Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 8:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ସେ ପଛଆଡ଼ୁ ଆସି ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଇଁଲା, ଆଉ, ସେହିକ୍ଷଣି ତାହାର ରକ୍ତସ୍ରାବ ବନ୍ଦ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ସେ ପଛଆଡ଼ୁ ଆସି ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଇଁଲା, ଆଉ, ତତ୍କ୍ଷଣାତ୍ ତାହାର ରକ୍ତସ୍ରାବ ବନ୍ଦ ହେଲା।

Gade chapit la Kopi

ଓଡିଆ ବାଇବେଲ

44 ସେ ପଛଆଡ଼ୁ ଆସି ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଇଁଲା, ଆଉ, ସେହିକ୍ଷଣି ତାହାର ରକ୍ତସ୍ରାବ ବନ୍ଦ ହେଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

44 ସେ ଜନଗହଳି ମଧ୍ୟରୁ ଯୀଶୁଙ୍କ ପଛକୁ ଆସି ତାଙ୍କର ବସ୍ତ୍ରଧାର ଛୁଇଁଲା ଏବଂ ସଙ୍ଗେ ସଙ୍ଗେ ତା’ର ରକ୍ତସ୍ରାବ ବନ୍ଦ ହୋଇଗଲା।

Gade chapit la Kopi

ପବିତ୍ର ବାଇବଲ

44 ସେହି ସ୍ତ୍ରୀ ଲୋକ ଯୀଶୁଙ୍କ ପଛପଟୁ ଆସି ତାହାଙ୍କ ଜାମାର ତଳକୁ ଛୁଇଁଦେଲା। ତ‌ତ୍‌କ୍ଷଣାତ୍ ତା'ର ରକ୍ତସ୍ରାବ ବନ୍ଦ ହୋଇଗଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 8:44
15 Referans Kwoze  

ତୁମ୍ଭେ ଆପଣା ଶରୀରର ଉତ୍ତରୀୟ ବସ୍ତ୍ରର ଚାରି ଅଞ୍ଚଳରେ ଝୁମ୍ପା ବନାଇବ।


ଏପରିକି ତାହାଙ୍କ ଦେହରୁ ରୁମାଲ କିମ୍ବା ଗାମୁଛା ରୋଗୀମାନଙ୍କ ନିକଟକୁ ଅଣା ଯାଆନ୍ତେ ସେମାନଙ୍କଠାରୁ ରୋଗ ଛାଡ଼ିଯାଉଥିଲା ଓ ମନ୍ଦ-ଆତ୍ମାଗୁଡ଼ାକ ବାହାରିଯାଉଥିଲେ।


ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ।


କିନ୍ତୁ ସେ କିଏ, ତାହା ସେହି ସୁସ୍ଥ ହୋଇଥିବା ଲୋକ ଜାଣି ନ ଥିଲା, କାରଣ ସେ ସ୍ଥାନରେ ବହୁତ ଲୋକ ଥିବାରୁ ଯୀଶୁ ଅଗୋଚରରେ ଚାଲିଯାଇଥିଲେ।


ଆଉ, ସେ ତାହା ଉପରେ ହାତ ରଖିଲେ, ସେଥିରେ ସେ ସେହିକ୍ଷଣି ସଳଖ ହୋଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲା।


ପଛଆଡ଼େ ତାହାଙ୍କ ପାଦ ପାଖରେ ଠିଆ ହୋଇ ରୋଦନ କରୁ କରୁ ଲୁହରେ ତାହାଙ୍କ ପାଦ ଓଦା କରି ନିଜ ମସ୍ତକର କେଶରେ ତାହା ପୋଛିବାକୁ ଲାଗିଲା, ଆଉ ତାହାଙ୍କ ପାଦକୁ ଚୁମ୍ବନ କରୁ କରୁ ସେହି ସୁଗନ୍ଧି ତୈଳ ଲଗାଇ ଦେବାକୁ ଲାଗିଲା।


