Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 8:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ସେଥିରେ ଲୋକେ ସେହି ଘଟଣା ଦେଖିବାକୁ ବାହାରି ଆସିଲେ; ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି, ଯେଉଁ ମନୁଷ୍ୟଠାରୁ ଭୂତଗୁଡ଼ାକ ବାହାରିଥିଲେ, ତାହାକୁ ଲୁଗା ପିନ୍ଧି ଭଲ ମନରେ ଯୀଶୁଙ୍କ ପାଦ ତଳେ ବସିଥିବା ଦେଖି ଭୟ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ସେଥିରେ ଲୋକେ ସେହି ଘଟଣା ଦେଖିବାକୁ ବାହାରି ଆସିଲେ; ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି, ଯେଉଁ ମନୁଷ୍ୟଠାରୁ ଭୂତଗୁଡ଼ାକ ବାହାରିଥିଲେ, ତାହାକୁ ଲୁଗା ପିନ୍ଧି ଭଲ ମନରେ ଯୀଶୁଙ୍କ ପାଦ ତଳେ ବସିଥିବା ଦେଖି ଭୀତ ହେଲେ।

Gade chapit la Kopi

ଓଡିଆ ବାଇବେଲ

35 ସେଥିରେ ଲୋକେ ସେହି ଘଟଣା ଦେଖିବାକୁ ବାହାରି ଆସିଲେ; ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି, ଯେଉଁ ମନୁଷ୍ୟଠାରୁ ଭୂତଗୁଡ଼ାକ ବାହାରିଥିଲେ, ତାହାକୁ ଲୁଗା ପିନ୍ଧି ଭଲ ମନରେ ଯୀଶୁଙ୍କ ପାଦ ତଳେ ବସିଥିବା ଦେଖି ଭୟ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

35 କଅଣ ଘଟିଛି, ଦେଖିବା ପାଇଁ ଲୋକମାନେ ବାହାରି ଆସିଲେ ଏବଂ ସେମାନେ ଯୀଶୁଙ୍କ ନିକଟରେ ପହଞ୍ଚି ଦେଖିଲେ ଯେ ଯାହାଠାରୁ ଭୂତ ଛଡ଼ା ଯାଇଥିଲା, ସେ ଲୁଗା ପିନ୍ଧି ଶାନ୍ତ ହୋଇ ଯୀଶୁଙ୍କ ପାଦ ତଳେ ବସିଛି। ଏହା ଦେଖି ସେମାନେ ସମସ୍ତେ ଭୀତ ହେଲେ।

Gade chapit la Kopi

ପବିତ୍ର ବାଇବଲ

35 ଲୋକମାନେ ଏହି ଘଟଣା ଦେଖିବା ପାଇଁ ବାହାରି ଆସିଲେ। ସେମାନେ ଯୀଶୁଙ୍କ ପାଦତଳେ ସେହି ଲୋକଟିକୁ ବସିଥିବାର ଦେଖିଲେ। ଲୋକଟି ଲୁଗା ପିନ୍ଧିଥିଲା ଓ ତା'ମନ ପୁରାପୁରୀ ବଦଳି ଯାଇଥିଲା। ତା’ ଦେହରୁ ଭୂତମାନେ ବାହାରି ଯାଇଥିଲେ। ଏହା ଦେଖି ସମସ୍ତେ ଡରିଗଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 8:35
13 Referans Kwoze  

ତାହାଙ୍କର ଜଣେ ଭଉଣୀ ଥିଲେ ତାହାଙ୍କ ନାମ ମରୀୟମ, ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ।


ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଈଶ୍ବରଙ୍କ ପୁତ୍ର ପ୍ରକାଶିତ ହେଲେ।


