Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 8:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ, କଣ୍ଟାଗଛଗୁଡ଼ାକ ମଧ୍ୟରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଯେଉଁମାନେ ଶୁଣି ସାଂସାରିକ ଚିନ୍ତା, ଧନ ଓ ସୁଖଭୋଗର ବଶବର୍ତ୍ତୀ ହୋଇ ଜୀବନ ଯାତ୍ରା କରୁ କରୁ ଚାପି ହୋଇଯାନ୍ତି, ପୁଣି, ପରିପକ୍ୱ ଫଳ ଉତ୍ପନ୍ନ କରନ୍ତି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆଉ, କଣ୍ଟାଗଛଗୁଡ଼ାକ ମଧ୍ୟରେ ଯାହା ପଡ଼ିଲା, ତାହା ଏହିପରି ଲୋକେ, ଯେଉଁମାନେ ଶୁଣି ସାଂସାରିକ ଚିନ୍ତା, ଧନ ଓ ସୁଖଭୋଗର ବଶବର୍ତ୍ତୀ ହୋଇ ଜୀବନଯାତ୍ରା କରୁ କରୁ ଚାପି ହୋଇଯାଆନ୍ତି, ପୁଣି ପରିପକ୍ଵ ଫଳ ଉତ୍ପନ୍ନ କରନ୍ତି ନାହିଁ।

Gade chapit la Kopi

ଓଡିଆ ବାଇବେଲ

14 ଆଉ, କଣ୍ଟାଗଛଗୁଡ଼ାକ ମଧ୍ୟରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଯେଉଁମାନେ ଶୁଣି ସାଂସାରିକ ଚିନ୍ତା, ଧନ ଓ ସୁଖଭୋଗର ବସବର୍ତ୍ତୀ ହୋଇ ଜୀବନ ଯାତ୍ରା କରୁ କରୁ ଚାପି ହୋଇଯାନ୍ତି, ପୁଣି, ପରିପକ୍ୱ ଫଳ ଉତ୍ପନ୍ନ କରନ୍ତି ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ଯେଉଁମାନେ ବାର୍ତ୍ତା ଶୁଣନ୍ତି, କିନ୍ତୁ ସାଂସାରିକ ଚିନ୍ତା, ଧନ ସମ୍ପତ୍ତି ଓ ଭୋଗ ବିଳାସରେ ମଜ୍ଜି ରହନ୍ତି, ସେମାନେ କଣ୍ଟା ବୁଦାରେ ପଡ଼ିଥିବା ବିହନ ପରି। ସେସବୁ ସେମାନଙ୍କ ଜୀବନକୁ ଗ୍ରାସି ପକାଏ ଏବଂ ସେମାନେ ପରିପକ୍ୱ ଫଳ ଉତ୍ପନ୍ନ କରି ପାରନ୍ତି ନାହିଁ।

Gade chapit la Kopi

ପବିତ୍ର ବାଇବଲ

14 “ଯେଉଁ ବୀଜ କଣ୍ଟା ବୁଦାରେ ପଡ଼ିଥିଲା, ତାହା ସେହି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ୱରଙ୍କ ବାକ୍ୟ ଶୁଣନ୍ତି କିନ୍ତୁ ଚିନ୍ତା, ଧନ, ସମ୍ପତ୍ତି, ଜୀବନର ଭୋଗ ବିଳାସ ଆଦି ସେମାନଙ୍କୁ ବଢ଼ିବାରୁ ବାଧାଦିଏ। ତା’ ଫଳରେ ସେଥିରୁ ଭଲ ଫଳ ମିଳି ପାରେ ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 8:14
17 Referans Kwoze  

ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୋଇ ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁର ଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ବର, ସେହି ଈଶ୍ବର ଉପରେ ନିର୍ଭର କରନ୍ତି,