ପୁଣି, ସେ ଯେଉଁ ଯେଉଁ ଗ୍ରାମ, ନଗର ବା ପଲ୍ଲୀରେ ପ୍ରବେଶ କଲେ, ଲୋକେ ସେହିସବୁ ସ୍ଥାନର ହାଟବଜାର-ମାନଙ୍କରେ ରୋଗୀମାନଙ୍କୁ ଥୋଇଦେଇ, ସେମାନେ ଯେପରି ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଅନ୍ତି, ଏହା ତାହାଙ୍କୁ ବିନତି କରିବାକୁ ଲାଗିଲେ; ଆଉ ଯେତେ ଲୋକ ତାହାଙ୍କୁ ଛୁଇଁଲେ, ସମସ୍ତେ ସୁସ୍ଥ ହେଲେ।


ଆଉ ଯୀଶୁ ଦୟାରେ ବିଗଳିତ ହୋଇ ସେମାନଙ୍କର ଚକ୍ଷୁ ସ୍ପର୍ଶ କଲେ ଓ ସେହିକ୍ଷଣି ସେମାନେ ଦେଖି ପାରିଲେ ଓ ଯୀଶୁଙ୍କ ପଛେ ପଛେ ଚାଲିବାକୁ ଲାଗିଲେ।


ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, “ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।” ସେହିକ୍ଷଣି ସେ ଆପଣା କୁଷ୍ଠରୋଗରୁ ଶୁଚି ହେଲା।


“ତୁମ୍ଭେ ଯଦି ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କର, ତାହାଙ୍କ ଦୃଷ୍ଟିରେ ଯାହା ଉଚିତ ତାହା କର, ତାହାଙ୍କ ଆଜ୍ଞାରେ କର୍ଣ୍ଣ ଦିଅ ଓ ତାହାଙ୍କ ବିଧି ସମସ୍ତ ପାଳନ କର, ତେବେ ଆମ୍ଭେ ମିସରୀୟ ଲୋକମାନଙ୍କୁ ଯେସବୁ ରୋଗ ଭୋଗ କରାଇଲୁ, ତାହାସବୁ ତୁମ୍ଭମାନଙ୍କୁ ଭୋଗ କରିବାକୁ ଦେବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।”


ଏପରିକି, ପିତର ଆସିବା ସମୟରେ ଅନ୍ତତଃ ତାହାଙ୍କ ଛାୟା ଯେପରି ରୋଗୀମାନଙ୍କ ମଧ୍ୟରୁ କାହାରି କାହାରି ଉପରେ ପଡ଼େ, ଏଥିନିମନ୍ତେ ଲୋକମାନେ ସେମାନଙ୍କୁ ଦାଣ୍ଡକୁ ବୋହିନେଇ ଆସି ଶେଯ ଓ ଖଟିଆରେ ରଖିଦେଉଥିଲେ।


ଆଉ ଦେଖ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ ପଛଆଡ଼ୁ ଆସି ତାହାଙ୍କ ଲୁଗାର ଝୁମ୍ପା ଛୁଇଁଲା,


ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗରେ ଜଣେ ସ୍ତ୍ରୀଲୋକ, ଯେ ସମସ୍ତ ପୁଞ୍ଜି ସୁସ୍ଥ ହେବା ପାଇଁ ବୈଦ୍ୟମାନଙ୍କଠାରେ ଖର୍ଚ୍ଚ କରିଥିଲା କିନ୍ତୁ ସୁସ୍ଥ ହୋଇପାରି ନ ଥିଲା,


ସେଥିରେ ଯୀଶୁ କହିଲେ, “କିଏ ମୋତେ ଛୁଇଁଲା?” ମାତ୍ର ସମସ୍ତେ ଅସ୍ୱୀକାର କରନ୍ତେ, ପିତର କହିଲେ, ହେ ଗୁରୁ, ଲୋକସମୂହ ଯନ୍ତାଯନ୍ତି ହୋଇ ଆପଣଙ୍କ ଉପରେ ମାଡ଼ିପଡ଼ୁଅଛନ୍ତି।


Swiv nou:

Piblisite


Piblisite