା।


ମାତ୍ର ତୁମ୍ଭେମାନେ ମୋହର ସମସ୍ତ ଉପଦେଶ ତୁଚ୍ଛଜ୍ଞାନ କଲ, ପୁଣି ମୋହର କୌଣସି ଅନୁଯୋଗକୁ ଚାହିଁଲ ନାହିଁ;


“ତେବେ ମୁଁ କାହା ସାଙ୍ଗରେ ବର୍ତ୍ତମାନ ପୁରୁଷର ଲୋକମାନଙ୍କୁ ତୁଳନା କରିବି, ପୁଣି, ସେମାନେ କାହାରି ତୁଲ୍ୟ?


କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକ ସମସ୍ତେ ଆମ୍ଭମାନଙ୍କୁ ପଥର ଫୋପାଡ଼ି ମାରିପକାଇବେ, କାରଣ ଯୋହନ ଯେ ଜଣେ ଭାବବାଦୀ, ଏହା ସେମାନଙ୍କର ଦୃଢ଼ ବିଶ୍ୱାସ।


Swiv nou:

Piblisite


Piblisite