Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 8:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ସେ ନୌକାରୁ ବାହାରି କୂଳରେ ଓହ୍ଲାନ୍ତେ ସେହି ନଗରର ଜଣେ ଭୂତଗ୍ରସ୍ତ ଲୋକ ତାହାଙ୍କୁ ଭେଟିଲା; ସେ ବହୁକାଳ ପର୍ଯ୍ୟନ୍ତ ଲୁଗା ନ ପିନ୍ଧି ଓ ଘରେ ନ ରହି ସମାଧି-ସ୍ଥାନରେ ରହୁଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ସେ ନୌକାରୁ ବାହାରି କୂଳରେ ଓହ୍ଲାନ୍ତେ, ସେହି ନଗରର ଜଣେ ଭୂତଗ୍ରସ୍ତ ଲୋକ ତାହାଙ୍କୁ ଭେଟିଲା; ସେ ବହୁକାଳ ପର୍ଯ୍ୟନ୍ତ ଲୁଗା ନ ପିନ୍ଧି ଓ ଘରେ ନ ରହି ସମାଧି ସ୍ଥାନରେ ରହୁଥିଲା।

Gade chapit la Kopi

ଓଡିଆ ବାଇବେଲ

27 ସେ ନୌକାରୁ ବାହାରି କୂଳରେ ଓହ୍ଲାନ୍ତେ ସେହି ନଗରର ଜଣେ ଭୂତଗ୍ରସ୍ତ ଲୋକ ତାହାଙ୍କୁ ଭେଟିଲା; ସେ ବହୁକାଳ ପର୍ଯ୍ୟନ୍ତ ଲୁଗା ନ ପିନ୍ଧି ଓ ଘରେ ନ ରହି ସମାଧି ସ୍ଥାନରେ ରହୁଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 ଯୀଶୁ କୂଳକୁ ଆସିବା ସମୟରେ ସହରର ଜଣେ ଭୂତଗ୍ରସ୍ତ ଲୋକ ତାଙ୍କୁ ଭେଟିଲା। ବହୁଦିନ ଧରି ଏହି ଲୋକଟି ଲୁଗା ପିନ୍ଧୁ ନ ଥିଲା। ସେ ଘର ଛାଡ଼ି ସମାଧି ସ୍ଥାନମାନଙ୍କରେ ରହୁଥିଲା।

Gade chapit la Kopi

ପବିତ୍ର ବାଇବଲ

27 ଯୀଶୁ ଡଙ୍ଗାରୁ ବାହାରକୁ ବାହାରିବା ସମୟରେ ଜଣେ ଲୋକ ନଗରରୁ ଯୀଶୁଙ୍କ ପାଖକୁ ଆସିଲା। ଏହି ଲୋକଟି ଦେହରେ ଭୂତଟିଏ ପ୍ରବେଶ କରିଥିଲା। ଅନେକ ଦିନ ଧରି ସେ ଲୁଗା ପିନ୍ଧୁ ନ ଥିଲା କି ଘରେ ମଧ୍ୟ ରହୁ ନ ଥିଲା। ସେ କବର ସ୍ଥାନରେ ରହୁଥିଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 8:27
8 Referans Kwoze  

ପୁଣି, ସେ ମଧ୍ୟ ଆପଣା ବସ୍ତ୍ର କାଢ଼ି ଶାମୁୟେଲଙ୍କ ସମ୍ମୁଖରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ, ଆଉ ସେହି ସାରାଦିନ ଓ ସାରାରାତ୍ରି ପୋଷାକ ନ ପିନ୍ଧି ପଡ଼ି ରହିଲେ। ତେଣୁ ଲୋକେ କହନ୍ତି, “ଶାଉଲ ହିଁ କି ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଜଣେ?”


ପୁଣି, ଯେକେହି ମେଲା କ୍ଷେତ୍ରରେ ଖଡ୍ଗହତ କିମ୍ବା ମୃତ ଦେହ କିମ୍ବା ମନୁଷ୍ୟର ଅସ୍ଥି କିମ୍ବା କବର ଛୁଏଁ, ସେ ସାତ ଦିନ ଅଶୁଚି ହେବ।


ସେମାନେ କବର ସ୍ଥାନ ମଧ୍ୟରେ ବସନ୍ତି ଓ ଗୁପ୍ତ ସ୍ଥାନରେ ବସା କରନ୍ତି; ସେମାନେ ଶୂକର ମାଂସ ଭୋଜନ କରନ୍ତି ଓ ସେମାନଙ୍କ ପାତ୍ରରେ ଘୃଣାଯୋଗ୍ୟ ମାଂସର ଝୋଳ ଥାଏ;


ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ଅଞ୍ଚଳ ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ।


ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି ସେହି ଭୂତଗ୍ରସ୍ତ, ଅର୍ଥାତ୍‍ ଯାହାକୁ ପୂର୍ବରେ ବାହିନୀ ଭୂତ ଲାଗିଥିଲା, ତାହାକୁ ଲୁଗା ପିନ୍ଧି ଭଲ ମନରେ ବସିଥିବା ଦେଖି ଭୀତ ହେଲେ।


ପରେ ସେମାନେ ଗାଲିଲୀର ସମ୍ମୁଖବର୍ତ୍ତୀ ସେପାରିର ଗରାଶୀୟମାନଙ୍କ ଅଞ୍ଚଳରେ ପହଞ୍ଚିଲେ।


ସେ ଯୀଶୁଙ୍କୁ ଦେଖି ଚିତ୍କାର କରି ତାହାଙ୍କ ଚରଣ ତଳେ ପଡ଼ି ଉଚ୍ଚସ୍ୱରରେ କହିଲା, ହେ ମହାନ ଈଶ୍ବରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋହର କଅଣ ଅଛି? ମୁଁ ତୁମ୍ଭକୁ ନିବେଦନ କରୁଅଛି, ମୋତେ କଷ୍ଟ ଦିଅ ନାହିଁ।


Swiv nou:

Piblisite


Piblisite