ସେଥିରେ ସେ କହିଲେ, ମୁଁ ଜଣେ ଯିହୁଦୀ, କିଲିକିୟାର ତାର୍ଷରେ ମୋହର ଜନ୍ମ, କିନ୍ତୁ ଏହି ନଗରରେ ମୁଁ ଲାଳିତ ପାଳିତ ହୋଇଅଛି, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ବ୍ୟବସ୍ଥାର ସୂକ୍ଷ୍ମ ନିୟମ ଅନୁସାରେ ଗମଲୀୟେଲଙ୍କ ଚରଣ ତଳେ ବସି ଶିକ୍ଷା ପାଇଅଛି; ସମସ୍ତେ ଆଜି ଆପଣମାନେ ଯେପରି ଉଦ୍‌ଯୋଗୀ ଅଟନ୍ତି, ଈଶ୍ବରଙ୍କ ପକ୍ଷରେ ମୁଁ ମଧ୍ୟ ସେହିପରି ଉଦ୍‍ଯୋଗୀ ଥିଲି;


ହେ ପରମେଶ୍ୱର, ମୋʼ ଅନ୍ତରରେ ଶୁଚି ଅନ୍ତଃକରଣ ସୃଷ୍ଟି କର ଓ ମୋʼ ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର।


ସେ ନୌକାରୁ ବାହାରି କୂଳରେ ଓହ୍ଲାନ୍ତେ ସେହି ନଗରର ଜଣେ ଭୂତଗ୍ରସ୍ତ ଲୋକ ତାହାଙ୍କୁ ଭେଟିଲା; ସେ ବହୁକାଳ ପର୍ଯ୍ୟନ୍ତ ଲୁଗା ନ ପିନ୍ଧି ଓ ଘରେ ନ ରହି ସମାଧି-ସ୍ଥାନରେ ରହୁଥିଲା।


ମାତ୍ର ସେ ଚେତନା ପାଇ କହିଲା, ମୋହର ବାପାଙ୍କ କେତେ ମୂଲିଆଙ୍କର ଖାଦ୍ୟ ବଳିପଡ଼ୁଅଛି, କିନ୍ତୁ ମୁଁ ଏଠାରେ ଭୋକରେ ମରୁଅଛି।


ତିନି ଦିନ ପରେ ସେମାନେ ତାହାଙ୍କୁ ମନ୍ଦିରରେ ପାଇଲେ; ସେ ପଣ୍ଡିତମାନଙ୍କ ମଧ୍ୟରେ ବସି ସେମାନଙ୍କ କଥା ଶୁଣୁଥିଲେ ଓ ସେମାନଙ୍କୁ ପ୍ରଶ୍ନ ପଚାରୁଥିଲେ,


ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି ସେହି ଭୂତଗ୍ରସ୍ତ, ଅର୍ଥାତ୍‍ ଯାହାକୁ ପୂର୍ବରେ ବାହିନୀ ଭୂତ ଲାଗିଥିଲା, ତାହାକୁ ଲୁଗା ପିନ୍ଧି ଭଲ ମନରେ ବସିଥିବା ଦେଖି ଭୀତ ହେଲେ।


ଏହେତୁ ଆମ୍ଭେ ମହତମାନଙ୍କ ମଧ୍ୟରେ ତାହାଙ୍କୁ ଅଂଶ ଦେବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟିତ ବିଭାଗ କରି ନେବେ; କାରଣ ସେ ମୃତ୍ୟୁୁମୁଖରେ ଆପଣା ପ୍ରାଣ ଢାଳିଦେଲେ; ଓ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ; ତଥାପି ସେ ଅନେକଙ୍କର ପାପଭାର ବହନ କଲେ ଓ ଅଧାର୍ମିକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।


ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ଅଞ୍ଚଳ ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ।


ଚରାଉଥିବା ଲୋକମାନେ ସେହି ଘଟଣା ଦେଖି ପଳାଇଯାଇ ନଗର ଓ ପଲ୍ଲୀଗୁଡି଼କରେ ତାହା ଜଣାଇଲେ।


Swiv nou:

Piblisite


Piblisite