Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଥରେ ସେ ଏକାକୀ ପ୍ରାର୍ଥନା କରୁଥିବା ସମୟରେ ଶିଷ୍ୟମାନେ ତାହାଙ୍କ ସାଙ୍ଗରେ ଥିଲେ, ଆଉ ସେ ସେମାନଙ୍କୁ ପଚାରିଲେ, “ମୁଁ କିଏ ବୋଲି ଲୋକସମୂହ କଅଣ କହନ୍ତି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଥରେ ସେ ନିରୋଳରେ ପ୍ରାର୍ଥନା କରୁଥିବା ସମୟରେ ଶିଷ୍ୟମାନେ ତାହାଙ୍କ ସାଙ୍ଗରେ ଥିଲେ, ଆଉ ସେ ସେମାନଙ୍କୁ ପଚାରିଲେ, ମୁଁ କିଏ ବୋଲି ଲୋକ-ସାଧାରଣ କଅଣ କହନ୍ତି?

Gade chapit la Kopi

ଓଡିଆ ବାଇବେଲ

18 ଥରେ ସେ ଏକୁଟିଆ ପ୍ରାର୍ଥନା କରୁଥିବା ସମୟରେ ଶିଷ୍ୟମାନେ ତାହାଙ୍କ ସାଙ୍ଗରେ ଥିଲେ, ଆଉ ସେ ସେମାନଙ୍କୁ ପଚାରିଲେ, ମୁଁ କିଏ ବୋଲି ଲୋକସାଧାରଣ କ'ଣ କହନ୍ତି ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ଦିନେ ଯୀଶୁ ଏକାକୀ ପ୍ରାର୍ଥନା କରୁଥିବା ସମୟରେ ଶିଷ୍ୟମାନେ ତାଙ୍କ ପାଖକୁ ଆସିଲେ। ସେ ସେମାନଙ୍କୁ ପଚାରିଲେ, “ମୁଁ କିଏ, ଏ ବିଷୟରେ ଲୋକମାନେ କ’ଣ କହନ୍ତି?”

Gade chapit la Kopi

ପବିତ୍ର ବାଇବଲ

18 ଥରେ ଯୀଶୁ ଏକୁଟିଆ ପ୍ରାର୍ଥନା କରୁଥିଲେ। ତାହାଙ୍କ ଶିଷ୍ୟମାନେ ଏକାଠି ମିଳି ସେହିସ୍ଥାନକୁ ଆସିଲେ। ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ମୁଁ କିଏ ବୋଲି ଲୋକେ କ’ଣ ସବୁ କହୁଛନ୍ତି?”

Gade chapit la Kopi




ଲୂକ ଲିଖିତ ସୁସମାଚାର 9:18
11 Referans Kwoze  

ଥରେ ସେ କୌଣସି ଗୋଟିଏ ସ୍ଥାନରେ ପ୍ରାର୍ଥନା କରୁଥିଲେ; ସେ ପ୍ରାର୍ଥନା ସମାପ୍ତ କରନ୍ତେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ପ୍ରଭୁ, ଯୋହନ ଯେପରି ଆପଣା ଶିଷ୍ୟମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଇଲେ, ଆପଣ ମଧ୍ୟ ସେହିପରି ଆମ୍ଭମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଅନ୍ତୁ।


ଏହାପରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଗେଥ୍‌ଶିମାନୀ ନାମକ ଗୋଟିଏ ସ୍ଥାନକୁ ଯାଇ ସେମାନଙ୍କୁ କହିଲେ, “ମୁଁ ସେଠାକୁ ଯାଇ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏଠାରେ ବସିଥାଅ।”


ଲୋକସମୂହକୁ ବିଦାୟ ଦେଲା ପରେ ସେ ପ୍ରାର୍ଥନା କରିବା ପାଇଁ ବାହାରିଯାଇ ପର୍ବତ ଉପରକୁ ଗଲେ, ଆଉ ସନ୍ଧ୍ୟା ହେଲା ପରେ ସେ ସେଠାରେ ଏକାକୀ ଥିଲେ।


ସମସ୍ତ ଲୋକ ବାପ୍ତିଜିତ ହେଲା ପରେ ଯୀଶୁ ମଧ୍ୟ ବାପ୍ତିଜିତ ହୋଇ ପ୍ରାର୍ଥନା କରୁଥିବା ସମୟରେ ଆକାଶ ଖୋଲା ହେଲା,


ସେହି ସମୟରେ ସେ ଦିନେ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ବାହାରିଯାଇ ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁ କରୁ ସାରା ରାତ୍ରି ବିତାଇଲେ।


ଏଥିରେ ସେମାନେ ଉତ୍ତର ଦେଲେ, ବାପ୍ତିଜକ ଯୋହନ, କିନ୍ତୁ କେହି କେହି କହନ୍ତି, ଏଲୀୟ, ଆଉ କେହି କେହି କହନ୍ତି, ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନର୍ବାର ଉଠିଅଛନ୍ତି।


ଏହି ସମସ୍ତ ଘଟଣାର ପ୍ରାୟ ଆଠ ଦିନ ପରେ ସେ ପିତର, ଯୋହନ ଓ ଯାକୁବଙ୍କୁ ସାଙ୍ଗରେ ନେଇ ପ୍ରାର୍ଥନା କରିବା ନିମନ୍ତେ ପର୍ବତ ଉପରକୁ ଗଲେ।


ପୁଣି, ସେ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁଖର ରୂପ ପରିବର୍ତ୍ତିତ ହେଲା ଏବଂ ତାହାଙ୍କ ବସ୍ତ୍ର ଧଳା ଓ ଅତ୍ୟନ୍ତ ଆଲୋକମୟ ହେଲା।


Swiv nou:

Piblisite


Piblisite