Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 7:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ତୁମ୍ଭେମାନେ କହୁଅଛ, ‘ଦେଖ, ଏ ଜଣେ ପେଟୁକ ଓ ମଦୁଆ, କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ତୁମ୍ଭେମାନେ କହୁଅଛ, ଦେଖ, ଏ ଜଣେ ପେଟୁକ ଓ ମଦୁଆ, କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ।

Gade chapit la Kopi

ଓଡିଆ ବାଇବେଲ

34 ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ତୁମ୍ଭେମାନେ କହୁଅଛ, ଦେଖ, ଏ ଜଣେ ପେଟୁକ ଓ ମଦୁଆ, କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

34 ମନୁଷ୍ୟପୁତ୍ର ଭୋଜନ ପାନ କରନ୍ତି, ତୁମ୍ଭେମାନେ କହୁଛ, ‘ଏ ଲୋକକୁ ଦେଖ! ଏ ଜଣେ ପେଟୁ ଓ ମଦ୍ୟପ ଏବଂ କରଆଦାୟକାରୀ ଓ ଅନ୍ୟ ସମାଜଚ୍ୟୁତ ଲୋକମାନଙ୍କର ଜଣେ ବନ୍ଧୁ।’

Gade chapit la Kopi

ପବିତ୍ର ବାଇବଲ

34 ପୁଣି ମନୁଷ୍ୟପୁତ୍ର ଅନ୍ୟମାନଙ୍କ ଭଳି ଖାଇଲେ ଓ ଦ୍ରାକ୍ଷାରସ ପିଇଲେ। ଆଉ ତୁମ୍ଭେମାନେ କହୁଛ, ‘ଦେଖ, ଏ ଲୋକ ଜଣେ ପେଟୁ ଓ ଗୋଟିଏ ମଦୁଆ। କରଆଦାୟକାରୀ ଓ ପାପୀମାନେ ତା'ର ସାଙ୍ଗ ଅଟନ୍ତି।’

Gade chapit la Kopi




ଲୂକ ଲିଖିତ ସୁସମାଚାର 7:34
13 Referans Kwoze  

ସେଥିରେ ଫାରୂଶୀମାନେ ଓ ଶାସ୍ତ୍ରୀମାନେ ବଚସା କରୁ କରୁ କହିଲେ, ଏ ଲୋକଟା ପାପୀମାନଙ୍କୁ ଗ୍ରହଣ କରେ ଓ ସେମାନଙ୍କ ସହିତ ଭୋଜନ କରେ!


ତେଣୁ ସେମାନେ ତାହାଙ୍କ ନିମନ୍ତେ ସେହି ସ୍ଥାନରେ ଗୋଟିଏ ରାତ୍ରିଭୋଜ ପ୍ରସ୍ତୁତ କଲେ; ମାର୍ଥା ପରିଚର୍ଯ୍ୟା କରୁଥିଲେ, ଆଉ ଯେଉଁମାନେ ତାହାଙ୍କ ସହିତ ଭୋଜନରେ ବସିଲେ, ଲାଜାର ସେମାନଙ୍କ ମଧ୍ୟରୁ ଜଣେ ଥିଲେ।


ତାହା ଦେଖି ସମସ୍ତେ ବଚସା କରି କହିବାକୁ ଲାଗିଲେ, ସେ ଜଣେ ପାପୀ ଲୋକ ଘରେ ରହିବାକୁ ଗଲାଣି।


ଥରେ ସେ ବିଶ୍ରାମବାର ଦିନରେ ଭୋଜନ କରିବା ନିମନ୍ତେ ଫାରୂଶୀମାନଙ୍କର ଜଣେ ନେତାଙ୍କ ଗୃହରେ ପ୍ରବେଶ କରନ୍ତେ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ।


ଆଉ ଫାରୂଶୀମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଆପଣା ସହିତ ଭୋଜନ କରିବାକୁ ନିମନ୍ତ୍ରଣ କଲେ। ସେଥିରେ ସେ ଫାରୂଶୀଙ୍କ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ।


ପୁଣି, ଲେବୀ ନିଜ ଘରେ ତାହାଙ୍କ ନିମନ୍ତେ ଗୋଟିଏ ବଡ଼ ଭୋଜି କଲେ, ଆଉ ବହୁସଂଖ୍ୟକ କରଗ୍ରାହୀ ଓ ଅନ୍ୟାନ୍ୟ ଲୋକ ସେମାନଙ୍କ ସାଙ୍ଗରେ ଭୋଜନ କରିବାକୁ ବସିଲେ।


ଫାରୂଶୀମାନେ ତାହା ଦେଖି ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, “ତୁମ୍ଭମାନଙ୍କ ଗୁରୁ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି?”


ଯୀଶୁ ମଧ୍ୟ ଆପଣା ଶିଷ୍ୟମାନଙ୍କ ସହିତ ସେହି ବିବାହକୁ ନିମନ୍ତ୍ରିତ ହେଲେ।


ସେ କଥା କହୁଥିବା ସମୟରେ ଜଣେ ଫାରୂଶୀ ତାହାଙ୍କୁ ଦିନବେଳେ ଆପଣା ଗୃହରେ ଭୋଜନ କରିବାକୁ ନିମନ୍ତ୍ରଣ କଲେ, ଆଉ ସେ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ।


ଆଉ ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭମାନଙ୍କର କି ପୁରସ୍କାର? କରଗ୍ରାହୀମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ?


ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ଲୋକେ କହନ୍ତି, ଦେଖ, ଏ ଜଣେ ପେଟୁକ ଓ ମଦୁଆ, କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ; ମାତ୍ର ଜ୍ଞାନ ଆପଣା କର୍ମ ଦ୍ୱାରା ଯଥାର୍ଥ ବୋଲି ପ୍ରମାଣିତ ହେଲା।”


କାରଣ ବାପ୍ତିଜକ ଯୋହନ ଆସି ରୁଟି ଖାଇଲେ ନାହିଁ ଓ ଦ୍ରାକ୍ଷାରସ ପିଇଲେ ନାହିଁ, ଆଉ ତୁମ୍ଭେମାନେ କହୁଅଛ, ‘ସେ ଭୂତଗ୍ରସ୍ତ।’


ମାତ୍ର ଜ୍ଞାନ ଆପଣା ସମସ୍ତ ସନ୍ତାନମାନଙ୍କ ଦ୍ୱାରା ଯଥାର୍ଥ ବୋଲି ପ୍ରମାଣିତ ହୋଇଅଛି।”


Swiv nou:

Piblisite


Piblisite