Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 7:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କାରଣ ସେ ଆମ୍ଭ ଯିହୁଦୀ ଲୋକମାନଙ୍କୁ ପ୍ରେମ କରନ୍ତି ଓ ଆପେ ଆମ୍ଭମାନଙ୍କ ନିମନ୍ତେ ସମାଜଗୃହ ନିର୍ମାଣ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କାରଣ ସେ ଆମ୍ଭମାନଙ୍କ ଜାତିକି ପ୍ରେମ କରନ୍ତି ଓ ଆପେ ଆମ୍ଭମାନଙ୍କ ନିମନ୍ତେ ସମାଜଗୃହ ତୋଳି ଦେଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

5 କାରଣ ସେ ଆମ୍ଭମାନଙ୍କ ଜାତିକୁ ପ୍ରେମ କରନ୍ତି ଓ ଆପେ ଆମ୍ଭମାନଙ୍କ ନିମନ୍ତେ ସମାଜଗୃହ ନିର୍ମାଣ କରିଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ସେ ଆମ ଲୋକମାନଙ୍କୁ ସ୍ନେହ କରନ୍ତି ଓ ସେ ଆମ୍ଭମାନଙ୍କ ପାଇଁ ଗୋଟିଏ ପ୍ରାର୍ଥନା ଗୃହ ନିର୍ମାଣ କରି ଦେଇଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

5 ସେ ଆମ୍ଭ ଲୋକଙ୍କୁ ଭଲ ପାଆନ୍ତି ଏବଂ ଆମ୍ଭ ପାଇଁ ସମାଜଗୃହ ତିଆରି କରିଛନ୍ତି।”

Gade chapit la Kopi




ଲୂକ ଲିଖିତ ସୁସମାଚାର 7:5
10 Referans Kwoze  

ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛୁ, ଯେଣୁ ଆମ୍ଭେମାନେ ଭାଇମାନଙ୍କୁ ପ୍ରେମ କରୁଅଛୁ। ଯେ ପ୍ରେମ କରେ ନାହିଁ, ସେ ମୃତ୍ୟୁର ଅଧୀନରେ ଥାଏ।


ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର।


ଏଥିଉତ୍ତାରେ ସୋରର ରାଜା ହୂରମ୍‍ ଶଲୋମନଙ୍କ ନିକଟକୁ ଆପଣା ଦାସମାନଙ୍କୁ ପଠାଇଲା; କାରଣ ଲୋକମାନେ ତାଙ୍କ ପିତାଙ୍କର ବଦଳେ ତାଙ୍କୁ ରାଜାଭିଷିକ୍ତ କଲେ ବୋଲି ସେ ଶୁଣିଥିଲା; ଆଉ ଦାଉଦ ସର୍ବଦା ହୂରମ୍‍ର ପ୍ରିୟପାତ୍ର ଥିଲେ।


ସେମାନେ ଯୀଶୁଙ୍କ ନିକଟରେ ପହଞ୍ଚି ତାହାଙ୍କୁ ବିଶେଷ ବିନତି କରି କହିବାକୁ ଲାଗିଲେ, ଆପଣ ଯେ ତାହାଙ୍କ ନିମନ୍ତେ ଏହା କରିବେ, ସେ ସେଥିର ଯୋଗ୍ୟ ଅଟନ୍ତି;


ସେଥିରେ ଯୀଶୁ ସେମାନଙ୍କ ସହିତ ଗଲେ। ସେ ଘରର ଅଳ୍ପ ଦୂରରେ ଉପସ୍ଥିତ ହୁଅନ୍ତେ, ଶତ-ସେନାପତି ବନ୍ଧୁମାନଙ୍କୁ ପଠାଇ ତାହାଙ୍କୁ କହିଲେ, ପ୍ରଭୁ, କଷ୍ଟ କରନ୍ତୁ ନାହିଁ; କାରଣ ଆପଣ ଯେ ମୋ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ;


Swiv nou:

Piblisite


Piblisite