Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 8:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ କେତେକ ପଥର ଉପରେ ପଡ଼ିଲା, ପୁଣି, ଗଜା ହୋଇ ରସ ନ ପାଇବାରୁ ଶୁଖିଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ କେତେକ ପଥର ଉପରେ ପଡ଼ିଲା, ପୁଣି ଗଜା ହୋଇ ରସ ନ ପାଇବାରୁ ଶୁଖିଗଲା।

Gade chapit la Kopi

ଓଡିଆ ବାଇବେଲ

6 ଆଉ କେତେକ ପଥର ଉପରେ ପଡ଼ିଲା, ପୁଣି, ଗଜା ହୋଇ ରସ ନ ପାଇବାରୁ ଶୁଖିଗଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 କେତେକ ପଥୁରିଆ ଭୂଇଁରେ ପଡ଼ିଲା ଓ ଯେତେବେଳେ ଚାରା ଗଛ ହେଲା, ସେଗୁଡ଼ିକ ପାଣି ନ ପାଇ ଶୁଖିଗଲା।

Gade chapit la Kopi

ପବିତ୍ର ବାଇବଲ

6 କିଛି ବୀଜ ପଥର ଉପରେ ପଡ଼ିଲା ସେଥିରୁ ଗଜା ବାହାରିଲା କିନ୍ତୁ ଜଳ ଅଭାବରୁ ମରିଗଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 8:6
14 Referans Kwoze  

ପୁଣି, ଯେଉଁମାନେ ପଥର ଉପରେ ଅଛନ୍ତି, ସେମାନେ ବାକ୍ୟ ଶୁଣି ଆନନ୍ଦରେ ଗ୍ରହଣ କରନ୍ତି; କିନ୍ତୁ ସେମାନଙ୍କର ଚେର ନ ଥିବାରୁ ସେମାନେ ଅଳ୍ପ ସମୟ ବିଶ୍ୱାସ କରନ୍ତି ଓ ପରୀକ୍ଷା ସମୟରେ ଧର୍ମତ୍ୟାଗୀ ହୁଅନ୍ତି।


ଯେପରି ଶାସ୍ତ୍ରରେ ଉକ୍ତ ଅଛି, “ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ, ଯେପରି ବିରକ୍ତି ଜନ୍ମାଇବା ସ୍ଥାନରେ ଘଟିଥିଲା, ସେପରି ଆପଣା ଆପଣା ହୃଦୟ କଠିନ ନ କର।”


ଅଶ୍ୱଗଣ କି ଶୈଳ ଉପରେ ଦୌଡ଼ିବେ? କେହି ବଳଦ ନେଇ କି ସେଠାରେ ଚାଷ କରିବ? ତୁମ୍ଭେମାନେ ନ୍ୟାୟ ବିଚାରକୁ ବିଷରେ ଓ ଧାର୍ମିକତାର ଫଳକୁ ତିକ୍ତ ଫଳରେ ପରିଣତ କରିଅଛ;


ଆହୁରି, ଆମ୍ଭେ ତୁମ୍ଭମାନଙ୍କୁ ଏକ ନୂତନ ହୃଦୟ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା; ଆଉ, ଆମ୍ଭେ ତୁମ୍ଭମାନଙ୍କ ମାଂସ ମଧ୍ୟରୁ ପ୍ରସ୍ତରମୟ ହୃଦୟ କାଢ଼ି ନେବା ଓ ଆମ୍ଭେ ତୁମ୍ଭମାନଙ୍କୁ ମାଂସମୟ ହୃଦୟ ଦେବା।


ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କʼଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ୱୀକାର କରିଅଛନ୍ତି।


ଆଉ, ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା ଓ ଆମ୍ଭେ ସେମାନଙ୍କ ମାଂସରୁ ପ୍ରସ୍ତରମୟ ହୃଦୟ ଦୂର କରିବା ଓ ସେମାନଙ୍କୁ ମାଂସମୟ ହୃଦୟ ଦେବା।


“ଜଣେ ବୁଣାଳୀ ଆପଣା ବିହନ ବୁଣିବାକୁ ବାହାରିଲା। ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା ଓ ପାଦ ତଳେ ଦଳି ହୋଇଗଲା, ପୁଣି, ଆକାଶର ଚଢ଼େଇମାନେ ସେଗୁଡ଼ିକ ଖାଇଗଲେ।


ଆଉ କେତେକ କଣ୍ଟାଗଛଗୁଡ଼ାକ ମଧ୍ୟରେ ପଡ଼ିଲା, ପୁଣି, କଣ୍ଟାଗଛଗୁଡ଼ାକ ସାଙ୍ଗେ ସାଙ୍ଗେ ବଢ଼ି ସେଗୁଡ଼ିକୁ ଚାପି ପକାଇଲା।


Swiv nou:

Piblisite


Piblisite