ସେହି ଅନ୍ୟ ପ୍ରକାର ଲୋକେ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ।


ଯେ ବାକ୍ୟ ଶୁଣେ, ପୁଣି, ସାଂସାରିକ ଚିନ୍ତା ଓ ଧନର ମାୟା ବାକ୍ୟକୁ ଚାପିପକାଏ, ଆଉ ସେ ଫଳହୀନ ହୁଏ, ସେହି ଜଣକ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ।


“କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍‍ ତୁମ୍ଭମାନଙ୍କ ଉପରେ ପଡ଼େ;


ଆଉ କେତେକ କଣ୍ଟାଗଛଗୁଡ଼ାକ ମଧ୍ୟରେ ପଡ଼ିଲା, ପୁଣି, କଣ୍ଟାଗଛଗୁଡ଼ାକ ସାଙ୍ଗେ ସାଙ୍ଗେ ବଢ଼ି ସେଗୁଡ଼ିକୁ ଚାପି ପକାଇଲା।


କାରଣ ଦୀମା ଏହି ବର୍ତ୍ତମାନ ସଂସାରକୁ ପ୍ରେମ କରି ମୋତେ ପରିତ୍ୟାଗ କରିଅଛି ଓ ଥେସଲନୀକୀ ସହରକୁ ଯାଇଅଛି କ୍ରେସ୍‌କେନସ୍ ଗାଲାତୀୟ ଅଞ୍ଚଳକୁ ଓ ତୀତସ ଦଲ୍ମତିଆ ଅଞ୍ଚଳକୁ ଯାଇଅଛନ୍ତି।


କେହି ଯେବେ ମୋʼ ଠାରେ ନ ରହେ, ତାହାହେଲେ ସେ ଶାଖା ପରି ବାହାରେ ପକାଇ ଦିଆଯାଏ ଓ ଶୁଖିଯାଏ, ପୁଣି, ଲୋକେ ସେଗୁଡ଼ାକ ଏକାଠି କରି ନିଆଁରେ ପକାଇ ଦିଅନ୍ତି ଓ ସେଗୁଡ଼ାକ ପୋଡ଼ିଯାଏ।


କୌଣସି ଦାସ ଦୁଇ ପ୍ରଭୁଙ୍କର ସେବା କରିପାରିବ ନାହିଁ; କାରଣ ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣକ ପ୍ରତି ଆସକ୍ତ ହେବ ଓ ଅନ୍ୟ ଜଣକୁ ତୁଚ୍ଛ କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାରିବ ନାହିଁ।”


ପୁଣି, ଯେଉଁମାନେ ପଥର ଉପରେ ଅଛନ୍ତି, ସେମାନେ ବାକ୍ୟ ଶୁଣି ଆନନ୍ଦରେ ଗ୍ରହଣ କରନ୍ତି; କିନ୍ତୁ ସେମାନଙ୍କର ଚେର ନ ଥିବାରୁ ସେମାନେ ଅଳ୍ପ ସମୟ ବିଶ୍ୱାସ କରନ୍ତି ଓ ପରୀକ୍ଷା ସମୟରେ ଧର୍ମତ୍ୟାଗୀ ହୁଅନ୍ତି।


ଆଉ, ଉତ୍ତମ ଭୂମିରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଆଉ, ଯେଉଁମାନେ ଉତ୍ତମ ଓ ସରଳ ହୃଦୟରେ ବାକ୍ୟ ଶୁଣି ତାହା ଧରି ରଖନ୍ତି ଏବଂ ଧୈର୍ଯ୍ୟ ସହକାରେ ଫଳ ଫଳନ୍ତି।”


ଅତଏବ ଆସ, ଆମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟକ ପ୍ରାଥମିକ ଶିକ୍ଷା ପରିତ୍ୟାଗ କରି ମୃତ କର୍ମରୁ ମନ-ପରିବର୍ତ୍ତନ, ଈଶ୍ବରଙ୍କଠାରେ ବିଶ୍ୱାସ,


Swiv nou:

Piblisite


Piblisite