Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 8:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ଯେଉଁ ସ୍ତ୍ରୀମାନେ ଦୁଷ୍ଟ ଆତ୍ମା ଓ ରୋଗରୁ ସୁସ୍ଥ କରାଯାଇଥିଲେ, ଏପରି କେତେକ ସ୍ତ୍ରୀଲୋକ, ଅର୍ଥାତ୍‍ ମଗ୍‌ଦଲୀନୀ ନାମକ ମରୀୟମ, ଯାହାଙ୍କଠାରୁ ସାତ ଭୂତ ବାହାରିଯାଇଥିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ଯେଉଁ ସ୍ତ୍ରୀମାନେ ଦୁଷ୍ଟ ଆତ୍ମା ଓ ରୋଗରୁ ସୁସ୍ଥ କରାଯାଇଥିଲେ, ଏପରି କେତେକ ସ୍ତ୍ରୀଲୋକ, ଅର୍ଥାତ୍, ମଗ୍ଦଲିନୀ ନାମ୍ନୀ ମରୀୟମ, ଯାହାଙ୍କଠାରୁ ସାତ ଭୂତ ବାହାରି ଯାଇଥିଲେ,

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ଯେଉଁ ସ୍ତ୍ରୀମାନେ ଦୁଷ୍ଟ ଆତ୍ମା ଓ ରୋଗରୁ ସୁସ୍ଥ କରାଯାଇଥିଲେ, ଏପରି କେତେକ ସ୍ତ୍ରୀଲୋକ, ଅର୍ଥାତ୍ ମଗ୍‌ଦଲୀନୀ ନାମକ ମରିୟମ, ଯାହାଙ୍କଠାରୁ ସାତ ଭୂତ ବାହାରିଯାଇଥିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ଭୂତ କବଳରୁ ମୁକ୍ତ ହୋଇଥିବା ଓ ରୋଗରୁ ସୁସ୍ଥ ହୋଇଥିବା କେତେକ ସ୍ତ୍ରୀ ଲୋକ ମଧ୍ୟ ସେମାନଙ୍କ ସଙ୍ଗରେ ଗଲେ - ମରିୟମ (ଯାହାଙ୍କୁ ମଗ୍ଦଲିନୀ କୁହାଯାଉଥିଲା) ଓ ଯାହାଙ୍କର ସାତଟି ଭୂତ ବାହାରି କରାଯାଇଥିଲା,

Gade chapit la Kopi

ପବିତ୍ର ବାଇବଲ

2 କେତେକ ସ୍ତ୍ରୀଲୋକ ମଧ୍ୟ ତାହାଙ୍କ ସାଙ୍ଗରେ ଥିଲେ। ସେମାନଙ୍କୁ ଯୀଶୁ ଦୁଷ୍ଟାତ୍ମା କବଳରୁ ତଥା ରୋଗରୁ ମୁକ୍ତ କରିଥିଲେ। ସେମାନଙ୍କ ମଧ୍ୟରୁ ଜଣକର ନାଁ ଥିଲା ମରିୟମ। ସେ ମ‌ଗ୍‌ଦଲା ସହରର ବାସିନ୍ଦା ଥିଲେ। ତା'ଠାରୁ ସାତୋଟି ଭୂତ ବାହାର କରା ଯାଇଥିଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 8:2
11 Referans Kwoze  

[ସପ୍ତାହର ପ୍ରଥମ ଦିବସ ପ୍ରତ୍ୟୁଷରେ ଯୀଶୁ ପୁନରୁତ୍ଥାନ କରି, ଯାହାଙ୍କଠାରୁ ସାତ ଭୂତ ଛଡ଼ାଇଥିଲେ, ସେହି ମଗ୍‌ଦଲୀନୀ ମରୀୟମଙ୍କୁ ପ୍ରଥମରେ ଦର୍ଶନ ଦେଲେ।


କିନ୍ତୁ ଯୀଶୁଙ୍କ କ୍ରୁଶ ନିକଟରେ ତାହାଙ୍କ ମାତା, ତାହାଙ୍କ ମାତାଙ୍କ ଭଉଣୀ, କ୍ଳୋପାଙ୍କ ସ୍ତ୍ରୀ ମରୀୟମ ଓ ମଗ୍‌ଦଲୀନୀ ମରୀୟମ ଠିଆ ହୋଇଥିଲେ।


ଏମାନେ ସମସ୍ତେ ସ୍ତ୍ରୀଲୋକମାନଙ୍କ ସହିତ ଏବଂ ଯୀଶୁଙ୍କ ମାତା ମରୀୟମ ଓ ତାହାଙ୍କ ଭାଇମାନଙ୍କ ସହିତ ଏକ ମନରେ ପ୍ରାର୍ଥନାରେ ଲାଗି ରହିଲେ।


ଆଉ ଗାଲିଲୀରୁ ତାହାଙ୍କ ସହିତ ଆସିଥିବା ସ୍ତ୍ରୀଲୋକମାନେ ପଛେ ପଛେ ଯାଇ ସମାଧି ସ୍ଥଳ ଓ ତାହାଙ୍କ ଶରୀର କିପରି ରଖାଗଲା, ତାହା ଦେଖିଲେ,


କିନ୍ତୁ ତାହାଙ୍କର ପରିଚିତ ସମସ୍ତେ ଓ ଗାଲିଲୀରୁ ଏକତ୍ର ମିଳି ତାହାଙ୍କ ପଛେ ପଛେ ଆସିଥିବା ସ୍ତ୍ରୀଲୋକମାନେ ଦୂରରେ ଠିଆ ହୋଇ ଏହିସବୁ ଦେଖୁଥିଲେ।


ପୁଣି, ଲୋକମାନଙ୍କର ଓ ତାହାଙ୍କ ନିମନ୍ତେ ବକ୍ଷାଘାତ କରି ବିଳାପ କରୁଥିବା ସ୍ତ୍ରୀଲୋକମାନଙ୍କର ମହାଜନତା ତାହାଙ୍କର ପଶ୍ଚାଦ୍‍ଗମନ କରୁଥିଲେ।


ଯୀଶୁ ତାହାଙ୍କୁ ପଚାରିଲେ, “ତୋର ନାଁ କଅଣ?” ସେ କହିଲା, ବାହିନୀ; କାରଣ ଅନେକ ଭୂତ ତାହାଠାରେ ପ୍ରବେଶ କରିଥିଲେ।


ବିଶ୍ରାମବାର ବିତିଗଲା ଉତ୍ତାରେ ମଗ୍‌ଦଲୀନୀ ମରୀୟମ, ଯାକୁବଙ୍କ ମାତା ମରୀୟମ ଓ ଶଲୋମୀ ସୁଗନ୍ଧିଦ୍ରବ୍ୟ କିଣିଲେ, ଯେପରି ସେମାନେ ଯାଇ ତାହାଙ୍କୁ ମଖାଇଦେଇ ପାରନ୍ତି।


ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ଅଞ୍ଚଳ ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ।


Swiv nou:

Piblisite


Piblisite